ଇଣ୍ଡିଗୋ ପ୍ରମୋଟରଙ୍କ ଝଗଡା ସେବିରେ ପହଞ୍ଚିଲା

ମୁମ୍ବାଇ,୧୦-୭: ଦେଶର ସର୍ବବୃହତ୍‌ ଘରୋଇ ଏୟାରଲାଇନ ଭାବେ ପରିଚିତ ଇଣ୍ଡିଗୋ ଏୟାରଲାଇନ୍ସର ପ୍ରମୋଟରଙ୍କ ଭିତରେ ଆରମ୍ଭ ହୋଇଥିବା ଝଗଡା ଏବେ ଷ୍ଟକ୍‌ ଏକ୍ସଚେଞ୍ଜ ନିୟନ୍ତ୍ରକ ସିକ୍ୟୁରିଟିଜ ବୋର୍ଡ ଅଫ୍‌ ଇଣ୍ଡିଆ(ସେବି) ନିକଟରେ ପହଞ୍ଚତ୍ଛି। କମ୍ପାନୀରେ ହୋଇଥିବା ଅନିୟମିତତାର ତଦନ୍ତ କରିବା ଲାଗି ଦାବି କରି ଅନ୍ୟତମ ପ୍ରମୋଟର ରାକେଶ ଗଙ୍ଗଓ୍ବାଲ ସେବିର ଦ୍ୱାରସ୍ଥ ହୋଇଛନ୍ତି। ଷ୍ଟକ୍‌ ବଜାରରେ ତାଲିକାଭୁକ୍ତ ତଥା ଇଣ୍ଡିଗୋର ମୂଳ କମ୍ପାନୀ ଇଣ୍ଟରଗ୍ଲୋବ୍‌ ଏଭିଏଶନ ପକ୍ଷରୁ ନିୟାମକକୁ ଦିଆଯାଇଥିବା ତଥ୍ୟରେ କୁହାଯାଇଛି ଯେ, କମ୍ପାନୀରେ ଚାଲିଥିବା କେତେକ ଅନିୟମିତତା ସମ୍ପର୍କରେ ଗଙ୍ଗଓ୍ବାଲ ପ୍ରଶ୍ନ ଉଠାଇଛନ୍ତି। ତେବେ ଏ ସଂକ୍ରାନ୍ତରେ ଇଣ୍ଡିଗୋ ସିଇଓ ରନୋଜୟ ଦତ୍ତା କୌଣସି ପ୍ରତିକ୍ରିୟା ଦେଇନାହାନ୍ତି। ଗଙ୍ଗଓ୍ବାଲଙ୍କ ଆବେଦନ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେବି ଇଣ୍ଡିଗୋର କାର୍ଯ୍ୟ ସମ୍ପର୍କରେ ଇଣ୍ଟରଗ୍ଲୋବଠାରୁ ରିପୋର୍ଟ ମାଗିଛି। ଆସନ୍ତା ୧୯ ସୁଦ୍ଧା ରିପୋର୍ଟ ଦେବାକୁ କୁହାଯାଇଛି। ସୂଚନାଥାଉ କି, ଇଣ୍ଡିଗୋର ନିୟନ୍ତ୍ରଣକୁ ନେଇ ଅନ୍ୟତମ ପ୍ରତିଷ୍ଠାତା ରାହୁଲ ଭାଟିୟାଙ୍କ ସହ ଗଙ୍ଗଓ୍ବାଲଙ୍କ ଝଗଡା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri