Posted inଖେଳ

ଇଣ୍ଟରକଣ୍ଟିନେଣ୍ଟାଲ କପ୍‌: ଭାରତର କ୍ରମାଗତ ଦ୍ୱିତୀୟ ପରାଜୟ

ଅହମ୍ମଦାବାଦ, ୧୪ା୭ (ପି.ଟି.)-ଏଠାରେ ଚାଲିଥିବା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଉତ୍ତର କୋରିଆ ନିକଟରୁ ଭାରତ ୨-୫ ଗୋଲରେ ପରାସ୍ତ ହୋଇଛି। ପ୍ରତିଯୋଗିତାରେ ଦଳର ଏହା କ୍ରମାଗତ ଦ୍ୱିତୀୟ ପରାଜୟ। ଶନିବାର ଖେଳାଯାଇଥିବା ଏହି ମ୍ୟାଚରେ ଉତ୍ତର କୋରିଆ ତରଫରୁ ଜଙ୍ଗ୍‌ ଇଲ୍‌ ଗ୍ବାନ (୮ମ ଓ ୨୯ତମ), ରି ଉନ୍‌ ଚୋଲ୍‌ (୬୩ତମ) ଓ ରି ଜିନ୍‌ (୯୦+୨) ଗୋଲ ସ୍କୋର କରିଥିବାବେଳେ ଭାରତ ପକ୍ଷରୁ ଲାଲିଆନଜୁଆଲା ଛାଙ୍ଗ୍‌ଟେ (୫୧ତମ) ଏବଂ ଅଧିନୟକ ସୁନୀଲ ଛେତ୍ରୀ (୬୧ତମ) ଗୋଟିଏ ଲେଖାଏଁ ଗୋଲ ଦେଇଥିଲେ। ଏହି ପରାଜୟ ଦ୍ୱାରା ଭାରତ ପଏଣ୍ଟ ଟେବୁଲର ସର୍ବନିମ୍ନ ସ୍ଥାନରେ ରହିବା ସହ ଫାଇନାଲ ଖେଳିବା ଆଶା କ୍ଷୀଣ ହୋଇଯାଇଛି। ତାଜିକ୍‌ସ୍ତାନ ଦୁଇଟି ବିଜୟରୁ ୬ ପଏଣ୍ଟ ଲାଭ କରି ପଏଣ୍ଟ ଟେବୁଲର ଶୀର୍ଷରେ ରହିଥିବାବେଳେ ସିରିଆ ଓ ଉତ୍ତର କେରିଆ ପ୍ରତ୍ୟେକ ୩ ପଏଣ୍ଟ ଲେଖାଏଁ ପାଇଛନ୍ତି। ଗତଥରର ଚାମ୍ପିୟନ ଭାରତକୁ ଫାଇନାଲ ଖେଳିବାକୁ ହେଲେ ଗୋଟିଏ ରାସ୍ତା ରହିଛି। ଜୁଲାଇ ୧୫ରେ ତାଜିକ୍‌ସ୍ତାନ ବିପକ୍ଷ ମ୍ୟାଚରେ ଉତ୍ତର କୋରିଆ ଯଦି ପରାଜୟ ବରଣ କରେ ଏବଂ ଘରୋଇ ଦଳ ଜୁଲାଇ ୧୬ରେ ସିରିଆ ବିପକ୍ଷ ମ୍ୟାଚ ବୃହତ୍‌ ବ୍ୟବଧାନରେ ବିଜୟ ଲାଭ କରେ ତେବେ ଯାଇ ସମ୍ଭବ ହେବ। କିନ୍ତୁ ଦଳର ବର୍ତ୍ତମାନ ଫର୍ମକୁ ଦେଖିଲେ ତାହା ସମ୍ଭବ ହେଲା ଭଳି ମନେ ହେଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri