ବ୍ରହ୍ମପୁର ଅଫିସ, ୩ା୧୧-ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ ବିଜୟ କୁମାର ଜେନା ଶନିବାର ଏକ ଆୟବହିର୍ଭୁୁତ ସମ୍ପତ୍ତି ଠୁଳ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ଦୀର୍ଘ ୨୧ ବର୍ଷ ପରେ ପୁରୀର ତତ୍କାଳୀନ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ପ୍ରଦୀପ କୁମାର ହୋତାଙ୍କୁ ସେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ପ୍ରକାଶ ଯେ, ପୁରୀରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଭାବେ ହୋତା କାର୍ଯ୍ୟରତ ଥିବା ବେଳେ ତାଙ୍କ ନାମରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ବ୍ରହ୍ମପୁର ଦୁର୍ନୀତି ନିବାରଣ ବିଭାଗ ତରଫରୁ ତାଙ୍କ ବ୍ରହ୍ମପୁର ବ୍ରଜନଗର ୨ ଲେନ୍ସ୍ଥିତ ବାସଭବନ ସମେତ ୫ ସ୍ଥାନରେ ଏକକାଳୀନ ଚଢାଉ କରାଯାଇଥିଲା। ତାଙ୍କର ଆୟବହିର୍ଭୁତ ସମ୍ପତ୍ତି ୮ ଲକ୍ଷ ୯୭ ହଜାର ୪୫୦ ଟଙ୍କା ଆକଳନ କରାଯାଇଥିଲା। ଭିଜିଲାନ୍ସ ମାମଲା ନମ୍ବର ୫୧/୯୮ ରେ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ପରେ ସେ ଜାମିନରେ ଛାଡ ପାଇଥିଲେ। ବିଚାର ବେଳେ ୧୬ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ପ୍ରମାଣ ଅଭାବରୁ ସହକାରୀ ଯନ୍ତ୍ରୀ ହୋତାଙ୍କୁ ବିଚାରପତି ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ତପନ କୁମାର ଦାସ ଓ ମୁଦାଲାଙ୍କ ପକ୍ଷରୁ ଆଇନଜୀବୀ ପ୍ରସାଦ ପଟ୍ଟନାୟକ ଓ ପ୍ରଦୀପ ପାଣିଗ୍ରାହୀ ମକଦ୍ଦମା ପରିଚାଳନା କରିଥିଲେ।
ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ
ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…
ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍ପି ଶୁଭେନ୍ଦୁ କୁମାର ପାତ୍ର…
ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ
ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…
ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…
ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…
ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…
ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ
ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…
Archives

