ଇଟାଲୀ ଭଳି ଭାରତରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା !

ନୂଆଦିଲ୍ଲୀ,୯।୪: ଲକ୍‌ଡାଉନ୍‌ ପରେ ବି ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବା ଦେଖାଯାଉନାହିଁ। ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ୧୫୦ ଅତିକ୍ରମ କରି ଗଲାଣି। ବିଶେଷଜ୍ଞଙ୍କ କହିବା କଥା ହେଲା ଭାରତ ଏବେ ଥାର୍ଡ ଷ୍ଟେଜ ଆଡକୁ ପାଦ ବଢାଇବାକୁ ଯାଉଛି। ହେଲେ ଏବେ ବି ସମୟ ଅଛି କରୋନାକୁ ରୋକିବାକୁ। କିନ୍ତୁ କମ୍ୟୁନିଟି ଟ୍ରାନ୍ସମିଶନ ପରେ ଏହାକୁ ରୋକିବା କାଠିକର ପାଠ ହେବ ବୋଲି କୁହାଯାଉଛି। ବିଶେଷଜ୍ଞ ମତରେ ଭାରତ ଏବେ ଇଟାଲୀ ଭଳି କରୋନା ସଂକ୍ରମଣ କ୍ଷେତ୍ରରେ ଆଗକୁ ବଢୁଛି। ଲକ୍‌ଡାଉନ୍‌ ଅବଧି ଏବେ ଶେଷ ନ ହେବା ସଙ୍କେତ କହୁଛି ଦେଶ ଏବେ ନିଶ୍ଚିତ ଭାବେ ଜଟିଳ ପରିସ୍ଥିତିରେ ରହିଛି। ଇଟାଲୀରେ ଏବେସୁଦ୍ଧା ୧୭ ହଜାର ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଭାରତରେ ଏହି ସଂଖ୍ୟା ୧୫୦ ଉପରକୁ ଗଲାଣି। ଏକ ରିପୋର୍ଟ ଅନୁଯାୟୀ ଏପ୍ରିଲ ୧ରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥିଲା ପ୍ରାୟ ୧୯୯୬ ଯେଉଁଥିରୁ ପାଖାପାଖି ୫୮ ଜଣଙ୍କ ମୃତ୍ୟୁ ହୋଇଥିଲା। ସେହିପରି ମାର୍ଚ୍ଚ ୧ରେ ଇଟାଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥିଲା ପ୍ରାୟ ୧୫୭୭ ଓ ମୃତକଙ୍କ ସଂଖ୍ୟାଥିଲା ପାଖାପାଖି ୩୪। ସେହିପରି ଇଟାଲୀରେ ୬ ମାର୍ଚ୍ଚରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଯାହା ଥିଲା ଭାରତରେ ୬ ଏପ୍ରିଲରେ ପାଖାପାଖି ସମାନ ଥିଲା ବୋଲି କୁହାଯାଉଛି। ଏହାସହ କରୋନା ଗ୍ରାଫକୁ ଦେଖି ବିଶେଷଜ୍ଞମାନେ କହିଛନ୍ତି ଇଟାଲୀରେ ପ୍ରତିଦିନ ଯେତିକି ସଂକ୍ରମିତ ହେଉଛନ୍ତି ଓ ଯେତିକି ଲୋକଙ୍କର ମୃତ୍ୟୁ ହେଉଛି ଭାରତରେ ଏହା ପାଖାପାଖି ସେତିକି ହେଉଥିବାରୁ ଦେଶରେ ଇଟାଲୀ ଭଳି ସ୍ଥିତି ଉପୁଜିପାରେ ବୋଲି ଅନୁମାନ କରାଯାଉଛି। ତେବେ ଏଠାରେ ଟେଷ୍ଟିଂ ସୁବିଧା ନ ଥିବାରୁ ସଂକ୍ରମିତଙ୍କୁ ଶୀଘ୍ର ଚିହ୍ନଟ କରାଯାଇ ପାରୁ ନାହିଁ ବୋଲି ବିଶେଷଜ୍ଞମାନେ ଅନୁମାନ କରିଛନ୍ତି। ତେଣୁ ଆଗକୁ ଦେଶରେ କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri