Posted inଖେଳ

ଇଂଲଣ୍ଡ ଅଧିନାୟକ ପଦ ଛାଡ଼ିପାରନ୍ତି ମୋର୍ଗାନ

ଲଣ୍ଡନ,୧୭।୮- ଆଇସିସି ବିଶ୍ୱକପ୍‌ ଚାମ୍ପିୟନ ଇଂଲଣ୍ଡ ଦଳର ଅଧିନାୟକ ଇଆନ ମୋର୍ଗାନ ପଦ ଛାଡ଼ିବା ନେଇ ଚିନ୍ତା କରୁଛନ୍ତି। ତାଙ୍କ ଅଣ୍ଟାଜନିତ ଆହତ ସମସ୍ୟା ଯୋଗୁ ସେ ଏଭଳି ଚିନ୍ତା କରୁଥିବା କହିଛନ୍ତି। ମୋର୍ଗାନଙ୍କ ନେତୃତ୍ୱରେ ଇଂଲଣ୍ଡ ଗତ ମାସରେ ସଂଘର୍ଷପୂର୍ଣ୍ଣ ଫାଇନାଲରେ ନ୍ୟୁଜିଲାଣ୍ଡକୁ ହରାଇ ବିଶ୍ୱକପ୍‌ ଜିତି ଇତିହାସ ସୃଷ୍ଟି କରିଥିଲା। ଏହି ମେଗା ଇଭେଣ୍ଟ ପରେ ସେ ମିଡ୍‌ଲଏକ୍ସ ପାଇଁ ୪ ଟି୨୦ ମ୍ୟାଚ୍‌ ଖେଳିଥିଲେ। ହେଲେ ଅଣ୍ଟା ସମସ୍ୟା ଯୋଗୁ ସସକ୍ସେ ବିପକ୍ଷ ମ୍ୟାଚ୍‌ରୁ ତାଙ୍କୁ ଓହରିବାକୁ ପଡ଼ିଥିଲା। ବିଶ୍ୱକପ୍‌ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ସେ ଆହତ ହୋଇଥିଲେ। ହେଲେ ଯଥେଷ୍ଟ ସମୟ ପୂର୍ବରୁ ଫିଟ୍‌ ହୋଇ ଆଫଗାନିସ୍ତାନ ବିପକ୍ଷ ମୁକାବିଲାରେ ୭୧ ବଲରୁ ୧୪୮ ରନ୍‌ର ବିସ୍ଫୋରକ ଇନିଂସ ଖେଳିଥିଲେ। ବିବିସିକୁ ଏକ ସାକ୍ଷାତ୍‌କାର ଦେଇ ମୋର୍ଗାନ କହିଛନ୍ତି, ଏହା ଶାରୀରିକ ସମସ୍ୟା। ମୋତେ ଫିଟ୍‌ ହେବା ପାଇଁ ସମୟ ଲାଗିବ। ମୁଁ ଅଧିନାୟକ ଭାର ନେବାକୁ ଚାହେଁ। କିନ୍ତୁ ମୋତେ ପ୍ରଥମେ ମୋ ଶରୀର କଥା ଚିନ୍ତା କରିବାକୁ ପଡ଼ିବ। ଏଥିଯୋଗୁ ନେତୃତ୍ୱ ଛାଡ଼ିବା ପାଇଁ ମୁଁ ଚିନ୍ତା କରୁଛି। ନିଷ୍ପତ୍ତି ନେବା ପାଇଁ ମୋତେ ଆହୁରି ସମୟ ଦରକାର। କାରଣ ଏହା ଏକ ବଡ଼ ନିଷ୍ପତ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ୧୬୦୦ କୋଟିର ଆମେରିକୀୟ ଡ୍ରୋନ ଗାଏବ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri