ଇଣ୍ଡିଗୋ ବିମାନ ‘6E 2014’ରେ ଦିଲ୍ଲୀରୁ ଫେରିଥିଲେ ତୃତୀୟ କରୋନା ଆକ୍ରାନ୍ତ; ପରିବାର ସହ କର କ୍ଲିନିକ୍‌, ବିମାନ କର୍ମଚାରୀ କ୍ୱାରେଣ୍ଟାଇନ୍‌ରେ ରୁହନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଜଣେ ୬୦ ବର୍ଷ ବୟସ୍କ ବ୍ୟକ୍ତି। ମାର୍ଚ୍ଚ ୭ରେ ସେ ଦିଲ୍ଲୀ ଯାଇଥିଲେ। ସେଠାରେ କିଛି ଦିନ ରହଣୀ କାଳରେ ସେ ହରିୟାଣା ରିଓ୍ବାଡା ଯାଇଥିଲେ। ସେଠାରୁ ଇଣ୍ଡିଗୋ ବିମାନ ‘6E 2014’ ଯୋଗେ ସ୍ତ୍ରୀ ଓ ଝିଅଙ୍କ ସହ ୧୦ ତାରିଖରେ ଭୁବନେଶ୍ୱର ଫେରିଥିଲେ। ମାର୍ଚ୍ଚ ୧୩ ତାରିଖରେ ସମ୍ପୃକ୍ତ ବ୍ୟକ୍ତି ଅସୁସ୍ଥ ଅନୁଭବ କରିଥିଲେ। ମାର୍ଚ୍ଚ ୧୬ରେ ବିଧାନସଭା ଡିସ୍‌ପେନ୍‌ସାରିକୁ ଚିକିତ୍ସା ପାଇଁ ଯାଇଥିଲେ। ଚିକିତ୍ସା ସତ୍ତ୍ୱେ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ମାର୍ଚ୍ଚ ୨୧ରେ ସେ କର କ୍ଲିନିକ୍‌ ଯାଇଥିବା ବେଳେ ୨୩ରେ ନିମୋନିଆ ପାଇଁ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ୨୪ରେ ସେଠାରୁ ଡିସ୍‌ଚାର୍ଜ ହେବା ପରେ ୨୫ରେ କ୍ୟାପିଟାଲ ହସ୍‌ପିଟାଲ ଯାଇଥିଲେ। ୨୫ରେ ତାଙ୍କ ନମୂନା ପରୀକ୍ଷା ପାଇଁ ପଠାଯାଇଥିଲା। ଗୁରୁବାର ରାତିରେ ଉକ୍ତ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସେ କରୋନାରେ ଆକ୍ରାନ୍ତ ବୋଲି ଜଣାପଡ଼ିଛି ବୋଲି ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ବିସ୍ତୃତ ସୂଚନା ଦେଇ କହିଛନ୍ତି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଠାବ କରିବା ପ୍ରକ୍ରିୟା ଜାରି ରହିଛି। ବ୍ୟକ୍ତିଙ୍କ ସ୍ତ୍ରୀ, ଝିଅ ଓ ଡ୍ରାଇଭରଙ୍କୁ ଆଇସୋଲେସନରେ ରଖାଯାଇଛି। କର କ୍ଲିନିକ୍‌ ଓ ବିମାନରେ ଉକ୍ତ ଦିନ ଥିବା ସମସ୍ତେ କ୍ୱାରେଣ୍ଟାଇନ୍‌ରେ ରୁହନ୍ତୁ। ୧୦୪କୁ ଫୋନ କରି ଆବଶ୍ୟକ ପରାମର୍ଶ ନେଇ କ୍ୱାରେଣ୍ଟାଇନ୍‌ରେ ରୁହନ୍ତୁ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri