Posted inଖେଳ

ଇଣ୍ଡିଆନ ଆରୋଜ-ନେରୋକା ମ୍ୟାଚ ଡ୍ର

ଇମ୍ଫାଲ, ୧୧ା୨ (ପି.ଟି.)- ନ୍ୟାଶନାଲ ଫୁଟ୍‌ବଲ ଫେଡେରେଶନ ଡେଭଲପମେଣ୍ଟ ଟିମ୍‌ ଇଣ୍ଡିଆନ ଆରୋଜ ଏବଂ ନେରୋକା ମଧ୍ୟରେ ମଙ୍ଗଳବାର ଖେଳାଯାଇଥିବା ଏକ ଆଇ-ଲିଗ୍‌ ମ୍ୟାଚ୍‌ ଗୋଲଶୂନ୍ୟ ଡ୍ର’ ଭାବେ ଶେଷ ହୋଇଛି। ଖୁମାନ ଲାମ୍ପାକ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚରେ ନେରୋକା ଦଳ ବହୁ ଗୋଲ ଦେବାର ସୁଯୋଗ ସୃଷ୍ଟି କରି ମଧ୍ୟ ବିଫଳ ହୋଇଥିଲା। ମଙ୍ଗଳବାର ଫଳାଫଳକୁ ନେଇ ନେରୋକା ସମାନ ସଂଖ୍ୟକ ମ୍ୟାଚରୁ ୧୨ ପଏଣ୍ଟ ସହ ଟେବୁଲର ୮ମ ସ୍ଥାନକୁ ଉନ୍ନୀତ ହୋଇଥିବାବେଳେ ଆରୋଜ ୧୧ଟି ମ୍ୟାଚରୁ ୮ ପଏଣ୍ଟ ଅର୍ଜନ କରି ସର୍ବନିମ୍ନ ସ୍ଥାନରେ ରହିଛି। ପ୍ରଥମାର୍ଦ୍ଧ ଖେଳ ସେତେଟା ଆକର୍ଷଣୀୟ ହୋଇପାରି ନ ଥିଲା। ନେରୋକା ଖେଳାଳିମାନେ ଆରୋଜ ଦଳର ରକ୍ଷଣଭାଗ ଖେଳାଳିଙ୍କ ଦୃଢ ବିରୋଧର ସମ୍ମୁଖୀନ ହୋଇଥିଲେ। ଇଣ୍ଡିଆନ ଆରୋଜ ପ୍ରଥମାର୍ଦ୍ଧ ଖେଳର ୫୨ ପ୍ରତିଶତ ସମୟ ବଲ୍‌କୁ ନିଜ ନିୟନ୍ତ୍ରଣରେ ରଖିଥିଲା। ଦଳ ଗୋଲପୋଷ୍ଟକୁ ୭ଥର ଶଟ୍‌ ମାରିଥିଲା। ତନ୍ମଧ୍ୟରେ ଥରେ ଟାର୍ଗେଟ କରିଥିଲା,ତାହା ପୁଣି ୪୨ତମ ମିନିଟ୍‌ରେ ଆୟୁଷ ଅଧିକାରୀଙ୍କ ଜରିଆରେ। ହେଲେ ନେରୋକା ଅଧିନାୟକ ମାର୍ଭିନ ଡେଭନ ଫିଲିପ୍‌ ଏହାୟି ଉଦ୍ୟମକୁ ପଣ୍ଡ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri