Posted inଜାତୀୟ

ଇ-ସିଗାରେଟ ନିଷିଦ୍ଧ ବିଲ୍‌ ଲୋକ ସଭାରେ ଆଗତ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ଇ-ସିଗାରେଟ ଏବଂ ଅନୁରୂପ ସାମଗ୍ରୀ ଉତ୍ପାଦନ, ବିକ୍ରି ଓ ଆମଦାନୀ ବନ୍ଦ କରିବା ଲାଗି ଶୁକ୍ରବାର ଲୋକ ସଭାରେ ବିଲ୍‌ ଆଗତ ହୋଇଛି। ଇଲେକ୍ଟ୍ରୋନିକ୍‌ ସିଗାରେଟ ନିଷିଦ୍ଧ କରିବା ଲାଗି ସରକାର ନିକଟରେ ଅଧ୍ୟାଦେଶ ଜାରି କରିଥିଲେ। ଲୋକ ସଭାରେ ଅଣାଯାଇଥିବା ବିଲ୍‌ ଆଇନରେ ପରିଣତ ହେଲେ ତାହା ଅଧ୍ୟାଦେଶ ସ୍ଥାନରେ ଲାଗୁ ହେବ। ଇ-ସିଗାରେଟ ଜନସାଧାରଣ ବିଶେଷ କରି ଯୁବବର୍ଗଙ୍କ ସ୍ବାସ୍ଥ୍ୟ ପାଇଁ ହାନିକାରକ ହୋଇଥିବାରୁ ଏହାର ଉତ୍ପାଦନ, ଆମଦାନୀ, ଗଚ୍ଛିତ ରଖିବା ଏବଂ ବିକ୍ରିକୁ ନିଷିଦ୍ଧ କରିବା ଲାଗି ସରକାର ନିଷ୍ପତ୍ତି ନେଇଥିଲେ। ଉକ୍ତ ଆଇନର ଉଲ୍ଲଂଘନ କଲେ ତିନିବର୍ଷ ଜେଲଦଣ୍ଡ ସାଙ୍ଗକୁ ଜରିମାନା ବ୍ୟବସ୍ଥା ରହିଛି।
ଆସନ୍ତା ସପ୍ତାହରେ ସ୍ବତନ୍ତ୍ର ସୁରକ୍ଷା ଗ୍ରୁପ୍‌ (ଏସ୍‌ପିଜି) ଆଇନ୍‌ରେ ସଂଶୋଧନ ନେଇ ଲୋକ ସଭାରେ ବିଲ୍‌ ଗୃହୀତ ହେବ ବୋଲି ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ବାଲ କହିଛନ୍ତି। ଏସ୍‌ପିଜି କମାଣ୍ଡୋମାନେ ପ୍ରଧାନମନ୍ତ୍ରୀ ଓ ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇ ଦେଇଥାନ୍ତି। ଏହା ବ୍ୟତୀତ ବିପଦ ଆଶଙ୍କାକୁ ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଓ ସେମାନଙ୍କ ପରିବାରକୁ କିଛିବର୍ଷ ପାଇଁ ଏହି ସୁରକ୍ଷା ମିଳିଥାଏ। ଏସ୍‌ପିଜି ଆଇନରେ ସଂଶୋଧନକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିସାରିଛି। ପ୍ରସ୍ତାବିତ ସଂଶୋଧନ ଅନୁଯାୟୀ ପୂର୍ବତନ ପ୍ରଧାନମନ୍ତ୍ରୀମାନଙ୍କ ପରିବାରକୁ ଆଉ ଏସ୍‌ପିଜି ସୁରକ୍ଷା ମିଳିବ ନାହିଁ ବୋଲି ଜଣାପଡିଛି। ଗାନ୍ଧୀ ପରିବାରକୁ ୩ ଦଶନ୍ଧି ଧରି ମିଳୁଥିବା ଏସ୍‌ପିଜି ସୁରକ୍ଷା ବ୍ୟବସ୍ଥାକୁ ସରକାର ନିକଟରେ ପ୍ରତ୍ୟାହାର କରିନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri