ଆୟୁଷ ରାଜ୍ୟର ସର୍ବକନିଷ୍ଠ ୱେବ୍‌ ଡିଜାଇନର

ନାକଟିିଦେଉଳ, ୧।୭ (ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଜାମୁଯୋରି ପଞ୍ଚାୟତର ଦୁର୍ଗମ କୁଡ଼ାନାଳୀ ଗ୍ରାମର ସରୋଜ ରାଉତ ଓ ରଶ୍ମିତା ରାଉତଙ୍କ ୧୨ ବର୍ଷର ପୁଅ ଆୟୁଷ ରଞ୍ଜନ ରାଉତ ଦେଶର ଦ୍ୱିତୀୟ ତଥା ରାଜ୍ୟର ସର୍ବକନିଷ୍ଠ ୱେବ୍‌ ଡିଜାଇନର ବୋଲି ନିଜକୁ ଦାବି କରିଛନ୍ତି। ଆୟୁଷ ଅନୁଗୋଳ ଜିଲା ଗଡ଼ମଣ୍ଡଳ ସରସ୍ବତୀ ଶିଶୁ ମନ୍ଦିରରେ ୭ମ ଶ୍ରେଣୀରେ ପାଠ ପଢ଼ନ୍ତି। ପାଠପଢ଼ା ସହ ସେ ୟୁଟ୍ୟୁବ୍‌ରୁ ୱେବ୍‌ ଡିଜାଇନିଂ ଶିଖୁଥିଲେ। ଏବେ ସେ ନିଜେ ୱେବ୍‌ ଡିଜାଇନ କରିବା ପାଇଁ ସମର୍ଥ ହୋଇଥିବା ପ୍ରକାଶ କରିଛନ୍ତି। ଦେବଗଡ଼ ଜିଲାର ସ୍ବେଚ୍ଛାସେବୀ ଅନୁଷ୍ଠାନ ଆର୍‌. ନ୍ୟୁଜ ଟ୍ରଷ୍ଟର ଇଂଲିଶ, ଓଡ଼ିଆ ୱେବ୍‌ ପୋର୍ଟାଲ ଏବଂ ୱେବ୍‌ ଚ୍ୟାନେଲକୁ ସେ ସଫଳତାର ସହ ନିର୍ମାଣ କରିପାରିଛନ୍ତି। ଖୁବଶୀଘ୍ର ସେ ନିଜର ଆଦ୍ୟାଶା ୱେବ୍‌ ସଲ୍ୟୁଶନ ନାମକ ଏକ କମ୍ପାନୀ ପ୍ରତିଷ୍ଠା କରିବାକୁ ଯାଉଛନ୍ତି। ଏଥିପାଇଁ ଆୟୁଷ ଓଡ଼ିଶାର ରାଜ୍ୟପାଳଙ୍କ ଆଶୀର୍ବାଦ ଲୋଡ଼ି ପତ୍ର ଲେଖିଛନ୍ତି। ଏହାଛଡ଼ା ଏମ୍‌ଏସ୍‌ଏମ୍‌ଇ ମାଧ୍ୟମରେ ତାଙ୍କୁ ଆର୍ଥିକ ସହଯୋଗ ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ କେରଳର ଲକ୍ଷ୍ମୀ ସୁରେଶ ନାମକ ୮ବର୍ଷର ବାଳିକା ୱେବ୍‌ ଡିଜାଇନ କରି ଭାରତର ସର୍ବକନିଷ୍ଠ ଡିଜାଇନର ଭାବେ ପରିଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୂଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri