ଆହୁରି ୨ଦିନ ବର୍ଷା

ଭୁବନେଶ୍ୱର, ୨୪ା୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ତେବେ ଦୀପାବଳିକୁ ବର୍ଷା ଫିକା କରିବ ନାହିଁ। କାରଣ ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଥିବାବେଳେ ୨୭ରେ ପାଗ ଶୁଖିଲା ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଲଘୁଚାପ ପ୍ରଭାବରେ ବୁଧବାର ସକାଳୁ ସାରା ରାଜ୍ୟରେ ଝିପି ଝିପି ବର୍ଷା ଆରମ୍ଭ ହୋଇଯାଇଥିଲା। କେତେକ ସ୍ଥାନରେ ଅପରାହ୍ନ ସମୟରେ ପ୍ରବଳ ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଗଞ୍ଜାମ, ପୁରୀ, ଗଜପତି, ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ପୁରୀ ଜିଲାରେ ସର୍ବାଧିକ ୯୫.୨ମିଲିମିଟର ବର୍ଷା ହୋଇଛି। ଗୋପାଳପୁରରେ ୪୯,ବାଲେଶ୍ୱର ୩୪.୮, ଭୁବନେଶ୍ୱର ୩୦.୫, ପାରାଦୀପ ୨୬.୧, ବାରିପଦା ୧୮, କଟକ ଓ ଦାରିଙ୍ଗବାଡ଼ି ୧୪, ଅନୁଗୋଳରେ ୧୦ମିଲିମିଟର ବର୍ଷା ହୋଇଥିବା ରେକର୍ଡ ହୋଇଛି। ଏହାଛଡ଼ା ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, ହୀରାକୁଦ, ତାଳଚେର, ବଲାଙ୍ଗୀର, ଫୁଲବାଣୀ, ଟିଟିଲାଗଡ଼, ମାଲକାନଗିରି, ସୋନପୁର ଆଦି ଜିଲାରେ ମଧ୍ୟ ବର୍ଷା ହୋଇଥିବା ସୂଚନା ମିଳିଛି।
ଆସନ୍ତା ଦୁଇଦିନ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ଗୁରୁବାର ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଆଦି ୫ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏ ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ରହିଛି। ସେହିପରି ସୋନପୁର, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ଅନୁଗୋଳ, କନ୍ଧମାଳ, ବୌଦ୍ଧ ଓ ମୟୂରଭଞ୍ଜ ଆଦି ୯ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏ ସମସ୍ତ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଆଦି ୪ଜିଲାରେ ପ୍ରବଳ ବର୍ଷା ହେବ। ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଆସନ୍ତା ଦୁଇଦିନ ଧରି ବର୍ଷା ଲାଗି ରହିବାର ସମ୍ଭାବନା ଥିବାରୁ ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
ଅନ୍ୟପଟେ ସମ୍ଭାବ୍ୟ ବର୍ଷା ଓ ଏହାର ମୁକାବିଲା ପାଇଁ ଓୟୁଏଟି ଏବଂ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟ ପକ୍ଷରୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି। ପାଚି ଯାଇଥିବା ସଅଳ ଓ ମଧ୍ୟମ କିସମ ଧାନକୁ ତୁରନ୍ତ କାଟି ନେଇ ସୁରକ୍ଷିତ ସ୍ଥାନରେ ରଖିଦେବା ପାଇଁ କୁହାଯାଇଛି। ଧାନ ଜମିରୁ ବଳକା ପାଣି ବାହାରି ଯିବା ପାଇଁ କର ନାଳୀ କରିବା ଓ ନାଳୀ ମୁହଁ ଖୋଲା ରଖିବା, ବର୍ଷା ଛାଡ଼ିଗଲା ପରେ ପଡ଼ିଯାଇଥିବା ପନିପରିବା ଗଛର ମୂଳକୁ ମାଟି ଦେଇ ଠିଆ କରାଇବାକୁ ପରାମର୍ଶ ଦିଆଯାଇଛି। ସେହିପରି ପାଣି ଛାଡ଼ିଗଲା ପରେ ଧାନ, ପନିପରିବା ଓ ଡାଲିଜାତୀୟ ଫସଲରେ କେତେକ ରୋଗ ପୋକ ଲାଗିବାର ସମ୍ଭାବନା ରହିଛି। ତେଣୁ ଏଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri