Posted inଜାତୀୟ

ଇଣ୍ଟରପୋଲ ଅଧିବେଶନ ଆୟୋଜନ କରିବ ଭାରତ

ନୂଆଦିଲ୍ଲୀ,୨୦ା୧୦(ପି.ଟି.): ୨୦୨୨ରେ ଇଣ୍ଟରପୋଲ୍‌ର ୯୧ତମ ସାଧାରଣ ଅଧିବେଶନ ଭାରତ ଆୟୋଜନ କରିବ। ଅଗଷ୍ଟ ୩୦ରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଇଣ୍ଟରପୋଲ୍‌ ମହାସଚିବ ଜୁରଗେନ୍‌ ଷ୍ଟକ୍‌ଙ୍କ ନିକଟରେ ଏନେଇ ପ୍ରସ୍ତାବ ରଖିଥିଲେ। ପ୍ରସ୍ତାବକୁ ଅନ୍ତର୍ଜାତୀୟ ପୋଲିସ ସଂସ୍ଥାର ସଦସ୍ୟ ରାଷ୍ଟ୍ରମାନେ ବିପୁଳ ସମର୍ଥନ ଜଣାଇଛନ୍ତି। ସିବିଆଇ ନିର୍ଦ୍ଦେଶକ ଋଷି କୁମାର ଶୁକ୍ଳା ମଧ୍ୟ ଚିଲିର ସାଣ୍ଟିଆଗୋଠାରେ ଅନୁଷ୍ଠିତ ୮୮ତମ ସାଧାରଣ ସଭାରେ ପ୍ରସ୍ତାବ ରଖିଥିଲେ। ତାଙ୍କ ସହ ଦିଲ୍ଲୀ ପୋଲିସ କମିଶନର ଅମୂଲ୍ୟ ପଟ୍ଟନାୟକ ଓ ମଧ୍ୟପ୍ରଦେଶ ପୋଲିସ ମୁଖ୍ୟ ଭି.କେ. ସିଂ ସାଧାରଣ ଅଧିବେଶନକୁ ଯାଇଥିଲେ। ପ୍ରସ୍ତାବ ଉପରେ ଇଣ୍ଟରପୋଲ୍‌ର ୧୯୦ଟି ସଦସ୍ୟ ରାଷ୍ଟ୍ରଙ୍କ ମଧ୍ୟରେ ଭୋଟ ହୋଇଥିଲା ଓ ସଂଖ୍ୟାଗରିଷ୍ଠ ଭୋଟରେ ଗୃହୀତ ହୋଇଥିଲା ବୋଲି ଏହାର ମୁଖପାତ୍ର ନୀତିନ ଓ୍ବାକନ୍‌କର କହିଛନ୍ତି। ୨୦୨୨ରେ ଭାରତ ସ୍ବାଧୀନତାର ୭୫ତମ ବାର୍ଷିକୀ ପାଳନ କରିବାକୁ ଯାଉଥିଲାବେଳେ ଇଣ୍ଟରପୋଲର ୯୧ତମ ଅଧିବେଶନ ଲାଗି ବିଭିନ୍ନ ଦେଶର ପୋଲିସ ଉଚ୍ଚ ପଦାଧିକାରୀମାନେ ଯୋଗଦେବେ। ୧୯୯୭ରେ ଭାରତ ଇଣ୍ଟରପୋଲ୍‌ର ସାଧାରଣ ଅଧିବେଶନ ଆୟୋଜନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri