ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଡ୍ୟାନ୍ସ ଫେଷ୍ଟିଭାଲ ଉଦ୍‌ଯାପିତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ହେଉଥିବା ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଡ୍ୟାନ୍ସ ଫେଷ୍ଟିଭାଲ୍‌-୨୦୧୯ (ଆଇଆଇଡିଏଫ୍‌) ସୋମବାର ଉଦ୍‌ଯାପିତ ହୋଇଯାଇଛି। ତିନିଦିନ ଧରି ଚାଲିଥିବା ଏହାର ଉଦ୍‌ଯାପନୀ ଦିବସର ପ୍ରାରମ୍ଭରେ ଫ୍ୟୁଚର ଫେସେସ୍‌ ଟ୍ୟାଲେଣ୍ଟ ଟେଷ୍ଟ ଅନୁଷ୍ଠିତ ହୋଇଥିଲା। ପୁରୀର ସୌମେନ୍ଦ୍ର ପି. ଚମ୍ପତିରାୟ, ସ୍ବାଗତିକା ପଣ୍ଡା, ଭୁବନେଶ୍ୱରର ନବ୍ୟ ନମସ୍ୟ କର, ଭୁବନେଶ୍ୱରର ଶ୍ରୀଡ୍ୟାନ୍ସ ଏକାଡେମୀର ନିର୍ଜରା ନିଳିମା ତ୍ରିପାଠୀ, ପଦ୍ମିନୀ ପ୍ରମୁଖ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ। ସେହିପରି ରାଉରକେଲାର ପ୍ରିୟାଂଶି ମୁଦୁଲି କଣ୍ଟେମ୍ପରାରୀ ନୃତ୍ୟ ପରିବେଷଣ କରିଥିବାବେଳେ ଭୁବନେଶ୍ୱରର ଆରୁଷି ସାହୁ, ଅଙ୍କିତା ମହାରଣା ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ। ପରବର୍ତ୍ତୀ ପ୍ରସ୍ତୁତିରେ ରାଉରକେଲାର ଦୀପ୍‌ଶିଖା ମହାପାତ୍ର ଶିବ ପଞ୍ଚକ, ଆଦ୍ୟାଶା ଦାସ ନବଦୂର୍ଗା, ସାଇନି ସିଲ୍‌କି ଶ୍ରେଷ୍ଠ କମଳା କୁଚମଣ୍ଡଳ ପରିବେଷଣ କରି ଉପସ୍ଥିତ ଦର୍ଶକଙ୍କୁ ବିମୋହିତ କରିଥିଲେ। ସେହିପରି ସନ୍ଧ୍ୟା ଅଧିବେଶନରେ ବାରିପଦାର ଅଂଶୁମାନ ମୁଖୀ କଣ୍ଟେମ୍ପରାରୀ ହିପ୍‌ପପ୍‌ ପରିବେଷଣ କରିଥିଲେ। ଏହାପରେ ଭୁବନେଶ୍ୱରର ଜି. ସଞ୍ଜୟ, ବ୍ରହ୍ମପୁରର ନୁର ରାଜା ଓଡ଼ିଶୀ, ଶ୍ରଦ୍ଧା ସୁମନ ରଥ ଓଡ଼ିଶୀ ନୃତ୍ୟ ପରିବେଷଣ କରିବା ପରେ ମାନସୀ ମାଇଟି ଏବଂ ଦଳଗତ ନୃତ୍ୟ ଏବଂ ଭୁବନେଶ୍ୱରର ରାୱା ଏକାଡେମୀର ଶିଳ୍ପୀମାନେ ଲୋକନୃତ୍ୟ ପରିବେଷଣ କରିଥିଲେ। ସେହିପରି କସ୍ତୁରି ସାନ୍ୟାଲ୍‌ ଭାରତନାଟ୍ୟମ୍‌, ଦିପ୍ସି ପଟ୍ଟନାୟକ, ଶ୍ରୀରାଧା ପାଲ୍‌ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ। ଶ୍ରୀଡ୍ୟାନ୍ସ ଏକାଡେମୀର ଶିଳ୍ପୀଙ୍କ ଦ୍ୱାରା ସମ୍ବଲପୁରୀ ନୃତ୍ୟ ପରିବେଷଣ କରାଯାଇଥିଲା। ଯାହାର ନୃତ୍ୟ ନିର୍ଦ୍ଦେଶନା ଦେଇଥିଲେ ନମିତା ରାୟ। ପରବର୍ତ୍ତୀ ପ୍ରସ୍ତୁତିରେ କଟକ ମୁନମୁନ୍‌ ସିଂହ ଓଡ଼ିଶୀ, କୋଲକାତାର ସୋହିନୀ ପାଇନ୍‌ କଥକ, ମୁମ୍ବାଇର ମନସ୍ବିନୀ ମହାନ୍ତି ଓଡ଼ିଶୀ ଏବଂ ନୃତ୍ୟାଳୟ ଅନୁଷ୍ଠାନ ପକ୍ଷରୁ ଦଳଗତ ଓଡ଼ିଶୀ ନୃତ୍ୟ ପରିବେଷଣ କରାଯାଇଥିଲା। ଉତ୍ସବରେ ଅତିଥିଭାବେ ପ୍ରଣତି ମହାନ୍ତି, ସୀକତା ଦାସ, ଡ. ତରୁଣ କୁମାର ଓଝା ପ୍ରମୁଖ ଉପସ୍ଥିତ ରହି ଶିଳ୍ପୀମାନଙ୍କୁ ଉତ୍ସାହିତ କରିଥିବାବେଳେ ଅନୁଷ୍ଠାନର ଅଧ୍ୟକ୍ଷ ଶ୍ୟାମହରି ଚକ୍ର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri