Posted inରାଜ୍ୟ

ଇଂଲିଶରେ ନୟାଗର୍‌ ଲେଖାକୁ ବିରୋଧ: ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ନୟାଗଡ଼ ଅଫିସ,୧୩।୭: ଇଂଲିଶରେ ନୟାଗର୍‌ ନୁହେଁ ନୟାଗଡ଼ ଲେଖିବା ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ରୋଟାରୀ କ୍ଲବ ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ରୋଟାରୀ କ୍ଲବର ରୋଟାରିଆନ୍‌ମାନେ ଜିଲାପାଳ ଡା. ଏନ୍‌ ତିରୁମାଲା ନାୟକଙ୍କୁ ଭେଟି ସେମାନଙ୍କ ଦାବିପତ୍ର ପ୍ରଦାନ କରିଥିଲେ।
ଦର୍ଶାଯାଇଛି ଯେ, ୭ ଶହ ବର୍ଷ ତଳୁ ରାଜା ବାଘା ସିଂ ଗଡ଼ ପ୍ରତିଷ୍ଠା କଲା ପରେ ନୟାଗଡ଼ ନାଁରେ ଏହି ଭୂଖଣ୍ଡ ନାମିତ ହୋଇଆସୁଛି। ବ୍ରିଟିଶ ରାଜତ୍ୱ ସମୟରେ ଇଂଲିଶ ଭାଷାରେ ପ୍ରଚଳନ ପରେ ବିଟିଶ୍‌ ଶାସନ ନୟାଗଡ଼କୁ ଇଂଲିଶରେ ନୟାଗର୍‌ ( ଏନ୍‌ଏୱାଇଏଜିଏଆରଏଚ୍‌) ଭାବେ ଅଭିହିତ କରି ଏହାକୁ ପ୍ରଶାସନିକ ଶବ୍ଦ ଭାବେ ପ୍ରତିଷ୍ଠା କରାଇଥିଲେ। ନୟାଗଡ଼ର ପ୍ରକୃତ ବନାନ୍‌ ଇଂଲିଶରେ ନୟାଗଡ଼ ( ଏନ୍‌ଏୱାଇଏଜିଏଡିଏ) ହୋଇଥିଲେ ମଧ୍ୟ ତୁ୍ରଟିଯୁକ୍ତ ଭାବେ ଇଂଲିଶରେ ନୟାଗର୍‌ ଶବ୍ଦ ଭାବେ ବ୍ୟବହାର ହୋଇଆସୁଅଛି। ତୁ୍ରଟି ଇଂଲିଶ ଶବ୍ଦଟି ନୟାଗଡ଼ର ସାରସ୍ବତ ସମୃଦ୍ଧ , ଐତିହ୍ୟସମ୍ପନ୍ନ ବୌଦ୍ଧିକ ପରିମଣ୍ଡଳକୁ ଏକ ଉପହାସ ଭଳି ଲାଗୁଛି। ତେଣୁ ନୟାଗର୍‌ ନୁହେଁ ଇଂଲିଶରେ ନୟାଗଡ଼ ଲେଖିବା ପାଇଁ ସେମାନେ ଦାବିପତ୍ରରେ ଜଣାଇଛନ୍ତି। ରୋଟାରୀ କ୍ଲବ ପକ୍ଷରୁ ରୋଟାରିଆନ୍‌ ପ୍ରମୋଦ ପଟ୍ଟନାୟକ, ମଦନ ମୋହନ ମହାପାତ୍ର, ସୁବୋଧ ଚନ୍ଦ୍ର ପଟ୍ଟନାୟକ, ନିରୁପମା ପଟ୍ଟନାୟକ, ଧୀରେନ୍ଦ୍ର କୁମାର ପଟ୍ଟନାୟକ, ମିହିର ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ରହି ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ । ଏହି…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri