Posted inରାଜ୍ୟ

ଆହୁରି ୨୪ ଘଣ୍ଟା ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୨୮ା୫(ବ୍ୟୁରୋ): ଗତ କିଛିଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ବାହାରକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଗୁଳୁଗୁଳି ଯୋଗୁ ଘର ଭିତରେ ବି ରହି ହେଉନି। ବିଶେଷକରି ପଶ୍ଚିମ ଓଡ଼ିଶାରେ ଲୋକେ ତାତିରେ ଛଟପଟ ହେଉଛନ୍ତି। ତେବେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଆହୁରି ନିଆଁ ବର୍ଷିବ ଓ ସାରା ରାଜ୍ୟରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ କଲବଲ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ୯ ଜିଲା ପାଇଁ ହିଟ୍‌ ୱେଭ୍‌ ଆଲର୍ଟ ଜାରି କରାଯାଇଛି। ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲାବାସୀଙ୍କୁ ସତର୍କ ରହିବାକୁ କୁହାଯାଇଛି। ଏସବୁ ଜିଲାରେ ଭୟଙ୍କର ତାତି ସହ ଝାଞ୍ଜିମାଡ଼ ହେବ। ଏହାପରେ ତାତିରେ ସାମାନ୍ୟ ପରିବର୍ତ୍ତନ ଆସିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆଶଙ୍କା କରିଛି।
ତେବେ ସୋମବାର ସୋନପୁର ସବୁଠାରୁ ଉତ୍ତପ୍ତ ସହର ରହିଥିଲା। ଏଠାରେ ତାପମାତ୍ରା ୪୪.୮ ଡିଗ୍ରୀ ରେକର୍ଡ କରାଯାଇଥିଲା। ସେହିଭଳି ୧୧ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ୫ ସହରର ତାପମାତ୍ରା ୪୪ ଡିଗ୍ରୀ ଛୁଇଁଥିଲା। ସମ୍ବଲପୁର ୪୪.୭, ଟିଟିଲାଗଡ଼ ୪୪.୬, ତାଳଚେର ୪୪.୩, ଝାରସୁଗୁଡ଼ା ୪୪, ବଲାଙ୍ଗୀର ୪୩.୭, ହୀରାକୁଦ ୪୩.୬, ମାଲକାନଗିରି ୪୩.୨, ଭବାନୀପଟଣା ୪୩, ଅନୁଗୋଳ ୪୨.୭, ସୁନ୍ଦରଗଡ଼ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଅନ୍ୟପଟେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱରରେ ମଧ୍ୟ ଅସହ୍ୟ ସ୍ଥିତି ଲାଗି ରହିଛି। ଯଦିଓ ଏଠାରେ ତାପମାତ୍ରା ଅଧିକ ରହୁନି, ତଥାପି ପ୍ରବଳ ଝାଞ୍ଜି ପବନ ଏଠାରେ ଯାତାୟାତରେ ବ୍ୟାଘାତ ସୃଷ୍ଟି କରୁଛି। ସକାଳ ୯ଟା ହେଲେ ବାହାରକୁ ବାହାରିବାକୁ ଡର ଲାଗୁଛି। ଅପରାହ୍ନ ପର୍ଯ୍ୟନ୍ତ ରାସ୍ତାଘାଟ ଶୂନ୍‌ଶାନ ହୋଇଯାଉଛି। ସୋମବାର ଭୁବନେଶ୍ୱରରେ ତାପମାତ୍ରା ୩୮.୨ ରହିଥିବାବେଳେ କଟକରେ ୩୭.୮ ଡିଗ୍ରୀ ରେକର୍ଡ କରାଯାଇଛି।
ସେପଟେ ରାତିରେ କାଳବୈଶାଖୀ ମଧ୍ୟ ଲୋକଙ୍କ ମନରେ ଭୟ ସୃଷ୍ଟି କରୁଛି। ପ୍ରତିଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ହେଉଥିବାରୁ ଏହି ସମୟରେ ଲୋକେ ଭୟ ଓ ଆଶଙ୍କାରେ ବାହାରକୁ ଯାଉଛନ୍ତି। ମଙ୍ଗଳବାର ମଧ୍ୟ ରାଜ୍ୟର କିଛି କିଛି ଅଞ୍ଚଳରେ କାଳବୈଶାଖୀ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଗଞ୍ଜାମ ଆଦି ଜିଲାରେ କାଳବୈଶାଖୀ ହେବ। ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତର ସମ୍ଭାବନା ରହିଛି। ସେହିପରି ଉପକୂଳ ଓଡ଼ିଶାର ବାକି ଜିଲା ସହ କନ୍ଧମାଳ, ଅନୁଗୋଳ, ସୁନ୍ଦରଗଡ଼, ଦେବଗଡ଼ ଓ ବୌଦ୍ଧ ଜିଲାରେ ବଜ୍ରପାତ ହେବ। ଅନ୍ୟପଟେ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆଶଙ୍କା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri