ଆୟୋଗ ବିରୋଧରେ ଅପପ୍ରଚାରକୁ ଓପିଏସ୍‌ସିର ଖଣ୍ଡନ

ଭୁବନେଶ୍ୱର,୯।୮(ବ୍ୟୁରୋ): ଓଡ଼ିଶା ସିଭିଲ୍‌ ସର୍ଭିସ୍‌-୨୦୧୫ ଏବଂ ସହକାରୀ ଉପବିଭାଗ ଅଧିକାରୀ-୨୦୧୮ (ଏଏସ୍‌ଓ) ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ହେଲେ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଗୁରୁବାର ଏହାକୁ ଖଣ୍ଡନ କରାଯାଇଛି। ଆୟୋଗ ପକ୍ଷରୁ କୁହାଯାଇଛି ଯେ, କେତେକ ପ୍ରାର୍ଥୀ ଗଣମାଧ୍ୟମ ଆଗରେ ସେମାନଙ୍କ ପ୍ରତି ଅନ୍ୟାୟ ହୋଇଥିବା ଦର୍ଶାଇ ମିଥ୍ୟା ଗୁଜବ ପ୍ରଚାର କରିବା ଲକ୍ଷ୍ୟ କରାଯାଉଛି। ଏହି ଅଭିଯୋଗଗୁଡିକୁ ଲୋକସେବା ଆୟୁକ୍ତ ଯାଞ୍ଚ କରିଛନ୍ତି। ସେଥିରୁ ଜଣାପଡିଛି ଯେ, ସେସବୁ ଅଭିଯୋଗ ଭିତ୍ତିହୀନ ଓ ସେଥିରେ ପୁନଃ ମୂଲ୍ୟାଙ୍କନ ପାଇଁ ଦାବିରେ ମନ୍ଦ ଉଦ୍ଦେଶ୍ୟ ରହିଛି ା ଜଣେ ପ୍ରାର୍ଥୀ ମଧ୍ୟ ପରୀକ୍ଷକ ଏବଂ ମୁଖ୍ୟପରୀକ୍ଷକଙ୍କ ଦ୍ୱାରା କରାଯାଇଥିବା ମୂଲ୍ୟାଙ୍କନ ପ୍ରତି ସନ୍ଦେହ ପ୍ରକଟ କରିଛନ୍ତି। ତଦନ୍ତରୁ ଜଣାଯାଇଛି ଯେ, ଯଦିଓ ସେହି ପ୍ରାର୍ଥୀଙ୍କୁ ପରୀକ୍ଷକ ବା ମୁଖ୍ୟ ପରୀକ୍ଷକଙ୍କ ଦ୍ୱାରା ମୂଲ୍ୟାୟନ ପରେ ଅଧିକ ନମ୍ବର ମିଳିଛି। ହେଲେ ସଂପୃକ୍ତ ବର୍ଗରେ ଧାର୍ଯ୍ୟ କଟ୍‌ ଅଫ୍‌ ନମ୍ବରଠାରୁ ସେହି ପରୀକ୍ଷାର୍ଥୀ ବହୁ ପଛରେ ଅଛନ୍ତି। ଏ ବିଷୟରେ ସେହି ପ୍ରାର୍ଥୀଙ୍କୁ ମଧ୍ୟ ବ୍ୟକ୍ତିଗତ ଭାବେ ଜଣାଯାଇଛି ା
ଆୟୋଗ ପକ୍ଷରୁ ସମସ୍ତ ପ୍ରାର୍ଥୀମାନଙ୍କୁ ଅନୁରୋଧ କରାଯାଉଛି ଯେ, ସେମାନେ ସେମାନଙ୍କର ଅଭିଯୋଗଗୁଡିକୁ ସିଧାସଳଖ କମିଶନଙ୍କ ଦୃଷ୍ଟିକୁ ଆଣନ୍ତୁ। ଏ ସଂକ୍ରାନ୍ତରେ ଗଣମାଧ୍ୟମକୁ ବିଭ୍ରାନ୍ତିକର ତଥ୍ୟ ଦିଅନ୍ତୁ ନାହିଁ। ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିବା ପାଇଁ ଜଣେ ନିଜର ଦାବି ପୂରଣ ପାଇଁ ସହାୟତା ନେଇପାରେ ା ମାତ୍ର ମନ୍ଦ ଉଦ୍ଦେଶ୍ୟ ରଖି ଏଭଳି ମିଥ୍ୟା ଅପପ୍ରଚାର କରିବା ଉଚିତ ନୁହେଁ ବୋଲି ଆୟୋଗ ପକ୍ଷରୁ କୁହାଯାଇଛି। ସେହିଭଳି ଅପପ୍ରଚାର କଲେ, ଓପିଏସ୍‌ସି କେନ୍ଦ୍ରୀୟ ଲୋକସେବା ଆୟୋଗ ଦ୍ୱାରା ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ପରୀକ୍ଷାରେ ଅଂଶଗ୍ରହଣ ପାଇଁ ଅଯୋଗ୍ୟ ବିବେଚିତ ହେବେ ବୋଲି ଆୟୋଗର ସଚିବ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri