Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା ଏଫ୍‌ସିର କ୍ରମାଗତ ୪ର୍ଥ ବିଜୟ

ଭୁବନେଶ୍ୱର,୧୬।୧(କ୍ରୀଡ଼ା ପ୍ରତିନିଧି)-  ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଘରୋଇ ଗ୍ରାଉଣ୍ଡରେ କ୍ରମାଗତ ୩ ବିଜୟ ସହ ହ୍ୟାଟ୍ରିକ କରିଥିବା ଓଡ଼ିଶା ଏଫ୍‌ସି ବାହାର ପରିବେଶରେ ମଧ୍ୟ ଦକ୍ଷତା ଦେଖାଇଛି। ବୁଧବାର ହାଇଦ୍ରାବାଦରେ ଅନୁଷ୍ଠିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ମ୍ୟାଚରେ ଏହି ଦଳ ୨-୧ ଗୋଲରେ ହାଇଦ୍ରାବାଦ ଏଫ୍‌ସିକୁ ପରାସ୍ତ କରିଛି। ପୂର୍ବରୁ ଦୁଇ ଦଳ ମଧ୍ୟରେ ଅନୁଷ୍ଠିତ ମୁକାବିଲାରେ ମଧ୍ୟ ଓଡ଼ିଶା ଏଫ୍‌ସି ୩-୨ ଗୋଲରେ ବିଜୟୀ ହୋଇଥିଲା।
ହାଇଦ୍ରାବାଦର ଜିଏମ୍‌ସି ବାଲାଯୋଗୀ ଷ୍ଟାଡିୟମରେ ମ୍ୟାଚ୍‌ ଆରମ୍ଭ ହେବାକ୍ଷଣି ଅର୍ଥାତ୍‌ ୧ମ ମିନିଟ୍‌ରେ ମାର୍ସେଲିନୋ ଏକ ଗୋଲ ଦେଇ ହାଇଦ୍ରାବାଦକୁ ଅଗ୍ରଣୀ କରାଇଥିଲେ। ସାମାନ୍ୟ ଚାପର ବଶବର୍ତ୍ତୀ ହୋଇଥିଲେ ହେଁ ଓଡ଼ିଶା ଏଫ୍‌ସି ସଫଳ ପ୍ରତ୍ୟାବର୍ତ୍ତନ କରିଥିଲା। ୧୫ତମ ମିନିଟ୍‌ରେ ଆରିଡାନେ ସାଣ୍ଟାନା ଗୋଲଟି ପରିଶୋଧ କରିବାରୁ ମ୍ୟାଚ୍‌ ସମାନ ସ୍ତରକୁ ଚାଲିଆସିଥିଲା। ଏହାପରେ ଅଗ୍ରଣୀ ନେବା ପାଇଁ ଉଭୟ ଦଳ ଉଦ୍ୟମ କରିବା ମଧ୍ୟରେ ୪୫ତମ ମିନିଟରେ ସାଣ୍ଟାନା ବ୍ୟକ୍ତିଗତ ଭାବେ ଦେଇଥିବା ଦ୍ୱିତୀୟ ଗୋଲଟି ଶେଷରେ ନିର୍ଣ୍ଣାୟକ ହୋଇଥିଲା। ଦ୍ୱିତୀୟାର୍ଦ୍ଧ ଖେଳ ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ ଗୋଲ ହୋଇପାରି ନ ଥିଲା। ଏହି ବିଜୟ ଫଳରେ ଓଡ଼ିଶା ଏଫ୍‌ସି ୧୩ ମ୍ୟାଚ୍‌ରୁ ୨୧ ପଏଣ୍ଟ ପାଇ ଟେବୁଲର ୪ର୍ଥ ସ୍ଥାନରେ ରହିଛି। ଗୋଆ ୨୪, ବେଙ୍ଗାଲୁରୁ ଏଫ୍‌ସି ୨୨ ଓ ଏଟିକେ ୨୧ ପଏଣ୍ଟ ସହିତ ପ୍ରଥମ ତିନି ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ସଞ୍ଜୁଙ୍କ ସ୍ଥାନ ନେବେ କି ବୈଭବ? ଚତୁର୍ଥ T20 ପୂର୍ବରୁ ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୨ା୧୦: ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ହରାଇ ଭାରତୀୟ ଦଳ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି । ତେବେ ଦଳର ଓପନିଂ ଯୋଡ଼ିକୁ ନେଇ…

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?