ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ସକାଳ ୯ଟାରୁ ମାଡି ଆସୁଛି ପ୍ରଚଣ୍ଡ ଖରା। ଦେହ ମୁଣ୍ଡ ପୋଡି ଜଳିଯାଉଛି। କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କା ଥିବାରୁ ଲଡ୍‌କଡାଉନ କଟକଣା ପାଇଁ ଲୋକମାନେ ଘରେ ରହୁଛନ୍ତି। ଏଥିଯୋଗୁ ଲୋକମାନଙ୍କୁ ଗ୍ରୀଷ୍ମ କଷ୍ଟ ସେତେଟା ଅନୁଭୂତ ହେଉ ନାହିଁ। ତେବେ ଚାଷବାସ, ପନିପରିବା ବ୍ୟବସାୟ ପାଇଁ ଯାଉଥିବା ଲୋକମାନଙ୍କୁ ତାତି ଅସ୍ତବ୍ୟସ୍ତ କରିଛି। ଗତ କିଛି ଦିନ ହେବ ତାତି ପ୍ରକୋପ ବହୁ ମାତ୍ରାରେ ବଢିଯାଇଛି। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ୍‌ ଉପରକୁ ଟପି ଯାଉଛି। ମଙ୍ଗଳବାର ରାଜ୍ୟର ୬ଟି ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ଡିଗ୍ରୀକୁ ଟପି ଯାଇଛି । ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବଲାଙ୍ଗୀରରେ ସର୍ବାଧିକ ୪୧.୫ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୪୧.୨, ଅନୁଗୋଳ ୪୦.୫, ତାଳଚେରର ୪୧.୧, ମାଲକାନଗିରି ୪୦.୨, ନୟାଗଡ ୪୦ ଏବଂ ବୌଦ୍ଧରେ ସର୍ବାଧିକ ୪୦.୫ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି। ସେହିପରି ଚାନ୍ଦବାଲିରେ ସର୍ବାଧିକ ୩୯ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିବା ବେଳେ କଟକ ୩୯.୫, ଝାରସୁଗୁଡା ୩୯.୬, ଏବଂ ସମ୍ବଲପୁରରେ ୩୯.୮ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ପ୍ରଚଣ୍ଡ ଖରା ସାଙ୍ଗକୁ ଅପରାହ୍ନରେ ଝଡବର୍ଷା ମଧ୍ୟ ରାଜ୍ୟର ଅଧିକାଂଶ ଜିଲାକୁ ହେବାର ସମ୍ଭାବନା ରହିଛି । ଆସନ୍ତା ୧୯ ତାରିଖ ଯାଏ ଦକ୍ଷିଣ ଓଡିଶାଠାରୁ ଆରମ୍ଭ କରି ଉପକୂଳ ଓଡିଶା ଯାଏ ଝଡବର୍ଷା ତାଣ୍ଡବ ରଚାଇବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, କନ୍ଧମାଳ,କଳାହାଣ୍ଡି, ରାୟଗଡା, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଝଡ ତୋଫାନ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଏଲୋୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri