Posted inଖେଳ

ଇଣ୍ଡୋ- ପାକ୍‌ ମ୍ୟାଚ୍‌ ବିନା ଟେଷ୍ଟ ଚାମ୍ପିୟନଶିପ୍‌ର ମାନେ କିଛି ନାହିଁ

କରାଚୀ, ୧୮।୩ (ପି.ଟି.)- ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ଟେଷ୍ଟ ମ୍ୟାଚ୍‌ ଆୟୋଜନ କରା ନ ଗଲେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ଚାମ୍ପିୟନଶିପ୍‌ର ମାନେ କିଛି ନାହିଁ। ଏକଥା କହିଛନ୍ତି ପାକିସ୍ତାନ ପୂର୍ବତନ ଦ୍ରୁତ ବୋଲର ଓ୍ବାକର ୟୁନିସ୍‌। ଟେଷ୍ଟ ଚାମ୍ପିୟନଶିପ୍‌ରେ ବିଶ୍ୱର ଶ୍ରେଷ୍ଠ ୯ଟି ଦେଶ ଅଂଶଗ୍ରହଣ କରୁଛନ୍ତି। ଏହି ଦେଶଗୁଡିକ ପରସ୍ପର ମଧ୍ୟରେ ୬ଟି ଦ୍ୱିପାକ୍ଷିକ ସିରିଜ ଖେଳିବେ। ସର୍ବାଧିକ ପଏଣ୍ଟ ପାଇ ଶ୍ରେଷ୍ଠ ଦୁଇଟି ସ୍ଥାନରେ ରହିବାକୁ ଥିବା ଦଳ ୨୦୨୧ ଜୁନ୍‌ରେ ଇଂଲଣ୍ଡରେ ଫାଇନାଲରେ ପରସ୍ପରକୁ ଭେଟିବା କାର୍ଯ୍ୟକ୍ରମ ରହିଛି।
ଭାରତ ଓ ପାକିସ୍ତାନ ମଧ୍ୟରେ ରାଜନୈତିକ ଓ କୂଟନୈତିକ ସମ୍ପର୍କ ଭଲ ନାହିଁ ବୋଲି ଜାଣିଛି। ଏପରିକି ଦୁଇ ଦେଶର ସରକାରଙ୍କ ମଧ୍ୟରେ କୌଣସି ସମ୍ପର୍କ ନାହିଁ କହିଲେ ଚଳେ। ତେବେ ଏପରିସ୍ଥଳେ ଚାମ୍ପିୟନଶିପ୍‌ରେ ଆଇସିସି ସକ୍ରିୟ ଭୂମିକା ନେବାର ଆବଶ୍ୟକ ରହିଛି ବୋଲି ଓ୍ବାକାର କ୍ରିକ୍‌ବଜ ୟୁଟ୍ୟୁବ ଚ୍ୟାନେଲକୁ ସାକ୍ଷାତକାର ଦେଇ କହିଛନ୍ତି। ଆଇସିସି ଦୁଇ ଦେଶ ମଧ୍ୟରେ କ୍ରିକେଟ ସିରିଜକୁ ପୁଣି ଥରେ ଆରମ୍ଭ କରିବା ପାଇଁ ପ୍ରୟାସ ଆରମ୍ଭ କରିବା ଉଚିତ।
୨୦୦୮ରେ ଆତଙ୍କବାଦୀଙ୍କ ମୁମ୍ବାଇ ଆକ୍ରମଣ ପରେ ଭାରତ ପାକିସ୍ତାନ ଗସ୍ତରେ ଯାଇନାହିଁ। ୨୦୦୭ ପରଠାରୁ ଦୁଇ ଦେଶ ମଧ୍ୟ ପୂର୍ଣ୍ଣ ଦ୍ୱିପାକ୍ଷିକ ସିରିଜ ଖେଳିନାହାନ୍ତି। ଗତ ୧୪ ବର୍ଷ ମଧ୍ୟରେ ବିଶ୍ୱରେ ୮୭ଟି ଟେଷ୍ଟ ଓ ୨୬୨ଟି ଦିନିକିଆ ଖେଳାଯାଇଛି। କିନ୍ତୁ ଦୁଇ ଦେଶ ମଧ୍ୟରେ ମାତ୍ର ୪ଟି ଟେଷ୍ଟ ଖେଳାଯାଇଛି। ଦୁଇ ଦେଶ ମଧ୍ୟରେ ଅଧିକ ଟେଷ୍ଟ ଖେଳାଯିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି।
ତେବେ ଭାରତ କ୍ରିକେଟ ପ୍ରତିଭା ସୃଷ୍ଟି କରିବାର କଠିନ ପରିଶ୍ରମ କରୁଛି ଓ ଏହାର ଫଳ ମଧ୍ୟ ହାସଲ କରିଛି। ୧୪୦ କି.ମି. ବେଗରୁ ଅଧିକ ଗତିରେ ବୋଲିଂ କରୁଥିବା ବୋଲରଙ୍କୁ ଭାରତ ନିୟମିତ ଭାବେ ସୃଷ୍ଟି କରୁଛି। ଅତୀତରେ କିନ୍ତୁ ଏପରି ହେଉ ନ ଥିଲା। ଏବେ ଭାରତ ପାଖରେ ଯଶପ୍ରୀତ ବୁମ୍‌ରା, ମହମ୍ମଦ ସାମି, ଈଶାନ୍ତ ଶର୍ମାଙ୍କ ଭଳି ପ୍ରତିଭାସମ୍ପନ୍ନ ଦ୍ରୁତ ବୋଲର ରହିଛନ୍ତି। ଏବେ କ୍ରିକେଟରେ ବହୁତ କିଛି ପରିବର୍ତ୍ତନ ହୋଇଛି। ବୋଲରମାନେ ଏବେ ନିୟମ ପରିବର୍ତ୍ତନ କାରଣରୁ ରକ୍ଷଣାତ୍ମକ ନୀତି ଅବଲମ୍ବନ କରୁଛନ୍ତି। ତେବେ ପୂର୍ବରୁ ଆମେ ଆକ୍ରମଣାତ୍ମକ ଶୈଳୀ ଆପଣାଇ ସଫଳତା ହାସଲ କରୁଥିଲୁ ବୋଲି ଓ୍ବାକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri