Posted inଖେଳ

ଇଂଲଣ୍ଡ-ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମୁକାବିଲା

ଲଣ୍ଡନ, ୨୯।୫: କ୍ରିକେଟ ବିଶ୍ୱକପର ଦ୍ୱାଦଶ ସଂସ୍କରଣ ପାଇଁ କ୍ଷେତ୍ର ପ୍ରସ୍ତୁତ। ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହି କ୍ରିକେଟ ମହାକୁମ୍ଭ। ଦୀର୍ଘ ଦେଢ଼ା ମାସଧରି ଏବେ ଦେଖିବାକୁ ମିଳିବ ବ୍ୟାଟ୍‌, ବଲ୍‌ର ରୋମାଞ୍ଚ। ଆସିବ କ୍ରିକେଟ ଫିଭର। ଇଂଲଣ୍ଡର ୧୧ଟି ଗ୍ରାଉଣ୍ଡରେ ଏହି ମେଗା ପ୍ରତିଯୋଗିତା ମେ ୩୦ରୁ ଜୁଲାଇ ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ଭାଗନେବେ ବିଶ୍ୱର ଶ୍ରେଷ୍ଠ ୧୦ ଦଳ। ଆୟୋଜକ ଇଂଲଣ୍ଡ ସମେତ ଭାରତ, ଦକ୍ଷିଣ ଆଫ୍ରିକା, ଅଷ୍ଟ୍ରେଲିଆ, ନ୍ୟୁଜିଲାଣ୍ଡ, ପାକିସ୍ତାନ, ବାଂଲାଦେଶ, ଶ୍ରୀଲଙ୍କା, ଆଫଗାନିସ୍ତାନ ଓ ଓ୍ବେଷ୍ଟଇଣ୍ଡିଜ ଏଥିରେ ଭାଗ୍ୟ ପରୀକ୍ଷା କରିବେ। ଲଣ୍ଡନର କେନିଙ୍ଗଟନ ଓଭାଲ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ ଅନୁଷ୍ଠିତ ହେବ। ଜୁନ ୫ରେ ସାଉଥାମ୍ପଟନର ରୋଜ୍‌ ବାଉଲ୍‌ଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରୁ ଭାରତ ଏହାର ଅଭିଯାନ ଆରମ୍ଭ କରିବ।
କ୍ରିକେଟ ବିଶ୍ୱକପର ୪୪ ବର୍ଷର ଇତିହାସରେ ଅଷ୍ଟ୍ରେଲିଆ ସର୍ବାଧିକ ୫ ଥର ଟାଇଟଲ ହାସଲ କରିଛି। ୧୯୮୭, ୧୯୯୯, ୨୦୦୩, ୨୦୦୭ ଓ ୨୦୧୫ରେ ଏହି ଦଳ ପିନ୍ଧିଛି ବିଜୟ ମୁକୁଟ। ଅର୍ଥାତ୍‌ ଏହି ଦଳ ଏଥର ଡିଫେଣ୍ଡିଂ ଚାମ୍ପିୟନଭାବେ ବିଶ୍ୱକପରେ ଅବତୀର୍ଣ୍ଣ ହେବ। ଭାରତ ୧୯୮୩ ଓ ୨୦୧୧ରେ ଏବଂ ଓ୍ବେଷ୍ଟଇଣ୍ଡିଜ ୧୯୭୫ ଓ ୧୯୭୯ରେ ୨ ଥର ଲେଖାଏ ଚାମ୍ପିୟନ ହେବାର ସୌଭାଗ୍ୟ ପାଇଛନ୍ତି। ଅନ୍ୟ ଦଳଗୁଡ଼ିକ ମଧ୍ୟରେ ପାକିସ୍ତାନ(୧୯୯୨) ଓ ଶ୍ରୀଲଙ୍କା(୧୯୯୬) ଥରେ ଲେଖାଏ ଟ୍ରଫି ଜିତିବାର ସ୍ବାଦ ପାଇଥିବାବେଳେ ଇଂଲଣ୍ଡ ପାଇଁ ଏହା ଏପର୍ଯ୍ୟନ୍ତ ଅପହଞ୍ଚ ଇଲାକା ହୋଇ ରହିଛି। ଦଳ ୧୯୭୯, ୧୯୮୭ ଓ ୧୯୯୨ରେ ଫାଇନାଲ ଖେଳିଥିଲେ ହେଁ ୩ ଥର ଯାକ ରନର୍ସଅପ୍‌ରେ ସନ୍ତୁଷ୍ଟ ହୋଇଛି। ଏଥର ଆୟୋଜକଭାବେ ଇଂଲଣ୍ଡ ଟାଇଟଲ ଦାବିଦାରଭାବେ ଉଭା ହୋଇଛି। ଇଂଲଣ୍ଡ ପାଇଁ ବିଶ୍ୱକପ ଆୟୋଜନ ଏହା ପ୍ରଥମ କଥା ନୁହେଁ। ପୂର୍ବରୁ ଏହି ଦେଶରେ ୧୯୭୫, ୧୯୭୯, ୧୯୮୩ ଓ ୧୯୯୯ରେ ବିଶ୍ୱକପ ଆୟୋଜିତ ହୋଇଛି। ତେବେ ଏଥର ଖେଳାଳିଙ୍କ ଫର୍ମ ବିଶ୍ୱକପକୁ ହଟ୍‌ ଫେଭରାଇଟ ସିଟ୍‌ରେ ବସାଇଛି।
ଏଥର ପ୍ରତିଯୋଗିତାରେ ଭାଗ ନେଉଥିବା ଦଳ ଗୁଡ଼ିକ ପରସ୍ପର ସହିତ ଖେଳିବା ପରେ ଶ୍ରେଷ୍ଠ ୪ ଦଳ ସେମିଫାଇନାଲକୁ ଉନ୍ନୀତ ହେବେ। ପ୍ରଥମ ସେମିଫାଇନାଲ ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫୋର୍ଡଠାରେ ଜୁଲାଇ ୯ ଓ ଦ୍ୱିତୀୟ ସେମିଫାଇନାଲ ଏଜବାଷ୍ଟନଠାରେ ଜୁଲାଇ ୧୧ରେ ଖେଳାଯିବ। ମେଗା ଫାଇନାଲ କ୍ରିକେଟର ମକ୍କାଭାବେ ପରିଚିତ ଲଡର୍‌ସ ଗ୍ରାଉଣ୍ଡରେ ଜୁଲାଇ ୧୪ରେ ଅନୁଷ୍ଠିତ ହେବ। କ୍ରିକେଟର ଏହି ସର୍ବୋଚ୍ଚ ପ୍ରତିଯୋଗିତା ପାଇଁ କ୍ରୀଡ଼ା ପ୍ରେମୀଙ୍କ ନିକଟରେ ଏବେ ନାହିଁ ନ ଥିବା ଉତ୍କଣ୍ଠା। ଭାରତୀୟ ଦଳର ଶୁଭ ମନାସି ଏବେ ଦେଶର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଯାଇଛି ପୂଜାର୍ଚ୍ଚନା। ଇଂଲଣ୍ଡ, ଅଷ୍ଟ୍ରେଲିଆ ସହିତ ଭାରତ ହଟ୍‌ ଫେଭରାଇଟ ତାଲିକାରେ ଥିବାରୁ କ୍ରୀଡ଼ାପ୍ରେମୀଙ୍କ ଉତ୍ସାହ ଦ୍ୱିଗୁଣିତ ହୋଇଛି। ଏବେ କେବଳ ଟୁର୍ନାମେଣ୍ଟ ଆରମ୍ଭକୁ ଅପେକ୍ଷା।


Enter your email to get our daily news in your inbox.

All Right Reserved By Dharitri.Com

‘ଭଗବାନ ଆମ ସହ…’, ବିଧାନସଭାରେ ଏମିତି କାହିଁକି କହିଲେ ତାମିଲନାଡୁ CM ବିଜୟ, ହେଲାଣି ଚର୍ଚ୍ଚା

ଚେନ୍ନାଇ,୮।୯: ତାମିଲନାଡୁର ସରକାରୀ ମଦ ବିକ୍ରି କମ୍ପାନୀ ‘ଟାସ୍ମାକ’ (TASMAC)ରେ କଥିତ ଦୁର୍ନୀତିକୁ ନେଇ ପୂର୍ବତନ DMK ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ।…

୩ ରାଶି ଉପରେ ଶନିଙ୍କ ସାଢେସାତୀର ଛାୟା, ଜାଣନ୍ତୁ କେବେ ଶେଷ ହେବ ଦୁର୍ଦ୍ଦଶା

ବୈଦିକ ଜ୍ୟୋତିଷ ଅନୁସାରେ ଶନି ଗ୍ରହଙ୍କ ଗୋଚରର ବ୍ୟକ୍ତିଙ୍କ ଜୀବନ ଉପରେ ବିଶେଷ ପ୍ରଭାବ ରହିଥାଏ। ଜନ୍ମକୁଣ୍ଡଳୀର ଚନ୍ଦ୍ର ରାଶିଠାରୁ ଶନି ଦ୍ୱାଦଶ, ପ୍ରଥମ ଓ ଦ୍ୱିତୀୟ…

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri