ଆୟୋଗ ବିରୋଧରେ ଅପପ୍ରଚାରକୁ ଓପିଏସ୍‌ସିର ଖଣ୍ଡନ: -ଅପପ୍ରଚାର କଲେ ପରବର୍ତ୍ତୀ ପରୀକ୍ଷାରୁ ବଞ୍ଚିତ ହେବେ

ଭୁବନେଶ୍ୱର,୮।୮(ବ୍ୟୁରୋ)- ଓଡିଶା ସିଭିଲ୍‌ ସର୍ଭିସ୍‌-୨୦୧୫ ଏବଂ ସହକାରୀ ଉପବିଭାଗ ଅଧିକାରୀ-୨୦୧୮(ଏ.ଏସ୍‌.ଓ) ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ହେଲେ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଗୁରୁବାର ଏହାକୁ ଖଣ୍ଡନ କରାଯାଇଛି। ଆୟୋଗ ପକ୍ଷରୁ କୁହାଯାଇଛି ଯେ, କେତେକ ପ୍ରାର୍ଥୀ ଗଣମାଧ୍ୟମ ଆଗରେ ସେମାନଙ୍କ ପ୍ରତି ଅନ୍ୟାୟ ହୋଇଥିବା ଦର୍ଶାଇ ମିଥ୍ୟା ଗୁଜବ ପ୍ରଚାର କରିବା ଲକ୍ଷ୍ୟ କରାଯାଉଛି। ଏହି ଅଭିଯୋଗଗୁଡିକୁ ଲୋକସେବା ଆୟୁକ୍ତ ଯାଞ୍ଚ କରିଛନ୍ତି। ଯାଞ୍ଚରୁ ଜଣାପଡିଛି ଯେ, ସେସବୁ ଅଭିଯୋଗ ଭିତ୍ତିହୀନ ଓ ସେଥିରେ ପୁନଃ ମୂଲ୍ୟାଙ୍କନ ପାଇଁ ଦାବିରେ ମନ୍ଦ ଉଦ୍ଦେଶ୍ୟ ନିହିତ। ଜଣେ ପ୍ରାର୍ଥୀ ମଧ୍ୟ ପରୀକ୍ଷକ ଏବଂ ମୁଖ୍ୟପରୀକ୍ଷକଙ୍କ ଦ୍ୱାରା କରାଯାଇଥିବା ମୂଲ୍ୟାଙ୍କନ ପ୍ରତି ସନ୍ଦେହ ପ୍ରକଟ କରିଛନ୍ତି। ତଦନ୍ତରୁ ଜଣାଯାଇଛି ଯେ, ଯଦିଓ ସେହି ପ୍ରାର୍ଥୀଙ୍କୁ ପରୀକ୍ଷକ ବା ମୁଖ୍ୟ ପରୀକ୍ଷକଙ୍କ ଦ୍ୱାରା ମୂଲ୍ୟାୟନ ପରେ ଅଧିକ ନମ୍ବର ମିଳିଛି। ସଂପୃକ୍ତ ବର୍ଗରେ ଧାର୍ଯ୍ୟ କଟ୍‌ ଅଫ୍‌ ନମ୍ବରଠାରୁ ସେହି ପରୀକ୍ଷାର୍ଥୀ ବହୁ ପଛରେ ଅଛନ୍ତି। ଏ ବିଷୟରେ ସେହି ପ୍ରାର୍ଥୀଙ୍କୁ ମଧ୍ୟ ବ୍ୟକ୍ତିଗତ ଭାବେ ଜଣାଯାଇଛି।
ପରୀକ୍ଷା ପରିଚାଳନା କ୍ଷେତ୍ରରେ କମିଶନ ସର୍ବାଧିକ ସାଧୁତା ଓ ସ୍ବଚ୍ଛତା ଅବଲମ୍ବନ କରାଯାଇଛି। ସେହିପରି ବଳିଷ୍ଠ ଅଭିଯୋଗ ଶୁଣାଣି ପ୍ରକ୍ରିୟା ବ୍ୟବସ୍ଥା କାର୍ଯ୍ୟକାରୀ ହେଉଛି। ଦକ୍ଷତାର ସହ ପରୀକ୍ଷା ପରିଚାଳନା ଯୋଗୁଁ କମିଶନଙ୍କ ଦ୍ୱାରା ଅତୀତରେ ସର୍ବାଧିକ ପ୍ରାର୍ଥୀ ମନୋନୀତ ହୋଇଥିବା ବେଳେ ଅଳ୍ପସଂଖ୍ୟକ ଆଇନ୍‌ଗତ ମାମଲା ଆସିଥିଲା।
ଆୟୋଗ ପକ୍ଷରୁ ସମସ୍ତ ପ୍ରାର୍ଥୀମାନଙ୍କୁ ଅନୁରୋଧ କରାଯାଉଛି ଯେ, ସେମାନେ ସେମାନଙ୍କର ଅଭିଯୋଗଗୁଡିକୁ ସିଧାସଳଖ କମିଶନଙ୍କ ଦୃଷ୍ଟିକୁ ଆଣନ୍ତୁ। ଏ ସଂକ୍ରାନ୍ତରେ ଗଣମାଧ୍ୟମକୁ ବିଭ୍ରାନ୍ତିକର ତଥ୍ୟ ଦିଅନ୍ତୁ ନାହିଁ । ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିବା ପାଇଁ ଜଣେ ନିଜର ଦାବି ପୂରଣ ପାଇଁ ସହାୟତା ନେଇପାରେ। ମାତ୍ର ମନ୍ଦ ଉଦ୍ଦେଶ୍ୟ ରଖି ଏଭଳି ମିଥ୍ୟା ଅପପ୍ରଚାର କରିବା ଉଚିତ ନୁହେଁ ବୋଲି ଆୟୋଗ ପକ୍ଷରୁ କୁହାଯାଇଛି। ସେହିଭଳି ଅପପ୍ରଚାର କଲେ, ଓଡିଶା ଲୋକସଭା ଆୟୋଗ ଓ କେନ୍ଦ୍ରୀୟ ଲୋକସେବା ଆୟୋଗ ଦ୍ୱାରା ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ପରୀକ୍ଷାରେ ଅଂଶଗ୍ରହଣ ପାଇଁ ଅଯୋଗ୍ୟ ବିବେଚିତ ହେବେ ବୋଲି ଆୟୋଗର ସଚିବ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ଫର୍ମ ପୂରଣ କରିବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ବିଧାୟିକାଙ୍କ ସ୍ବାମୀଙ୍କ ନାମରେ ସଙ୍ଗୀନ ଅଭିଯୋଗ: ତହସିଲଦାରଙ୍କୁ…

ନର୍ଲା,୨୯।୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ।…

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri