ଇଛାକୃତ ଖିଲାପକାରୀଙ୍କୁ ନେଇ ଚିନ୍ତାରେ ବ୍ୟାଙ୍କ: ୫ ବର୍ଷରେ ବଢିଛନ୍ତି ୬୦%; ୨୦୧୪-୧୫ ପରଠାରୁ ବଢୁଛି

ନୂଆଦିଲ୍ଲୀ,୨୫-୬: ଗତ ୫ ବର୍ଷରେ ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଇଛାକୃତ ଖିଲାପକାରୀଙ୍କ ସଂଖ୍ୟା ୬୦% ବଢି ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ୮୫୮୨ ଛୁଇଁଛି। ୨୦୧୪-୧୫ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ଏହା ୫,୩୪୯ ରହିଥିଲା ବୋଲି ସୋମବାର ଲୋକସଭାକୁ ଲିଖିତ ଉତ୍ତରରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସୂଚନା ଦେଇଛନ୍ତି। ୨୦୧୪-୧୫ ପରଠାରୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଇଛାକୃତ ଖିଲାପକାରୀଙ୍କ ସଂଖ୍ୟାରେ ବୃଦ୍ଧି ଘଟି ଚାଲିଛି। ଏହା ୨୦୧୫-୧୬ରେ ୬,୫୭୫ ଥିବା ବେଳେ ୨୦୧୬-୧୭ରେ ୭,୦୭୯ ଏବଂ ୨୦୧୭-୧୮ ଆର୍ଥତ୍କ ବର୍ଷରେ ୭,୫୩୫କୁ ବୃଦ୍ଧି ଘଟିଥିଲା। ସେହିଭଳି ଗତ ୫ ବର୍ଷରେ ଇଛାକୃତ ଖିଲାପକାରୀଙ୍କଠାରୁ ସରକାର ୭୬୫୪ କୋଟି ଟଙ୍କା ଅସୁଲ କରିବାକୁ ସକ୍ଷମ ହୋଇଥିବା ସୀତାରାମନ କହିଛନ୍ତି। ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ଅସୁଲ ପାଇଁ ୮୧୨୧ ମାମଲା ସାମ୍ନାକୁ ଆସିଛି। ଏହାବାଦ ସରଫାଏସି ଆଇନରେ ୬,୨୫୧ ମାମଲାରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି।

ଦେଶର ୧୭ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ଠକେଇ ତଥା ଆପରାଧିକ କାର୍ଯ୍ୟ ଲାଗି ବ୍ୟକ୍ତିବିଶେଷଙ୍କ ବିରୋଧରେ ୨,୯୧୫ ମାମଲାରେ ଏତଲା ଦିଆଯାଇଛି। ରିଜର୍ଭ ବ୍ୟାଙ୍କର ପରାମର୍ଶ କ୍ରମେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଅର୍ଥମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଇଛାକୃତ ଖିଲାପକାରୀ ବ୍ୟକ୍ତି କୌଣସି କମ୍ପାନୀର ପ୍ରମୋଟର କିମ୍ବା ନିର୍ଦ୍ଦେଶକ ଥିଲେ ତାଙ୍କୁ ସେବି ନିୟମ ମୁତାବକ ପୁଞ୍ଜି ବଜାରରୁ ବାରଣ କରାଯାଇଛି। ଏହାବାଦ ୨୦୧୬ର ଇନସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ ଅନୁଯାୟୀ ଇଛାକୃତ ଖିଲାପକାରୀ ଇନସଲଭେନ୍ସି ପ୍ରକ୍ରିୟାରେ ଭାବେ ନେଇ ପାରିବେ ନାହିଁ ବୋଲି କୁହାଯାଇଛି।

ଦେଶ ଛାଡି ପଳାୟନ କରୁଥିବା ଖିଲାପକାରୀଙ୍କ ବିରୋଧିରେ କାର୍ଯ୍ୟାନୁଷ୍ଠାନ ଲାଗି ପଳାତକ ଆର୍ଥତ୍କ ଅପରାଧି ଆଇନ ୨୦୧୮ ଆସିଛି। ଏହା ଦ୍ୱାରା ପଳାତକ ଖିଲାପକାରୀ ବ୍ୟକ୍ତିଙ୍କ ସମ୍ପତ୍ତି ଜବତ କରିବାକୁ ସରକାର ସକ୍ଷମ ହେବେ। ଇଛାକୃତ ଖିଲାପକାରୀ ବ୍ୟକ୍ତିଙ୍କ ଫଟୋକୁ ପ୍ରକାଶନ କରିବା ଲାଗି ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ପରାମର୍ଶ ଦେଇଛନ୍ତି। ସେହିଭଳି ୫୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଋଣ ନେଉଥିବା ବ୍ୟକ୍ତିଙ୍କ ପାସପୋର୍ଟର ପ୍ରମାଣିତ କପି ରଖିବା ନେଇ ବ୍ୟାଙ୍କଗୁଡିକୁ କୁହାଯାଇଛି। ଏହି ବ୍ୟକ୍ତିଙ୍କ ବିରୋଧରେ ଲୁକ୍‌ ଆଉଟ ସର୍କୁଲାର ଜାରି କରିବା ଲାଗି ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମୁଖ୍ୟ ମାନଙ୍କୁ କ୍ଷମତା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମହିନ୍ଦ୍ରାର ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’

ଭୁବନେଶ୍ୱର,୩୦।୪ (ଅଭୟ ଦାଶ): ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଏକ୍ସୟୁଭି ୩ଏକ୍ସଓ’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ)...

ବେଆଇନ ଭାବେ ଡାଲି ମହଜୁଦ ରଖିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦।୪, (ଅନୁରାଧା ମହାରଣା): ଡାଲି ବେଆଇନ ଭାବେ ମହଜୁଦ ରଖୁଥିବା ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗତ କିଛି ଦିନ ଧରି କେତେକ ରାଜ୍ୟରେ...

ଇଆଇପିଏଲ୍‌ ସହ ଏଚ୍‌ଡିଏଫ୍‌ସି କ୍ୟାପିଟାଲର ସହଭାଗିତା

ଭୁବନେଶ୍ୱର,୩୦।୪: ଏଚ୍‌ଡିଏଫ୍‌ସି କ୍ୟାପିଟାଲ ଆଡଭାଇଜର୍ସ ଲିମିଟେଡ ଏବଂ ଏଲଡେକୋ ଇନ୍‌ଫ୍ରାଷ୍ଟ୍ରକଚର ଆଣ୍ଡ ପ୍ରପର୍ଟିଜ ଲିମିଟେଡ (ଇଆଇପିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସ୍ଥାପନ ହୋଇଛି। ଏପରିକି...

ହିଣ୍ଡାଲ୍‌କୋର ପ୍ରୋଜେକ୍ଟ ‘ଜ୍ଞାନାର୍ଜନ’

ଭୁବନେଶ୍ୱର,୩୦।୪: ଆଦିତ୍ୟ ବିର୍ଲା ଗ୍ରୁପର ଅଗ୍ରଣୀ କମ୍ପାନୀ ହିଣ୍ଡାଲ୍‌କୋର ବହୁ ପ୍ରତୀକ୍ଷିତ ତଥା ଅଭିନବ ପ୍ରକଳ୍ପ ‘ଜ୍ଞାନାର୍ଜନ’ ନିକଟରେ ହୀରାକୁଦଠାରେ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ହୋଇଯାଇଛି।...

ପହିଲାରୁ ଫୁଲ୍‌ ପଇସା ଭାସୁଲ ସେଲ୍‌

ଭୁବନେଶ୍ୱର,୩୦।୪: ରିଲାଏନ୍ସ ଗ୍ରୁପର ଅଗ୍ରଣୀ କମ୍ପାନୀ ତଥା ରିଟେଲ ପ୍ଲାଟଫର୍ମ ସ୍ମାର୍ଟ ବଜାର ଓ ଜିଓ ମାର୍ଟର ଲୋକପ୍ରିୟ ଅଫର ‘ଫୁଲ ପଇସା ଭାସୁଲ ସେଲ୍‌’ର...

ଘରୋଇ ବଜାରରେ ଷ୍ଟାର୍ଟଅପ୍‌ର ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୨୯।୪ (ଅଭୟ ଦାଶ):କ୍ରମାଗତ ଭାବେ ଘରୋଇ ବଜାରରେ ଷ୍ଟାର୍ଟଅପ ସଂଖ୍ୟାର ଉଲ୍ଲେଖନୀୟ ଅଭିବୃଦ୍ଧି ସହିତ ସଫଳତା ମଧ୍ୟ ହାସଲ କରିଛି। ଏପରିକି ୨୦୧୪ରେ ପ୍ରାୟ ୩୫୦...

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri