ଆୟୁଷ୍ମାନ ଭାରତ: ଓଡ଼ିଶା ପାଇଛି ୧୧୩କୋଟି

ଭୁବନେଶ୍ୱର,୪ା୧୨(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନାକୁ ରାଜ୍ୟ ସରକାର ଲାଗୁ କରୁ ନ ଥିବାରୁ ଭାଜପା ଓ ବିଜେଡି ମଧ୍ୟରେ ଆରୋପ ପ୍ରତ୍ୟାରୋପ ଦେଖିବାକୁ ମିଳିଛି। ଏହି ଯୋଜନା ଓଡ଼ିଶାରେ ଲାଗୁ ହେଲେ ପ୍ରଧାନମନ୍ତ୍ରୀ କାଳେ ନାଁ ନେଇଯିବେ ସେଥିଲାଗି ରାଜ୍ୟ ସରକାର ଏହାକୁ ଲାଗୁ କରୁ ନ ଥିବା ଭାଜପା ନେତୃବୃନ୍ଦ ଅଭିଯୋଗ କରୁଛନ୍ତି। ହେଲେ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି। ପାର୍ଲାମେଣ୍ଟରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି, ଆୟୁଷ୍ମାନ ଭାରତ ଯୋଜନାରେ ଦୁଇଟି ଉପାଦାନ ରହିଛି। ଏଥିରୁ ଗୋଟିଏ ଉପାଦାନରେ ଥିବା ହେଲ୍‌ଥ ଆଣ୍ଡ ଓ୍ବେଲନେସ ସେଣ୍ଟର ବାବଦକୁ ଓଡ଼ିଶାକୁ ୨୦୧୮-୧୯ରେ ୪୮କୋଟି ୩୪ଲକ୍ଷ ଏବଂ ୨୦୧୯-୨୦ରେ ୬୫କୋଟି ୨୨ଲକ୍ଷ ଟଙ୍କା ଦିଆଯାଇଛି। ରାଜ୍ୟ ସରକାରଙ୍କ ପ୍ରସ୍ତାବ ଅନୁଯାୟୀ ଏହି ଟଙ୍କା କେନ୍ଦ୍ରରୁ ଆସିଥିବା ଜଣାପଡିଛି। ଭାଜପା ଏମ୍‌ପି ବସନ୍ତ ପଣ୍ଡା ପଚାରିଥିବା ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ ଚୌବେ କହିଛନ୍ତି, ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗି ଓଡ଼ିଶା କେନ୍ଦ୍ର ସହ ଚୁକ୍ତି କରିନାହିଁ। ଅନ୍ୟପଟେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି, ଆସିଥିବା ଟଙ୍କା ଆୟୁଷ୍ମାନ ଯୋଜନାରେ ନୁହେଁ ବରଂ ୬୦:୪୦ ଭାଗରେ କେବଳ ପ୍ରଶିକ୍ଷଣ ଲାଗି ଆସିଛି। କେନ୍ଦ୍ର ଓ ରାଜ୍ୟ ସହଭାଗିତାରେ ବହୁତଗୁଡିଏ ଯୋଜନା କରାଯାଇଥାଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri