Posted inଖେଳ

ଇଂଲଣ୍ଡ ଗସ୍ତ: ପାକିସ୍ତାନ ଦଳରେ ନବାଗତ ହାଇଦର

କରାଚୀ,୧୨।୬ (ପି.ଟି.): ଆଗାମୀ ଇଂଲଣ୍ଡ ଗସ୍ତ ପାଇଁ ପାକିସ୍ତାନ ଏକ ୨୯ ଜଣିଆ ଦଳ ଘୋଷଣା କରିଛି। ଏଥିରେ ୪ ବର୍ଷ ପରେ ଦ୍ରୁତ ବୋଲର ସୋହେଲ ଖାନ୍‌ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ଗସ୍ତରେ ପାକିସ୍ତାନ ୩ଟି ଲେଖାଏ ଟେଷ୍ଟ ଓ ଟି୨୦ ମ୍ୟାଚ୍‌ ଖେଳିବ। ସେହିପରି ଯୁବ ଦ୍ରୁତ ବୋଲର ହାଇଦର ଅଲୀ ପ୍ରଥମ ଥର ପାଇଁ ଜାତୀୟ ଦଳରେ ସ୍ଥାନ ପାଇଛନ୍ତି। ୨୦୧୯-୨୦ ସେସନରେ ହାଇଦର ଉଚ୍ଚକୋଟୀର ପ୍ରଦର୍ଶନ ଚୟନକର୍ତ୍ତାଙ୍କୁ ପ୍ରଭାବିତ କରିଛନ୍ତି।
ବ୍ୟକ୍ତିଗତ କାରଣ ଦର୍ଶାଇ ମହମ୍ମଦ ଆମୀର ଓ ହାରିସକ ସୋହେଲ ଗସ୍ତରୁ ଓହରିଯିବା ପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏହି ପରିବର୍ତ୍ତୀତ ଦଳ ଘୋଷଣା କରିଛି। କୋଭିଡ୍‌ -୧୯ ପରିସ୍ଥିତିକୁ ଦୃଷ୍ଟିରେ ରଖି ୪ଜଣ ରିଜର୍ଭ ଖେଳାଳିଙ୍କୁ ଦଳରେ ସାମିଲ କରାଯାଇଛି। ଦଳର ସବୁ ଖେଳାଳି ଗସ୍ତର ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଇଂଲଣ୍ଡରେ ରହିବେ। ଦୀର୍ଘ ଦିନ ଧରି କ୍ରିକେଟ ଖେଳି ନ ଥିବାରୁ ଏହି ଗସ୍ତ ଆମ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି ବୋଲି ପାକିସ୍ତାନ କୋଚ୍‌ ମିସବା- ଉଲ- ହକ୍‌ କହିଛନ୍ତି।
ପାକିସ୍ତାନ ଦଳ: ଅବିଦ ଅଲୀ, ଫକାର ଜମାନ, ଇମାମ- ଉଲ- ହକ, ଶାନ ମାସୁଦ, ଆଝାର ଅଲୀ (ଅଧିନାୟକ), ବାବର ଆଜମ (ଟେଷ୍ଟ ଉପ- ଅଧିନାୟକ, ଟି୨୦ ଅଧିନାୟକ), ଆସାଦ ସାଫିକ, ଫଓ୍ବାଦ ଆଲମ, ହାଇଦର ଅଲୀ, ଇଫତିକାର ଅହମ୍ମଦ, ଖୁସିଦିଲ ଶାହା, ମହମ୍ମଦ ହାଫିଜ, ସୋଏବ ମଲିକ, ମହମ୍ମଦ ରିଜ୍‌ଓ୍ବାନ (ଉଇକେଟକିପର), ସର୍ଫରାଜ ଅହମ୍ମଦ (ଉଇକେଟକିପର), ଫହିମ ଆଶ୍ରଫ୍‌, ହାରିସ ରୌଫ୍‌, ଇମ୍ରାନ ଖାନ୍‌, ମହମ୍ମଦ ଆବାସ, ମହମ୍ମଦ ହାସନୈନ, ନସିମ ଶାହ, ଶାହିନ ଶାହ ଆଫ୍ରିଦି, ସୋହେଲ ଖାନ, ଉସ୍‌ମାନ ସିନଓ୍ବାରୀ, ଓ୍ବାହାମ ରିୟାଜ, ଇମାଦ ଓ୍ବାସିମ୍‌, କାସିଫ୍‌ ଭଟ୍ଟି, ଶଦାବ ଖାନ ଓ ୟାସିର ଶାହା।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?