ଆୟକର ସ୍ଲାବ୍‌ରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ପ୍ରସ୍ତାବ

ନୂଆଦିଲ୍ଲୀ,୧୨-୧୧: ଆୟକର ସ୍ଲାବ୍‌ ଏବଂ କ୍ୟାପିଟାଲ ଗେନ୍ସ ଟାକ୍ସ କ୍ଷେତ୍ରରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ନେଇ ଟାସ୍କଫୋର୍ସ ସରକାରଙ୍କୁ ପ୍ରସ୍ତାବ ଦେଇଛି। ଏହା ଲାଗୁ ହେଲେ ରାଜକୋଷକୁ ଅଧିକ ୫୦,୦୦୦ କୋଟି ଟଙ୍କାର ରାଜସ୍ବ ଆସିବା ନେଇ ସମ୍ଭାବନା ରହିଛି। ପ୍ରକ୍ରିୟା ସହ ଜଡିତ ସରକାରଙ୍କ ୨ ଉଚ୍ଚ ପଦସ୍ତ ଅଧିକାରୀ ଏହି ସୂଚନା ଦେଇଛନ୍ତି। ପ୍ରତ୍ୟକ୍ଷ ଟିକସ ଟାସ୍କଫୋର୍ସ କମିଟିର ପ୍ରସ୍ତାବ ଉପରେ ସରକାର ବର୍ତ୍ତମାନ ବିଚାର ବିମର୍ଷ କରୁଛନ୍ତି। ଏହାର ଚୂଡାନ୍ତ ପ୍ରସ୍ତାବ ଆଗାମୀ ବଜେଟ୍‌ରେ ସ୍ଥାନ ପାଇବା ନେଇ ଆଶାକରାଯାଉଛି। ସମ୍ପତ୍ତି ଘୋଷଣା, ଉଚ୍ଚ ହାରରେ ଟିକସ ପ୍ରଦାନ କରିଥିବା ମାମଲାଗୁଡିକରେ କୌଣସି କାର୍ଯ୍ୟାନୁଷ୍ଠାନ କିମ୍ବା ପୁଣି ଥରେ ଆସେସ୍‌ମେଣ୍ଟ ନ କରାଇବା ଲାଗି ଭଳି ବିଭିନ୍ନ ପ୍ରସ୍ତାବ ଦିଆଦିଆଇଛି। ଗତ ୬ ବର୍ଷ ପର୍ଯ୍ୟନ୍ତ ମାମଲା, ସୁଧ ଏବଂ ୫୦% ଜରିମାନା ଦେଇଥିବା ଟିକସ ମାମଲାଗୁଡିକ ଲାଗି ଏଭଳି ପ୍ରସ୍ତାବ ରହିଛି। ମାତ୍ର ପ୍ରସ୍ତାବଗୁଡିକୁ ଏବେ ଯାଏ ସାର୍ବଜନୀନ କରାଯାଇ ନ ଥିବା ଜଣାପଡ଼ିଛି।
ଏଭଳି ବିଭିନ୍ନ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ଅର୍ଥ ମନ୍ତ୍ରଣାଳୟର ରାଜସ୍ବ ବିଭାଗ ଏବଂ ନୀତି ଆୟୋଗ ସହ ଆଲୋଚନା କରୁଛି। ଲଙ୍ଗ୍‌ଟର୍ମ କ୍ୟାପିଟାଲ ଗେନ୍ସ(ଏଲ୍‌ଟିସିଜି)ର ବର୍ତ୍ତମାନ ଟିକସ ଢାଞ୍ଚା ଉପରେ ମଧ୍ୟ ବିଚାର କରାଯାଉଥିବା ଏକ ଗଣମାଧ୍ୟମ ରିପୋର୍ଟରେ ଉଲ୍ଲେଖ ରହିଛି। ପୁଞ୍ଜି ବଜାର ଲାଗି ଏକ ନିବେଶକ ଅନୁକୂଳ ବାତାବରଣ ସୃଷ୍ଟି ଲାଗି ସରକାର ଏବେ କାର୍ଯ୍ୟ କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆସନ୍ତା ସପ୍ତାହରେ ଏହି ବର୍ଗର ଟିକସ ଉପରେ ବିଭିନ୍ନ ପରିବର୍ତ୍ତନ କରିବାର ବିଶେଷ ସମ୍ଭାବନା ରହିଛି। ପୁଞ୍ଜି ବଜାରରେ ଅନୁକୂଳ ବାତାବରଣ ଦ୍ୱାରା ରାଜକୋଷକୁ ଟିକସ ଆଣିବା ଦିଗରେ ବିଭିନ୍ନ ଯୋଜନା ରହିଥିବା ଅର୍ଥ ମନ୍ତ୍ରଣାଳୟର ଜଣେ ଅଧିକାରୀ ଏକ ଟିଭି ସାକ୍ଷତକାରରେ ନିକଟରେ ସୂଚନା ଦେଇଥିଲେ।
ଟାସ୍କଫୋର୍ସ ଆୟକର ସ୍ଲାବ ନେଇ ବିଭିନ୍ନ ପ୍ରସ୍ତାବ ଦେଇଛନ୍ତି। ବାର୍ଷିକ ୧୦ ଲକ୍ଷ ପର୍ଯ୍ୟନ୍ତ ଆୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ୧୦% ଟିକସ, ୧୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ଏବଂ ୨୦ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ ୨୦% ଟିକସ ଲାଗୁ ନେଇ ପ୍ରସ୍ତାବ ରହିଛି। ୨୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ଏବଂ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ୩୦% ଏବଂ ୨ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଆୟ କ୍ଷେତ୍ରରେ ୩୫% ପର୍ଯ୍ୟନ୍ତ ପ୍ରତ୍ୟକ୍ଷ ଟିକସ ଲାଗୁ କରାଇବା ପାଇଁ ଟାସ୍କଫୋର୍ସ ପ୍ରସ୍ତାବ ରଖିଛି। ବର୍ତ୍ତମାନ ଅଢେଇ ଲକ୍ଷରୁ ୫ ଲକ୍ଷ ଟଙ୍କାର ଆୟ ଉପରେ ୫% ଆୟକର ଏବଂ ୪% ସେସ୍‌ ଦେବାକୁ ପଡୁଛି। ୫ଲକ୍ଷରୁ ଉର୍ଦ୍ଧ୍ୱ ଏବଂ ୧୦ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ ୨୦% ଟିକସ ସହ ୪% ସେସ୍‌ ଲାଗୁ ହେଉଛି। ଏହାବାଦ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ଆୟ ଉପରେ ୩୦% ଆୟକର ସହ ୪% ସେସ୍‌ ଲାଗୁ ହେଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri