ଇଣ୍ଡିଗୋ ବିମାନର ବଡ଼ ନିଷ୍ପତ୍ତି: ଦୂରତା ହିସାବରେ ଧାର୍ଯ୍ୟ ହେବ ବିମାନ ଭଡ଼ା

ଶ୍ରୀନଗର,୫।୮: ବିମାନ କମ୍ପାନୀ ଇଣ୍ଡିଗୋ ଅଗଷ୍ଟ ୧୦ ପର୍ଯ୍ୟନ୍ତ ଶ୍ରୀନଗର ବିମାନବନ୍ଦରରୁ ଉଡାଣ ଭରୁଥିବା ସମସ୍ତ ବିମାନ ପାଇଁ ଦୂରତା ହିସାବରେ ଭଡା ଧାର୍ଯ୍ୟ କରାଯିବା ନେଇ ନିଷ୍ପତ୍ତି ନେଇଛି। ଯେତେବେଳେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ନେଇ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି ଓ ପ୍ରଶାସନ ପକ୍ଷରୁ ଅମରନାଥ ଯାତ୍ରୀ ତଥା ପର୍ଯ୍ୟଟକଙ୍କୁ ଘାଟି ଛାଡିବାକୁ କୁହାଯାଇଛି, ସେ ସମୟରେ ଇଣ୍ଡିଗୋର ଏଭଳି ଘୋଷଣାକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି। କାରଣ ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ଆଡଭାଇଜରୀ ପରେ ବିମାନରେ ଟିକେଟ ବୁକିଂର ସଂଖ୍ୟା ବଢ଼ିଯାଇଥିଲା। ଏଭଳି ପରିସ୍ଥିତିରେ ସମସ୍ତ ଏୟାରଲାଇନ୍ସକୁ ନିୟମିତ ଭଡା ଧାର୍ଯ୍ୟ କରିବାକୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି କ୍ରମରେ ଅଗଷ୍ଟ ୧୦ ପର୍ଯ୍ୟନ୍ତ ଶ୍ରୀନଗର ବିମାନ ବନ୍ଦରରୁ ୫ଶହ କିଲୋମିଟର ଯାତ୍ରା ଉପରେ ଏୟାରଲାଇନ୍ସ କମ୍ପାନୀ ପକ୍ଷରୁ ପ୍ରାୟ ୬,୦୦୦ ଟଙ୍କା ଭଡା ଧାର୍ଯ୍ୟ କରାଯାଇଛି। ସେହିପରି ୫୦୧-୭୫୦ କିଲୋମିଟର ପ୍ରତି ୭,୫୦୦ଟଙ୍କା, ୭୫୧-୧୦୦୦ କିଲୋମିଟର ପ୍ରତି ୯,୦୦୦ ଓ ୧୦୦୧-୧୩୦୦ କିଲୋମିଟର ପ୍ରତି ୧୨,୦୦୦ ଟଙ୍କା ଭଡା ଧାର୍ଯ୍ୟ କରାଯାଇଛି। ଏଥିସହ ଶ୍ରୀନଗର ବିମାନବନ୍ଦରରୁ ୧୩୦୦ କିଲୋମିଟରରୁ ଊର୍ଦ୍ଧ୍ୱ ଯାତ୍ରା ପାଇଁ ପ୍ରାୟ ୧୫,୦୦୦ ଟଙ୍କା ଭଡା ରହିବ ବୋଲି କମ୍ପାନୀ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri