ଇଣ୍ଟରନେଟ ବ୍ୟାନ;ଟେଲିକମ୍‌ କମ୍ପାନୀଙ୍କୁ ଘଣ୍ଟାପ୍ରତି କ୍ଷତି ୨.୫ କୋଟି

ନୂଆଦିଲ୍ଲୀ,୨୯-୧୨: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ) ଏବଂ ଜାତୀୟ ନାଗରିକତା ରେଜିଷ୍ଟର(ଏନ୍‌ଆର୍‌ସି)କୁ ବିରୋଧ କରି ସାରା ଦେଶରେ ହେଉଥିବା ଆନ୍ଦୋଳନ ଯୋଗୁ ସରକାରଙ୍କୁ ବିଭିନ୍ନ ସ୍ଥାନରେ ଇଣ୍ଟରନେଟ ବନ୍ଦ କରିବାକୁ ପଡୁଛି। ଶୁକ୍ରବାର ଉତ୍ତର ପ୍ରଦେଶର ବିଭିନ୍ନ ଜିଲାରେ ଏଭଳି ଘଟଣା ସାମ୍ନାକୁ ଆସିଛି। ଇଣ୍ଟରନେଟ ବନ୍ଦ ହେବା ଦ୍ୱାରା କେବଳ ସାଧାରଣ ଲୋକ ହଇରାଣ ହେଉଛନ୍ତି ତାହା ନୁହେଁ ବର ଟେଲିକମ କମ୍ପାନୀଗୁଡିକ ମଧ୍ୟରେ କ୍ଷତି ସହୁଛନ୍ତି। ଇଣ୍ଟରନେଟ ବନ୍ଦ ହେବା ଯୋଗୁ ଟେଲିକମ ସେବା ପ୍ରଦାନକାରୀ କମ୍ପାନୀଗୁଡିକ ଘଣ୍ଟାପ୍ରତି ୨.୫ କୋଟି ଟଙ୍କା କ୍ଷତି ସହୁଥିବା ଜଣାପଡିଛି।
ଏକ ଗଣମାଧ୍ୟମ ରିପୋର୍ଟ ମୁୁତାବକ ଭାରତୀୟମାନେ ସେମାନଙ୍କ ସ୍ମାର୍ଟଫୋନ ଦ୍ୱାରା ହାରାହାରି ୯.୮% ଗିଗାବାଇଟ ଡାଟା ବ୍ୟବହାର କରୁଛନ୍ତି। ଏହା ବିଶ୍ୱସ୍ତରର ହାରଠାରୁ ଅଧିକ। ଫେସ୍‌ବୁକ ଏବଂ ମେସେଞ୍ଜର ଲାଗି ଭାରତ ସବୁଠାରୁ ବଡ ବଜାର ଭାବେ ଉଭା ହୋଇଛି। ଇଣ୍ଟରନେଟ ଉପରେ ରୋକ ଲଗାଇବା ସରକାରଙ୍କ ପ୍ରଥମ ଉପାୟ ନ ହେବା ଆବଶ୍ୟକ ବୋଲି ଟେଲିକମ ସେବା ଯୋଗାଣକାରୀ ସଂଘ ସିଓଏଆଇ କହିଛି। ଦେଶର ଟେଲିକମ ସେକ୍ଟର ଏବେ ପ୍ରଭାବିତ ସ୍ଥିତିରେ ରହିଛି। ଏହା ସତ୍ତ୍ୱେ ବିଭିନ୍ନ ସ୍ଥାନରେ ଇଣ୍ଟରନେଟ ବନ୍ଦ ହେବା ଯୋଗୁ କ୍ଷତି ଯୋଗୁ ଟେଲିକମ୍‌ କମ୍ପାନୀ ଚିନ୍ତାରେ ରହିଥିବା ସିଓଏଆଇ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri