ଇଞ୍ଜିନ୍‌ ବଦଳାଇବା ବେଳେ ଦୁର୍ଘଟଣା; ଟ୍ରେନ ଚଳାଚଳ ବାଧାପ୍ରାପ୍ତ

ଗୁଣପୁର,୨୩ା୧(ଡି.ଏନ୍‌.ଏ.) ରାୟଗଡ଼ା ଜିଲା ଗୁଣପୁର ରେଳ ଷ୍ଟେଶନ୍‌ରେ ବୁଧବାର ରାତିରେ ଏକ ଇଞ୍ଜିନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଇଞ୍ଜିନ୍‌ ସାମାନ୍ୟ ଲାଇନ୍‌ଚ୍ୟୁତ ହୋଇଥିବାବେଳେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଘଟଣାରୁ ପ୍ରକାଶ ଯେ, ପୁରୀ-ଗୁଣପୁର ପାସେଞ୍ଜର ଟ୍ରେନ୍‌ ରାତି ୯ଟା ୧୫ରେ ଗୁଣପୁର ଷ୍ଟେଶନ୍‌ରେ ପହଞ୍ଚିଥିଲା। ଟ୍ରେନ୍‌ଟି ଏଠାରୁ ପଲାସା ଯିବାକୁ ଥିବାବେଳେ ଗୁଣପୁର ଶେଷ ଷ୍ଟେଶନ୍‌ ହୋଇଥିବାରୁ ଏଠାରେ ଇଞ୍ଜିନ୍‌ଟି ବଦଳା ଯାଇଥିଲା। ଏହି ସମୟରେ ରାତି ପ୍ରାୟ ସାଢ଼େ ୯ଟାରେ ଇଞ୍ଜିନ୍‌ଟି ଯାଇ କଂକ୍ରିଟ୍‌ ଡେଡ୍‌ ଏଣ୍ଡକୁ ଧକ୍କା ଦେଇଥିଲା। ଫଳରେ କଂକ୍ରିଟ୍‌ ଡେଡ୍‌ ଏଣ୍ଡ୍‌ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ଲାଇନ୍‌ଚ୍ୟୁତ ଇଞ୍ଜିନ୍‌ଟିକୁ ଟ୍ରାକ୍‌କୁ ଅଣାଯାଇଥିବା ଜଣାପଡ଼ିଛି। ତେବେ ଏଥିରେ କେହି ମୃତାହତ ହୋଇନାହାନ୍ତି। ଅନ୍ୟପକ୍ଷରେ ପାରଳାଖେମୁଣ୍ଡିରୁ ଏକ ଇଞ୍ଜିନ୍‌ ଗୁଣପୁର ଅଭିମୁଖେ ବାହାରିଥିବାବେଳେ ଏହା ପହଞ୍ଚିବାପରେ ଟ୍ରେନ୍‌ ପଲାସା ଯାତ୍ରା କରିବ ବୋଲି ସୂଚନା ମିଳିଛି। ତେବେ ଦୁର୍ଘଟଣାର କାରଣ ସମ୍ପର୍କରେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri