ଇକୋ ଭିଲେଜ ପାଇଁ ସଜେଇହେଲା ମୁଦୁଲିଗାଡ଼ିଆ :ଗାଁରେ ରହି ମଜ୍ଜା ଉଠାଇବେ ପର୍ଯ୍ୟଟକ

ଗଣିଆ,୩ା୧୧(ଡି.ଏନ.ଏ.): ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ଅନ୍ତର୍ଗତ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳର ମୁଦୁଲିଗାଡିଆ ଗ୍ରାମକୁ ବନ୍ୟପ୍ରାଣୀ ବନ ବିଭାଗ ଦ୍ୱାରା ଇକୋ ଭିଲେଜରେ ପରିଣତ କରିବା ପାଇଁ ପ୍ରୟାସ ଜାରି ରହିଛି ା ଏଥିପାଇଁ ବିଭାଗ ତରଫରୁ ଗ୍ରାମକୁ ରଙ୍ଗବେରଙ୍ଗରେ ସଜେଇବା ଆରମ୍ଭ ହୋଇଛି ା ପ୍ରତି ପରିବାରର ଘରଗୁଡିକୁ ଗେରୁଆ ଓ ଧଳା ରଙ୍ଗ କରାଯିବା ସହ କାନ୍ଥଗୁଡିକରେ ନାନା ପ୍ରକାର ଝୋଟି ଚିତ୍ର କରାଯାଇଛି ା ପ୍ରତ୍ୟହ ସକାଳୁ ଗ୍ରାମର ମା’ ସାତଭଉଣୀ ପରିବେଶ ବିକାଶ ସମିତି ସଭ୍ୟାମାନଙ୍କ ଦ୍ୱାରା ଗାଁ ପରିବେଶ ସଫାସୁତରା କରାଯିବା ସହ ଘର ଅଗଣାକୁ ଗୋବରରେ ଲିପି ସୁନ୍ଦର ଭାବେ ସଜାଯାଉଛି। ଗ୍ରାମରେ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର ବନ୍ଦ କରିବା ସହ ପଲିଥିନ୍‌ ମୁକ୍ତ ପରିବେଶ ପାଇଁ ଗ୍ରାମବାସୀ ନିଷ୍ପତ୍ତି ନେଇଛନ୍ତି। ଗ୍ରାମର କୋଠଘର ଓ ସାମୂହିକ ଅନୁଷ୍ଠାନଗୁଡିକୁ ରଙ୍ଗବେରଙ୍ଗ ଆଲୋକମାଳାରେ ସଜାଯାଇଛି। ତେବେ ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳର ସାଉଥ୍‌ ବଡମୂଳ ମଙ୍ଗାନାସୀଠାରେ ଥିବା ଇକୋ ଟୁରିଜିମ୍‌ ସ୍ୟାଣ୍ଡ ରିସୋର୍ଟକୁ ଆସୁଥିବା ପର୍ଯ୍ୟଟକମାନେ ଏହି ଇକୋ ଭିଲେଜର ସୁନ୍ଦର ପରିବେଶରେ ବୁଲି ମଜ୍ଜା ଉଠାଇପାରିବେ ବୋଲି ଗ୍ରାମ୍ୟ ପରିବେଶ ବିକାଶ ସମିତି ତରଫରୁ କୁହାଯାଇଛି। ଆବଶ୍ୟକସ୍ଥଳେ ସାତକୋଶିଆ ପର୍ଯ୍ୟଟନ କେନ୍ଦ୍ରକୁ ବୁଲିଆସୁଥିବା ପର୍ଯ୍ୟଟକମାନେ ଇକୋ ଭିଲେଜରେ ଦେଶୀ ଖାଦ୍ୟ ଖାଇବା ସହ ରାତ୍ର ରହଣିର ବ୍ୟବସ୍ଥା ମଧ୍ୟ କରାଯାଉଛି। ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ୩୬ଟି ଗ୍ରାମକୁ ଇକୋ ଭିଲେଜରେ ପରିଣତ କରିବା ପାଇଁ ବନ୍ୟପ୍ରାଣୀ ବିଭାଗ ତରଫରୁ ଲକ୍ଷ୍ୟ ରଖାଯାଇଥିବା ବେଳେ ପ୍ରଥମଥର ପାଇଁ ମୁଦୁଲିଗାଡିଆ ଗ୍ରାମକୁ ପାଇଲଟ ପ୍ରକଳ୍ପ ଭାବେ ନିଆଯାଇ କାର୍ଯ୍ୟ ଆରମ୍ଭ ହୋଇଛି ା ତେବେ ଦେଶବିଦେଶର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବନ୍ୟପ୍ରାଣୀ ବିଭାଗ ଏହି ଇକୋ ଭିଲେଜ ନିର୍ମାଣ କରିବା ଓଡ଼ିଶାରେ ପ୍ରଥମ ବୋଲି ସମ୍ପୃକ୍ତ ବିଭାଗ ତରଫରୁ ସୂଚନା ମିଳିଛି ା ବିଗତ ୫ବର୍ଷ ଧରି ଏହି ଗ୍ରାମ ନିକଟରେ ଥିବା ମଙ୍ଗାନାସୀ ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ପ୍ରତି ଆକୃଷ୍ଟ ହୋଇ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri