ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ :ବ୍ରାହ୍ମଣୀଗାଁ ଫରେଷ୍ଟରଙ୍କ ୧କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି ଠାବ

ଫୁଲବାଣୀ ଅଫିସ/ଦାରିଙ୍ଗବାଡ଼ି/ବାଲିଗୁଡ଼ା(ଡି.ଏନ୍‌.ଏ.)୨୮ା୧୨-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇପଡ଼ିଛନ୍ତି କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁ ା ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ବାଲିଗୁଡା ବଜାର ସାହିରେ ଥିବା କୈଳାସଙ୍କ ଘର, ପୈତୃକ ଘର, ଗୁଳିମରା ସାହିରେ ଥିବା ଦୁଇ ମହଲା କୋଠା, ଇଲେକ୍ଟ୍ରି ସାହିରେ ଥିବା ଏକ କୋଠାଘର, ପଣସପଡ଼ିରେ ଥିବା ଭାଇଙ୍କ ଘର, ସାରଙ୍ଗଗଡ଼ରେ ଥିବା ବିଲ୍ଡିଂ ଏବଂ ବ୍ରାହ୍ମଣୀଗାଁ ସରକାରୀ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ କରାଯାଇଛି। କୈଳାସଙ୍କ ସ୍ତ୍ରୀ ଶ୍ରଦ୍ଧାଞ୍ଜଳିଙ୍କ ନାମରେ ପ୍ରାୟ ସମସ୍ତ ସମ୍ପତ୍ତି ଠୁଳ କରାଯାଇଥିବା ଚଢ଼ାଉ ବେଳେ ଦେଖାଯାଇଛି।
ବାଲିଗୁଡ଼ା ଏବଂ ସାରଙ୍ଗଗଡ଼ରେ ୧,୫୫ ୮୫୦ ଟଙ୍କାର ଘରବାରି ପ୍ଲଟ, ସାରଙ୍ଗଗଡରେ ୮,୯୨,୭୧୦ ଟଙ୍କାର ବିଲ୍ଡିଂ, ଗୁଳିମରା ସାହିରେ ୨୩,୨୪,୧୨୦ ଟଙ୍କାର ଦୁଇ ମହଲା ବିଶିଷ୍ଟ କୋଠା, ଇଲେକ୍ଟ୍ର ିସାହିରେ ୧୦ ଲକ୍ଷ ଟଙ୍କାର ଘର, ୨୭ ଲକ୍ଷ ଟଙ୍କାର ଆଉ ଗୋଟିଏ ଦୁଇ ମହଲା ବିଶିଷ୍ଟ ଘର, ବ୍ରହ୍ମପୁର ନିମଖଣ୍ଡିରେ ୯ ଲକ୍ଷ ଟଙ୍କାର ଏକ ଘର କୈଳାସଙ୍କ ସ୍ତ୍ରୀ ଶ୍ରଦ୍ଧାଞ୍ଜଳିଙ୍କ ନାମରେ ରହିଛି। ୫,୯୬,୧୧୯ ଟଙ୍କା ବିନିମୟରେ ଶ୍ୱଶୁରଘର ଉନ୍ନତୀକରଣ କାର୍ଯ୍ୟ କରାଯାଇଛି ା ସେହିପରି ବଜାରସାହି ଏବଂ ସାରଙ୍ଗଗଡ଼ସ୍ଥିତ ଘରୁ ୪,୭୩,୨୦୦ ଟଙ୍କାର ଘରୋଇ ଉପକରଣ, ୭,୭୫ ହଜାର ଟଙ୍କାର ଟ୍ରାକ୍ଟର, ପୁଅ ନାମରେ ୮୩ ,୫୦୦ ଟଙ୍କାର ଏକ ବାଇକ୍‌, ୬୮ ଗ୍ରାମ ସୁନା ଗହଣା, ୫, ୭୭,୩୮୦ ଟଙ୍କାର ବିଭିନ୍ନ ପଲିସି ଠାବ କରାଯାଇଛି ା ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୬ ଲକ୍ଷ ୪୧୧ ଟଙ୍କା ଆକଳନ କରାଯାଇଛି ା ସେହିପରି ଅନ୍ୟାନ୍ୟ ସ୍ଥାନରେ ଚଢ଼ାଉ ମଧ୍ୟ ଜାରି ରହିଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଛି ା ସୂଚନାଯୋଗ୍ୟ, କୌଳାସ ପୂର୍ବରୁ ତୁମୁଡିବନ୍ଧ, କ.ନୂଆଗାଁ ବ୍ଲକରେ ଫରେଷ୍ଟର ଥିଲେ ା ଏହି ସମୟରେ ତାଙ୍କ ନାମରେ ସରକାରୀ ଅର୍ଥ ହଡ଼ପ କରିଥିବା ଅଭିଯୋଗ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri