Posted inଖେଳ

ଇଣ୍ଡିଆନ ଗ୍ରାଁ ପ୍ରି ୫: ଦୂତୀଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୭।୮(କ୍ରୀଡ଼ା ପ୍ରତିନିଧି)-
ପଞ୍ଜାବର ପଟିଆଲାସ୍ଥିତ ଏନଏସଏନଆଇଏସଠାରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି ଆଥଲେଟିକ୍‌ ମିଟ୍‌ର ୫ମ ଚରଣରେ ଓଡ଼ିଶାର ଦୂତୀ ଚାନ୍ଦ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଭିଜା ସମସ୍ୟା ଯୋଗୁ ୟୁରୋପ ଆଥଲେଟିକ୍‌ ମିଟ୍‌ରେ ଭାଗନେଇପାରି ନ ଥିବା ଭାରତର ଏହି ସ୍ପ୍ରିଣ୍ଟ କୁଇନ ମହିଳା ୧୦୦ ମିଟର ଇଭେଣ୍ଟରେ ୧୧.୪୨ ସେକେଣ୍ଡ ସମୟ ନେଇ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ତାମିଲନାଡ଼ୁର ଅର୍ଚ୍ଚନା ସୁଶିନ୍ଦ୍ରନ ୧୧୫୩ ଓ ପଞ୍ଜାବର ମନଭୀର କୌର ୧୨.୨୮ ସେକେଣ୍ଡ ସମୟ ନେଇ ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ପାଇଛନ୍ତି। ପ୍ରକାଶ ଯୋଗ୍ୟ ଯେ, ୨୦୧୯ ଏପ୍ରିଲ ୨୨ରେ ଦୋହାଠାରେ ଅନୁଷ୍ଠିତ ପ୍ରତିଯୋଗିତାରେ ୧୧.୨୬ ସେକେଣ୍ଡ ସମୟ ନେଇ ଦୂତୀ ଏବେ ଜାତୀୟ ରେକର୍ଡର ଅଧିକାରିଣୀ ଅଛନ୍ତି। ” ୟୁରୋପ ଆଥଲେଟିକ୍‌ ମିଟ୍‌ ପାଇଁ ମୁଁ ନିଜକୁ ପ୍ରସ୍ତୁତ କରିଥିଲି। ତାହାତ ହୋଇ ପାରିଲାନି। ବିଶ୍ୱ ଆଥଲେଟିକ୍‌ ଚାମ୍ପିୟନଲିପ୍‌ ଯୋଗ୍ୟତା ପାଇଁ ଇଣ୍ଡିଆନ ଗ୍ରାଁ ପ୍ରିରେ ମଧ୍ୟ ସୁଯୋଗ ଥିଲା। ମାତ୍ର ଏହି ପ୍ରତିଯୋଗିତାରେ ପ୍ରଥମସ୍ଥାନ ଅଧିକାର କରିଥିଲେ ହେଁ ଅଧିକ ପ୍ରତିଦ୍ୱନ୍ଦ୍ୱୀ ନ ଥିବାରୁ ଯୋଗ୍ୟତା ଟାଇମିଂ ସ୍ପର୍ଶ କରି ପାରିଲିନି। ବିଶେଷ କରି ଏଥିରେ ହିଟ୍‌ କିମ୍ବା ସେମିଫାଇନାଲ ନ ଥିବାରୁ ସିଧାସଳଖ ଫାଇନାଲରେ ଟାଇମିଂ ଭଲ ରହିଲାନି। ଚଳିତମାସ ୨୭ ତାରିଖରୁ ଲକ୍ଷ୍ନୌଠାରେ ଆନ୍ତଃରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆରମ୍ଭ ହେବ। ସେଠାରେ ମଧ୍ୟ ବିଶ୍ୱ ଚାମ୍ପିୟନଶିପ୍‌ ଯୋଗ୍ୟତା ପାଇଁ ସୁଯୋଗ ରହିଛି। ୧୧.୨୪ ସେକେଣ୍ଡ ସମୟ ସ୍ପର୍ଶ କରି ମୁଁ ବିଶ୍ୱ ଚାମ୍ପିୟନଶିପ୍‌ ଯୋଗ୍ୟତା ପାଇବା ନେଇ ଆଶା ରଖିଛି“ ବୋଲି ଦୂତୀ ନିଜ ପ୍ରତିକ୍ରୀୟାରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri