Posted inଖେଳ

ଇଂଲଣ୍ଡ ଦଳକୁ ଫେରିଲେ ଫୋକ୍ସ, ଜେନିଙ୍ଗ୍ସ

ଲଣ୍ଡନ, ୧୨ା୨ (ଏଏଫ୍‌ପି)- ଶ୍ରୀଲଙ୍କା ଟୁର୍‌ ପାଇଁ ଇଂଲଣ୍ଡ ଟେଷ୍ଟ ଦଳକୁ ଏକ ବର୍ଷ ବ୍ୟବଧାନରେ ପ୍ରତ୍ୟାବର୍ତ୍ତନ କରିଛନ୍ତି ବେନ୍‌ ଫୋକ୍ସ ଏବଂ କିଟନ ଜେନିଙ୍ଗ୍ସ। ୧୨ ମାସ ପୂର୍ବେ ଓ୍ବେଷ୍ଟଇଣ୍ଡିଜ ଟୁର୍‌ ପରେ ଲାଙ୍କାଶାୟାର ଓପନର ଜେନିଙ୍ଗ୍ସ ଏବଂ ସରେ ଉଇକେଟକିପର ବ୍ୟାଟ୍ସମ୍ୟାନ ଫୋକ୍ସ ଦଳର ବାଦ୍‌ ପଡ଼ିଥିଲେ। ଇଂଲଣ୍ଡ ତରଫରୁ ୧୭ ଥର ପ୍ରତିନିଧିତ୍ୱ କରିସାରିଥିବା ଜେନିଙ୍ଗ୍ସ ତାଙ୍କର ଉଭୟ ଟେଷ୍ଟ ଶତକ ଉପମହାଦେଶରେ ହାସଲ କରିଛନ୍ତି। ଅନ୍ୟପରେ ୨୦୧୮ରେ ଶ୍ରୀଲଙ୍କା ବିପକ୍ଷରେ ଇଂଲଣ୍ଡର କ୍ଲିନ ସୁଇପ୍‌ ବିଜୟରେ ଫୋକ୍ସ ପ୍ଲେୟର ଅଫ୍‌ ଦି ସିରିଜ ହୋଇଥିଲେ। ଫୋକ୍ସ ୫ ଟେଷ୍ଟ ମ୍ୟାଚରେ ବିଜୟ ହାସଲ କରିଛନ୍ତି। ୨୦୧୮ ନଭେମ୍ବରରେ ଗାଲେଠାରେ ତାଙ୍କ ପ୍ରଥମ ଟେଷ୍ଟ ବିଜୟର ସଫଳତା ହାସଲ କରିଥିଲେ। ଏହି ମ୍ୟାଚରେ ସେ ଏକ ଚମତ୍କାର ଶତକ ହାସଲ କରିଥିଲେ। ଇଂଲଣ୍ଡର ରେକର୍ଡ ଉଇକେଟ ହାସଲକାରୀ ବୋଲର ଜେମ୍ସ ଆଣ୍ଡରସନ ଏପର୍ଯ୍ୟନ୍ତ ଆଘାତଜନିତ ସମସ୍ୟାରୁ ମୁକୁଳି ନ ଥିବାରୁ ଟୁର୍‌ରେ ସାମିଲ ହୋଇ ପାରିବେ ନାହିଁ। ଗତବର୍ଷ ବିଶ୍ୱକପ୍‌ ପରଠାରୁ ଫର୍ମ ଫେରିପାଇବା ଲାଗି ସଂଘର୍ଷ ଚଳାଇଥିବା ଜୋସ୍‌ ବଟଲରଙ୍କୁ ଚୟନକର୍ତ୍ତାମାନେ ଆଉ ଏକ ସୁଯୋଗ ଦେଇଛନ୍ତି। ହେଲେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଚୂଡ଼ାନ୍ତ ଦଳରେ ସ୍ଥାନ ପାଇଁ ତାଙ୍କୁ ଫୋକ୍ସଙ୍କ ସହିତ ପ୍ରତିଯୋଗିତାରେ ଅବତୀର୍ଣ୍ଣ ହେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri