ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲା :  ୨୧ ବର୍ଷ ପରେ ସହକାରୀ ଯନ୍ତ୍ରୀ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ, ୩ା୧୧-ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ ବିଜୟ କୁମାର ଜେନା ଶନିବାର ଏକ ଆୟବହିର୍ଭୁୁତ ସମ୍ପତ୍ତି ଠୁଳ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ଦୀର୍ଘ ୨୧ ବର୍ଷ ପରେ ପୁରୀର ତତ୍କାଳୀନ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ପ୍ରଦୀପ କୁମାର ହୋତାଙ୍କୁ ସେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ପ୍ରକାଶ ଯେ, ପୁରୀରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଭାବେ ହୋତା କାର୍ଯ୍ୟରତ ଥିବା ବେଳେ ତାଙ୍କ ନାମରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ବ୍ରହ୍ମପୁର ଦୁର୍ନୀତି ନିବାରଣ ବିଭାଗ ତରଫରୁ ତାଙ୍କ ବ୍ରହ୍ମପୁର ବ୍ରଜନଗର ୨ ଲେନ୍‌ସ୍ଥିତ ବାସଭବନ ସମେତ ୫ ସ୍ଥାନରେ ଏକକାଳୀନ ଚଢାଉ କରାଯାଇଥିଲା। ତାଙ୍କର ଆୟବହିର୍ଭୁତ ସମ୍ପତ୍ତି ୮ ଲକ୍ଷ ୯୭ ହଜାର ୪୫୦ ଟଙ୍କା ଆକଳନ କରାଯାଇଥିଲା। ଭିଜିଲାନ୍ସ ମାମଲା ନମ୍ବର ୫୧/୯୮ ରେ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ପରେ ସେ ଜାମିନରେ ଛାଡ ପାଇଥିଲେ। ବିଚାର ବେଳେ ୧୬ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ପ୍ରମାଣ ଅଭାବରୁ ସହକାରୀ ଯନ୍ତ୍ରୀ ହୋତାଙ୍କୁ ବିଚାରପତି ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ତପନ କୁମାର ଦାସ ଓ ମୁଦାଲାଙ୍କ ପକ୍ଷରୁ ଆଇନଜୀବୀ ପ୍ରସାଦ ପଟ୍ଟନାୟକ ଓ ପ୍ରଦୀପ ପାଣିଗ୍ରାହୀ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ବିଦ୍ୟୁତ୍ ଜରିମାନା ମାମଲା ବଢୁଛି : ଲୋକ ଅଦାଲତରେ ୨୨୨ ମାମଲା ଫଇସଲା

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟରେ ଶନିବାର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୨୨ଟି ମାମଲାରେ ଶୁଣାଣି ହୋଇ ୨୨୭...

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୮୦ ମାମଲାର ଫୈସଲା

ଦିଗପହଣ୍ଡି,୧୩।୧୨,(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ...

ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୧୨ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବରେ ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା...

ଜାତୀୟ ଲୋକ ଅଦାଲତ: ୫୮ଟି ବିଭିନ୍ନ ମାମଲାର ଫଇସଲା

ପୁରୁଷୋତ୍ତମପୁର,୧୩।୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାରବିଭାଗିୟ ଅଦାଲତ ପରିଷରରେ ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଟିତ ହୋଇଯାଇଛି...

ଜୟଶ୍ରୀ- ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣଦାବି ଜୋର ଧରିଲା, ପ୍ରଶାସନ ନ ଶୁଣିଲେ…

ଗଞ୍ଜାମ,୧୩।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ୧୬ନଂ ଜାତୀୟ ରାଜପଥ ରାଜପଥ ଜୟଶ୍ରୀ ଛକ ଏବଂ ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri