Posted inଜାତୀୟ

ଆୟକର ବିଭାଗ-ଇଡି ଏବଂ ସିବିଆଇ ଭାଜପାର ଆଇଟି ସେଲ୍‌ ଭାବେ କାର୍ଯ୍ୟ କରୁଛି: ତେଜସ୍ବୀ ଯାଦବ

ପାଟନା,୨୭।୪: ଭାଜପା ସରକାର ଆୟକର ବିଭାଗ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତଥା କେନ୍ଦ୍ରୀୟ ତଦନ୍ତ ସଂସ୍ଥା(ସିବିଆଇ)କୁ ସମ୍ପୂର୍ଣ୍ଣ ଭାବେ ନିଜ ନିୟନ୍ତ୍ରଣରେ ରଖିଛି। ଏସବୁ ବିଭାଗ ଭାଜପାର ଆଇଟି ସେଲ୍‌ ଭାବେ କାର୍ଯ୍ୟ କରୁଛି ବୋଲି ଶନିବାର ଆରଜେଡି ନେତା ତେଜସ୍ବୀ ଯାଦବ ଅଭିଯୋଗ କରିଛନ୍ତି। ଅନ୍ୟ ଦଳର ରାଜନେତାଙ୍କୁ ଏହା ଦ୍ୱାରା ଭାଜପା ଟାର୍ଗେଟ୍‌ କରୁଛି। ମାତ୍ର ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ପୁଅ ଜୟ ଶାହଙ୍କ ନାମରେ କେତେକ ଅଭିଯୋଗ ରହିଛି। କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନାହାଁନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିଯୋଗ ମିଳିଲେ ତାଙ୍କ ନିଜ ଘରେ ଚଢ଼ାଉ କରିବା ପାଇଁ କହିଥିଲେ ମଧ୍ୟ ଜୟ ଶାହଙ୍କୁ କିଭଳି ଛାଡି ଦିଆଯାଉଛି ସେ ନେଇ ତେଜସ୍ବୀ କଟାକ୍ଷ କରିଛନ୍ତି। ଉତ୍ତରପ୍ରଦେଶରେ ମାୟାବତୀଙ୍କ ସରକାର ଅମଳରେ ୨୦୧୦-୧୧ରେ ହୋଇଥିବା ସୁଗାର୍‌ ମିଲ୍‌ ଅନିୟମିତତା ମାମଲାକୁ ନିର୍ବାଚନ ସମୟରେ ଜାଣିଶୁଣି ଯାଞ୍ଚ୍‌ କରାଯାଉଥିବା ତେଜସ୍ବୀ କହିଛନ୍ତି। ମାୟାବତୀଙ୍କ ବିରୋଧରେ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଷଡ଼ଯନ୍ତ୍ର ହେଉଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ସୁଗାର୍‌ ମିଲ୍‌ ଅନିୟମିତତା ମାମଲାରେ ୧୧ଶହ ୭୯ କୋଟି ଟଙ୍କାର କ୍ଷତି ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri