Posted inଖେଳ

ଇଂଲଣ୍ଡରେ କ୍ରିକେଟ ମହାକୁମ୍ଭ 

ଲଣ୍ଡନ, ୩୦।୫: କ୍ରିକେଟ ବିଶ୍ୱକପର ଦ୍ୱାଦଶ ସଂସ୍କରଣ ପାଇଁ କ୍ଷେତ୍ର ପ୍ରସ୍ତୁତ। ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହି କ୍ରିକେଟ ମହାକୁମ୍ଭ। ଦୀର୍ଘ ଦେଢ଼ ମାସଧରି ଏବେ ଦେଖିବାକୁ ମିଳିବ ବ୍ୟାଟ୍‌, ବଲ୍‌ର ରୋମାଞ୍ଚ। ଆସିବ କ୍ରିକେଟ ଫିଭର। ଇଂଲଣ୍ଡର ୧୧ଟି ଗ୍ରାଉଣ୍ଡରେ ଏହି ମେଗା ପ୍ରତିଯୋଗିତା ମେ ୩୦ରୁ ଜୁଲାଇ ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ଭାଗନେବେ ବିଶ୍ୱର ଶ୍ରେଷ୍ଠ ୧୦ ଦଳ। ଆୟୋଜକ ଇଂଲଣ୍ଡ ସମେତ ଭାରତ, ଦକ୍ଷିଣ ଆଫ୍ରିକା, ଅଷ୍ଟ୍ରେଲିଆ, ନ୍ୟୁଜିଲାଣ୍ଡ, ପାକିସ୍ତାନ, ବାଂଲାଦେଶ, ଶ୍ରୀଲଙ୍କା, ଆଫଗାନିସ୍ତାନ ଓ ଓ୍ବେଷ୍ଟଇଣ୍ଡିଜ ଏଥିରେ ଭାଗ୍ୟ ପରୀକ୍ଷା କରିବେ। ଲଣ୍ଡନର କେନିଙ୍ଗଟନ ଓଭାଲ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ ଅନୁଷ୍ଠିତ ହେବ। ଜୁନ ୫ରେ ସାଉଥାମ୍ପଟନର ରୋଜ୍‌ ବାଉଲ୍‌ଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚରୁ ଭାରତ ଏହାର ଅଭିଯାନ ଆରମ୍ଭ କରିବ।
କ୍ରିକେଟ ବିଶ୍ୱକପର ୪୪ ବର୍ଷର ଇତିହାସରେ ଅଷ୍ଟ୍ରେଲିଆ ସର୍ବାଧିକ ୫ ଥର ଟାଇଟଲ ହାସଲ କରିଛି। ୧୯୮୭, ୧୯୯୯, ୨୦୦୩, ୨୦୦୭ ଓ ୨୦୧୫ରେ ଏହି ଦଳ ପିନ୍ଧିଛି ବିଜୟ ମୁକୁଟ। ଅର୍ଥାତ୍‌ ଏହି ଦଳ ଏଥର ଡିଫେଣ୍ଡିଂ ଚାମ୍ପିୟନଭାବେ ବିଶ୍ୱକପରେ ଅବତୀର୍ଣ୍ଣ ହେବ। ଭାରତ ୧୯୮୩ ଓ ୨୦୧୧ରେ ଏବଂ ଓ୍ବେଷ୍ଟଇଣ୍ଡିଜ ୧୯୭୫ ଓ ୧୯୭୯ରେ ୨ ଥର ଲେଖାଏ ଚାମ୍ପିୟନ ହେବାର ସୌଭାଗ୍ୟ ପାଇଛନ୍ତି। ଅନ୍ୟ ଦଳଗୁଡ଼ିକ ମଧ୍ୟରେ ପାକିସ୍ତାନ(୧୯୯୨) ଓ ଶ୍ରୀଲଙ୍କା(୧୯୯୬) ଥରେ ଲେଖାଏ ଟ୍ରଫି ଜିତିବାର ସ୍ବାଦ ପାଇଥିବାବେଳେ ଇଂଲଣ୍ଡ ପାଇଁ ଏହା ଏପର୍ଯ୍ୟନ୍ତ ଅପହଞ୍ଚ ଇଲାକା ହୋଇ ରହିଛି। ଦଳ ୧୯୭୯, ୧୯୮୭ ଓ ୧୯୯୨ରେ ଫାଇନାଲ ଖେଳିଥିଲେ ହେଁ ୩ଥର ଯାକ ରନର୍ସଅପ୍‌ରେ ସନ୍ତୁଷ୍ଟ ହୋଇଛି। ଏଥର ଆୟୋଜକଭାବେ ଇଂଲଣ୍ଡ ଟାଇଟଲ ଦାବିଦାର ଭାବେ ଉଭା ହୋଇଛି। ଇଂଲଣ୍ଡ ପାଇଁ ବିଶ୍ୱକପ ଆୟୋଜନ ଏହା ପ୍ରଥମ କଥା ନୁହେଁ। ପୂର୍ବରୁ ଏହି ଦେଶରେ ୧୯୭୫, ୧୯୭୯, ୧୯୮୩ ଓ ୧୯୯୯ରେ ବିଶ୍ୱକପ ଆୟୋଜିତ ହୋଇସାରିଛି। ତେବେ ଏଥର ଖେଳାଳିଙ୍କ ଫର୍ମ ବିଶ୍ୱକପକୁ ହଟ୍‌ ଫେଭରାଇଟ ସିଟ୍‌ରେ ବସାଇଛି।
ଏଥର ପ୍ରତିଯୋଗିତାରେ ଭାଗ ନେଉଥିବା ଦଳଗୁଡ଼ିକ ପରସ୍ପର ସହିତ ଖେଳିବା ପରେ ଶ୍ରେଷ୍ଠ ୪ ଦଳ ସେମିଫାଇନାଲକୁ ଉନ୍ନୀତ ହେବେ। ପ୍ରଥମ ସେମିଫାଇନାଲ ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫୋର୍ଡଠାରେ ଜୁଲାଇ ୯ ଓ ଦ୍ୱିତୀୟ ସେମିଫାଇନାଲ ଏଜବାଷ୍ଟନଠାରେ ଜୁଲାଇ ୧୧ରେ ଖେଳାଯିବ। ମେଗା ଫାଇନାଲ କ୍ରିକେଟର ମକ୍କା ଭାବେ ପରିଚିତ ଲଡର୍‌ସ ଗ୍ରାଉଣ୍ଡରେ ଜୁଲାଇ ୧୪ରେ ଅନୁଷ୍ଠିତ ହେବ। କ୍ରିକେଟର ଏହି ସର୍ବୋଚ୍ଚ ପ୍ରତିଯୋଗିତା ପାଇଁ କ୍ରୀଡ଼ା ପ୍ରେମୀଙ୍କ ନିକଟରେ ଏବେ ନାହିଁ ନ ଥିବା ଉତ୍କଣ୍ଠା। ଭାରତୀୟ ଦଳର ଶୁଭ ମନାସି ଏବେ ଦେଶର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଯାଇଛି ପୂଜାର୍ଚ୍ଚନା। ଇଂଲଣ୍ଡ, ଅଷ୍ଟ୍ରେଲିଆ ସହିତ ଭାରତ ହଟ୍‌ ଫେଭରାଇଟ ତାଲିକାରେ ଥିବାରୁ କ୍ରୀଡ଼ାପ୍ରେମୀଙ୍କ ଉତ୍ସାହ ଦ୍ୱିଗୁଣିତ ହୋଇଛି। ଏବେ କେବଳ ଟୁର୍ନାମେଣ୍ଟ ଆରମ୍ଭକୁ ଅପେକ୍ଷା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?