Posted inଖେଳ

ଇଣ୍ଡୋ-ପାକ୍‌ ଡେଭିସ୍‌ କପ୍‌ ମ୍ୟାଚ: ଏଆଇଟିଏ-ଆଇଟିଏଫ୍‌ ଟେଲିକନ୍‌ଫରେନ୍ସ ପୁଣି ବାତିଲ

ନୂଆଦିଲ୍ଲୀ, ୨୧ା୮ (ପି.ଟି.)- ଭାରତ ଓ ପାକିସ୍ତାନ ମଧ୍ୟରେ ଡେଭିସ କପ୍‌ ମ୍ୟାଚ ଖେଳାଯିବା ସମ୍ପର୍କରେ ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ) ଏବଂ ଅନ୍ତର୍ଜାତୀୟ ଟେନିସ ମହାସଂଘ (ଆଇଟିଏଫ୍‌)ର ସୁରକ୍ଷା ପରାମର୍ଶଦାତାଙ୍କ ମଧ୍ୟରେ ମଙ୍ଗଳବାର ହେବାକୁଥିବା ଟେଲି-କନ୍‌ଫରେନ୍ସ ବାତିଲ ହୋଇଛି। ଫଳରେ କ୍ରମାଗତ ଦୁଇ ଦିନ ଧରି ବୈଠକ ବସିପାରି ନାହିଁ। ଟେଲି କନଫରେନ୍ସରେ ଭାରତର ଅଣ ଖେଳାଳି ଡେଭିସ କପ୍‌ ଅଧିନାୟକ ମହେଶ ଭୂପତି ଭାଗ ନେବେ। ଏହି ବୈଠକ ପୁଣି କେବେ ହେବ ତାହା ସ୍ଥିର ହୋଇ ନ ଥିବା ସେ କହିଛନ୍ତି। ଏହି ପ୍ରସଙ୍ଗ ଉପରେ ଡେଭିସ୍‌ କପ୍‌ କମିଟି ବୈଠକ ବୁଧବାର ବସୁଛି। ଆଇଟିଏଫ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଜଷ୍ଟିନ୍‌ ଆଲବର୍ଟ ଉପଲବ୍ଧ ହେଉ ନ ଥିବାରୁ ସୋମବାର ବୈଠକ ସମ୍ଭବ ହୋଇ ନ ଥିଲ। ଦୁଇ ପଡୋଶୀ ରାଷ୍ଟ୍ର ମଧ୍ୟରେ ଡେଭିସ୍‌ କପ୍‌ ମ୍ୟାଚ୍‌ ଇସ୍‌ଲାମାବାଦରେ ଖେଳଯିବାର କାର୍ଯ୍ୟକ୍ରମ ରହିଛି। ମାତ୍ର ଇତିିମଧ୍ୟରେ ଜମ୍ମୁ-କଶ୍ମୀର ଉପରୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରତ୍ୟାହାର ପରେ ଭାରତ ସହିତ ପାକିସ୍ତାନର କୂଟନୈତକି ସମ୍ପର୍କରେ ଅବନ୍ନତି ଘଟିଛି। ସୁରକ୍ଷାଗତ କାରଣରୁ ଏହି ମ୍ୟାଚ ପାକିସ୍ତାନ ପରିବର୍ତ୍ତେ ଏକ ନିରପେକ୍ଷ ଭେନ୍ୟୁରେ ଖେଳାଯାଉ ବୋଲି ଏଆଇଟିଏ ପକ୍ଷରୁ ହେଉଥିବା ଦାବିକୁ ଆଇଟିଏଫ୍‌ ଦୁଇଥର ପ୍ରତ୍ୟାଖ୍ୟାନ କରିସାରିଛି। ହେଲେ ଶେଷରେ ଏହି ପ୍ରସଙ୍ଗ ନେଇ ଏଆଇଟିଏର ପ୍ରତିନିଧିଙ୍କ ସହିତ ଟେଲିକନଫରେନ୍ସ ଜରିଆରେ ଆଲୋଚନା କରିବା ଲାଗି ଆଇଟିଏଫ୍‌ ରାଜି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri