Posted inଖେଳ

ଇଟାଲିଆନ ଓପନ୍‌ ଟେନିସ୍‌: ଜୋକୋଭିଚ୍‌- ନାଡାଲ ଫାଇନାଲ

ରୋମ,୧୯।୫(ଏଏଫ୍‌ପି)-ଏଠାରେ ଚାଲିଥିବା ଇଟାଲିଆନ ଓପନ୍‌ ଟେନିସ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲ ମ୍ୟାଚ୍‌ରେ ସର୍ବିଆର ନୋଭାକ ଜୋକୋଭିଚ୍‌ ଓ ସ୍ପେନ୍‌ର ରାଫେଲ ନାଡ଼ାଲ ପରସ୍ପରକୁ ଭେଟିବେ। ଏଥିସହ ନାଡ଼ାଲ ଓ ଜୋକୋଭିଚ୍‌ ୫୪ଥର ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଜୋକୋଭିଚ୍‌ ସେମିଫାଇନାଲରେ ଆର୍ଜେଣ୍ଟିନାର ଡିଏଗୋ ସ୍ବାର୍ଜମ୍ୟାନଙ୍କୁ ୬-୩,୬-୭, ୬-୩ ସେଟରେ ପରାସ୍ତ କରି ଫାଇନାଲକୁ ଉଠିଛନ୍ତି। ସେହିପରି ନାଡ଼ାଲ ଗ୍ରୀସ୍‌ର ଷ୍ଟିଫାନୋ ସିଟସିପାସଙ୍କୁ ୬-୩, ୬-୪ ସେଟରେ ହରାଇ କ୍ୟାରିୟର ୫୦ତମ ମାଷ୍ଟର୍ସ ଫାଇନାଲରେ ପ୍ରବେଶ କରିଚନ୍ତି। ଗତ ସପ୍ତାହରେ ଜୋକୋଭିଚ୍‌ ମାଡ୍ରିଡ ଓପନ୍‌ ଟାଇଟଲ ହାସଲ କରିଥିଲେ। ୨୪ତମ ର଼୍ୟାଙ୍କର ସ୍ବାର୍ଜମ୍ୟାନଙ୍କୁ ହରାଇବା ପାଇଁ ୩୧ ବର୍ଷୀୟ ଜୋକୋଭିଚ୍‌ଙ୍କୁ ୨ ଘଣ୍ଟା ୩୧ ମିନିଟ ସମୟ ଆବଶ୍ୟକ ହୋଇଥିଲା। ସେହିପରି ସେମିଫାଇନାଲରେ ବିଜୟୀ ହେବା ପାର୍ଇ ୩୨ ବର୍ଷୀୟ ନାଡ଼ାଲଙ୍କୁ ବେଶି କଷ୍ଟ କରିବାକୁ ପଡି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri