Posted inଖେଳ

ଇଣ୍ଡିଆନ୍‌ ଓ୍ବେଲ୍ସରୁ ଓହରିଲେ ଆଣ୍ଡ୍ରେସ୍କୁ

ଇଣ୍ଡିଆନ ଓ୍ବେଲ୍ସ,୮।୩(ଏଏଫ୍‌ପି)- ଏଠାରେ ଆସନ୍ତା ସପ୍ତାହରେ ଆରମ୍ଭ ହେବାକୁ ଯାଉଥିବା ଇଣ୍ଡିଆନ ଓ୍ବେଲ୍ସ ଟେନିସ ଟୁର୍ନାମେଣ୍ଟରୁ ଗତଥରର ଚାମ୍ପିୟନ ତଥା ବିଶ୍ୱର ୪ ନମ୍ବର ଖେଳାଳି ବାଇଆଙ୍କା ଆଣ୍ଡ୍ରେସ୍କୁ ଓହରିଯାଇଛନ୍ତି। କାନାଡ଼ାର ଏହି ମହିଳା ତାରକା ଖେଳାଳି ବାମ ଆଣ୍ଠୁରେ ଦେଖା ଦେଇଥିବା ଇଞ୍ଜୁରି କାରଣରୁ ସେ ଏହି ଟୁର୍ନାମେଣ୍ଟରୁ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ଗତ ଅକ୍ଟୋବରରେ ଶେନଝେନ୍‌ରେ ଅନୁଷ୍ଠିତ ଡବ୍ଲ୍ୟୁଟିଏ ଫାଇନାଲ୍ସ ଖେଳିବା ଅବସରରେ ସେ ଆଘାତ ପାଇଥିଲେ। ବର୍ଷ ଆରମ୍ଭରୁ ଆଣ୍ଡ୍ରେସ୍କୁ ମୋଟ ୪ଟି ଇଭେଣ୍ଟରୁ ଓହରିଯାଇଛନ୍ତି। ଏଥିରେ ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ ସାମିଲ ରହିଛି। ୨୦୧୯ରେ ୟୁଏସ୍‌ ଓପନ ଜିତି ସେ କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଥିଲେ।
ଆଘାତ ସମସ୍ୟାରୁ ମୁକୁଳିବ ପାଇଁ ପ୍ରୟାସ ଜାରି ରଖିଛି। ଏପର୍ଯ୍ୟନ୍ତ ଶତପ୍ରତିଶତ ଫିଟ୍‌ ହୋଇପାରି ନାହିଁ ବୋଲି ଆଣ୍ଡ୍ରେସ୍କୁ କହିଛନ୍ତି। ତୃତୀୟ ହାଇପ୍ରୋଫାଇଲ ଖେଳାଳି ଭାବେ ଆଣ୍ଡ୍ରେସ୍କୁ ଇଣ୍ଡିଆନ ଓ୍ବେଲ୍ସ ତଥା ବିଏନ୍‌ପି ପାରିବାସ ଓପନରୁ ଓହରିଯାଇଛନ୍ତି। ତାଙ୍କ ପୂର୍ବରୁ ଓ୍ବିମ୍ବଲଡ଼ନ ଚାମ୍ପିୟନ ସିମୋନା ହାଲେପ ଓ ୩ଥର ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଥିବା ଆଞ୍ଜେଲିକ କରବର ଗତ ଶୁକ୍ରବାର ଏହି ଟୁର୍ନାମେଣ୍ଟରୁ ଓହରିବା ନେଇ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri