ଇଚ୍ଛାମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପରେ ଚିକିତ୍ସା ଦାୟିତ୍ୱ ନେଲା ପ୍ରଶାସନ

ମାଲକାନଗିରି,୧୯।୧୦(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ସର୍ଗିଗୁଡ଼ା ଗ୍ରାମର ଜଣେ ଗରିବ ଆଦିବାସୀ ଝିଅ ଚମ୍ପା କାଲାକୁରା ଇଚ୍ଛାମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଖୋଲା ପତ୍ର ଲେଖିବା ପରେ ଜିଲା ପ୍ରଶାସନ ତାଙ୍କର ଚିକିତ୍ସା ଦାୟିତ୍ୱ ନେଇଛି। ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ ପରେ ଜିଲାପାଳ ମନୀଷ ଅଗ୍ରୱାଲଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରିରୁ ଏକ ଡାକ୍ତରୀ ଦଳ ଓ ବ୍ଲକର କର୍ମକର୍ତ୍ତା ତାଙ୍କ ଗ୍ରାମକୁ ଯାଇ ଆମ୍ବୁଲାନ୍ସ ଯୋଗେ ଆଣି ଶୁକ୍ରବାର ରାତିରେ ଜିଲା ସଦର ମହକୁମା ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି। ଅପରପକ୍ଷରେ ଯାହା ଆବଶ୍ୟକ ପଡ଼ିବ ସେଭଳି ଚିକିତ୍ସା ଯୋଗାଇ ଦିଆଯିବ ବୋଲି ଜିଲାପାଳ କହିଛନ୍ତି।
ସୂଚନାଯୋଗ୍ୟ, ସର୍ଗିଗୁଡ଼ା ଗ୍ରାମର ନରସିଂହ କାଲାକୁରାଙ୍କ ଝିଅ ଚମ୍ପା କାଲାକୁରା ଗତ ୨୦୦୬ ମସିହାରେ ସପ୍ତମ ଶ୍ରେଣୀରେ ପାଠ ପଢୁଥିବା ବେଳେ ହଠାତ୍‌ ହାତ ଗୋଡ଼ ଝିମା ମାରିଯାଇଥିଲା ା କିଛିଦିନ ଏହି ଭଳି ହେବା ପରେ ସେ ସମ୍ପୂର୍ଣ୍ଣ ଶଯ୍ୟାଶାୟୀ ହୋଇଯାଇଥିଲେ। ଅଜଣା ରୋଗରେ ପୀଡ଼ିତ ହୋଇ ଚମ୍ପା ଦୀର୍ଘ ୧୩ ବର୍ଷ ବିଛଣାରେ ପଡ଼ି ରହିଥିଲେ। ପରିବାରର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନ ଥିବାରୁ କେବଳ ଯନ୍ତ୍ରଣାରେ ଛଟପଟ ହେଉଥିଲେ। ଅସହ୍ୟ ହେବାରୁ ଇଚ୍ଛାମୃତ୍ୟୁ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିବା ଘଟଣା ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏହା ପରେ ଜିଲା ପ୍ରଶାସନ ତତ୍ପରତା ପ୍ରକାଶ କରି ତାଙ୍କୁ ଚିକିତ୍ସା ସୁବିଧା ଯୋଗାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?