Posted inଖେଳ

ଇଂଲଣ୍ଡର ନ୍ୟୁଜିଲାଣ୍ଡ ଗସ୍ତ: ଅଭ୍ୟାସ ମ୍ୟାଚ୍‌ ଡ୍ର

ଓ୍ବେଲିଂଟନ,୧୭।୧୧(ଏଏଫ୍‌ପି): ସ୍ଥାନୀୟ ଓ୍ବ୍‌ାଙ୍ଗାରେଇ କୋଭାମ ଓଭାଲ (ନ୍ୟୁ) ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡ ଏ’ ଓ ଭ୍ରମଣକାରୀ ଇଂଲଣ୍ଡ ଦଳ ମଧ୍ୟରେ ଖେଳାଯାଇଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ ରବିବାର ଅମୀମାଂସୀତ ଭାବେ ଶେଷ ହୋଇଛି। ଉଭୟ ବୋଲିଂ ଓ ବ୍ୟାଟିଂରେ ଇଂଲଣ୍ଡ ଦଳ ଭଲ ଅଭ୍ୟାସ କରିବାର ସୁଯୋଗ ହାସଲ କରିଛି। ଟସ୍‌ ଜିତି ନ୍ୟୁଜିଲାଣ୍ଡ ଏ’ ବ୍ୟାଟିଂ କରି ପ୍ରଥମ ଇନିଂସରେ ୮୪ ଓଭରରେ ୬ ଉଇକେଟ ହରାଇ ୩୦୨ ରନ ସଂଗ୍ରହ କରି ଇନିଂସ ଘୋଷଣା କରିଥିଲା। ଦଳ ତରଫରୁ ଗ୍ଲେନ୍‌ ଫିଲିପ୍ସ ୧୧୬ ରନର ଶତକୀୟ ପାଳି ଖେଳିଥିବା ବେଳେ ଓପନର ହାମିଶ ରଦରଫୋର୍ଡ ୫୯, ଉଇକେଟକିପର ବ୍ୟାଟ୍ସମ୍ୟାନ ଟମ୍‌ ବ୍ଲୁଣ୍ଡେଲ ୬୦ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଜୋଫ୍ରା ଆର୍ଚର ଓ ବେନ୍‌ ଷ୍ଟୋକ୍ସ ୨ଟି ଲେଖାଏ, ଷ୍ଟୁଆର୍ଟ ବ୍ରଡ ଓ ଜ୍ୟାକ ଲିଚ୍‌ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ୧୧୭. ୫ ଓଭରରେ ୪୦୫ ରନ କରି ଅଲଆଉଟ ହେବା ସହ ୧୦୩ ରନର ଅଗ୍ରଣୀ ହାସଲ କରିଥିଲା। ଦଳ ତରଫରୁ ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋଶ ବଟ୍‌ଲର ସର୍ବାଧିକ ୧୧୦ ରନର ଶତକୀୟ ପାଳି ଖେଳିଥିଲେ। ସହିପରି ଓଲି ପୋପ ୮୮, ଜୋ ଡେନଲୀ ୬୮ରନ ଅର୍ଦ୍ଧଶତକୀଳ ପାଳି ଖେଳିଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ଏ’ ତରଫରୁ ସ୍କଟ କୁଗଲେଜିନ ୩, ଡାରିଲ ମିଚେଲ ଓ ବ୍ଲେୟାର ଟିକ୍‌ନର ୨ଟି ଲେଖାଏ ଉଇକେଟ ହାସଲ କରିଥିଲେ।
ଏହାପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ନ୍ୟୁଜିଲାଣ୍ଡ ଏ’ ତୃତୀୟ ତଥା ଅନ୍ତିମ ଦିବସ ଶେଷ ସୁଦ୍ଧା ୬୮ ଓଭରରେ ୮ ଉଇକେଟ ହରାଇ ୧୬୯ ରନ ସଂଗ୍ରହ କରିଥିଲା। ଦଳ ତରଫରୁ କୌଣସି ଖେଳାଳି ଅର୍ଦ୍ଧଶତକ ହସଲ କରିପାରି ନ ଥିଲେ। ତେବେ ବୋଲିଂରେ ଇଂଲଣ୍ଡ ତରଫରୁ ଆର୍ଚର ଓ ସାମ କୁରାନ ୩ଟି ଲେଖାଏ, ବ୍ରଡ ଓ ଷ୍ଟୋକ୍ସ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ। ଗୁରୁବାରଠାରୁ ଟାଉରାଙ୍ଗଠାରୁ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri