Posted inଜାତୀୟ

ଇତିହାସ ରଚିବାକୁ ଯାଉଛି ଇସ୍ରୋ: ‘ଚନ୍ଦ୍ରଯାନ-୨’ର କାଉଣ୍ଟଡାଉନ୍‌ ଆରମ୍ଭ

ନୂଆଦିଲ୍ଲୀ, ୨୧।୦୭: ମହାକାଶ ଇତିହାସରେ ଭାରତ ଆଉ ଏକ ସଫଳ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଜୁଲାଇ ୨୨ ତାରିଖ ଅପରାହ୍ନ ୨ଟା ୪୩ ମିନିଟରେ ମହାକାଶକୁ ଯିବ ବହୁ ପ୍ରତୀକ୍ଷିତ ଚନ୍ଦ୍ରଯାନ-୨। ଏଥିପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଜୁଲାଇ ୧୫ ତାରିଖରେ ଉତ୍‌କ୍ଷେପଣ ହେବାକୁ ଥିବା ଚନ୍ଦ୍ରଯାନ-୨ ଯାନ୍ତ୍ରିକ ତ୍ରୁଟି କାରଣରୁ ନିର୍ଦ୍ଧାରିତ ସମୟର ପାଖାପାଖି ଏକ ଘଣ୍ଟା ପୂର୍ବରୁ ଉତ୍‌କ୍ଷେପଣ ସ୍ଥଗିତ ରଖାଯାଇଥିଲା। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ସବୁ ଯାନ୍ତ୍ରିକ ସମସ୍ୟାର ସମାଧାନ କରିପାରିଛି। ଏହି ଚନ୍ଦ୍ରଯାନ ମିଶନ ପାଇଁ ୯୭୬ କୋଟି ଟଙ୍କା ଖର୍ଚ୍ଚ ହୋଇଛି।
ଗୋଟିଏ ଅର୍ବିଟର , ଗୋଟିଏ ଲ୍ୟାଣ୍ଡର (ବିକ୍ରମ) ଏବଂ ଗୋଟିଏ ରୋଭର (ପ୍ରଜ୍ଞା)କୁ ନେଇ ଗଠିତ ହୋଇଛି ଚନ୍ଦ୍ରଯାନ-୨। ଭାରତର ମହାକାଶ ବିଜ୍ଞାନର ଅଗ୍ରଦୂତ ବିକ୍ରମ ସରାଭାଇଙ୍କ ସ୍ମୃତିରେ ଇସ୍ରୋ ଚନ୍ଦ୍ରଯାନର ଲ୍ୟାଣ୍ଡର ନାମ ‘ବିକ୍ରମ ’ ଏବଂ ରୋଭରର ନାମ ‘ପ୍ରଜ୍ଞା’ ରଖିଛି। ଅବତରଣ ପରେ ଚନ୍ଦ୍ରଯାନ-୨ ସହ ସଂଯୁକ୍ତ ରୋଭରଟି ଲ୍ୟାଣ୍ଡରଠାରୁ ଅଲଗା ହୋଇ ଚନ୍ଦ୍ରପୃଷ୍ଠରେ ୧୪ ଦିନ ପର୍ଯ୍ୟନ୍ତ ଅନୁଧ୍ୟାନ ଜାରି ରଖିବ। ଉଭୟ ରୋଭର ଏବଂ ଲ୍ୟାଣ୍ଡର ୧୪ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରିବେ। ଅର୍ବିଟର ବର୍ଷେ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହି ଏହାର ମିଶନ ଜାରି ରଖିବ। ଚନ୍ଦ୍ରଯାନ-୧ ମିଶନ ପରେ ଏହି ଦ୍ୱିତୀୟ ଚନ୍ଦ୍ର ଅଭିଯାନ ପାଇଁ ଇସ୍ରୋ ଆଶାବାଦୀ ଥିବାବେଳେ ଏହା ଉପରେ ସାରା ବିଶ୍ୱର ମଧ୍ୟ ନଜର ରହିଛି। ଏହି ଅଭିଯାନ ସଫଳ ହେଲେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡ କରିବାରେ ଭାରତ ଚତୁର୍ଥ ଦେଶର ମାନ୍ୟତା ଅର୍ଜନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri