ଇଦ୍‌-ଉଲ୍‌-ଜୁହା ପାଇଁ ସହର ଉତ୍ସବମୁଖର

ଭଦ୍ରକ ଅଫିସ, ୧୨।୮- ସୋମବାର ଇଦ୍‌-ଉଲ୍‌-ଜୁହା ପର୍ବ। ଏଥିପାଇଁ ଭଦ୍ରକ ସହରରେ ଥିବା ବିଭିନ୍ନ ମସ୍‌ଜିଦ, ସମୂହ ନମାଜ ପାଠ ହେବାକୁ ଥିବା କଦମବେଡା ଇଦ୍‌ଗାହା ଅଞ୍ଚଳର ପରିବେଶ ଉତ୍ସବମୁଖର ହୋଇଉଠିଛି। ସହରରେ ଭାଇଚାରା ଓ ସଦ୍‌ଭାବନା ରକ୍ଷା କରି ଏହି ପର୍ବ ପାଳନ କରିବା ଲାଗି ପ୍ରଶାସନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସମ୍ବେଦନଶୀଳ ଅଞ୍ଚଳ କୁହାଯାଉଥିବା ସହରର ପୁରୁଣାବଜାର ଇଲାକାରେ ଦୁଇଦିନ ଧରି ଜିଲା ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ କରାଯିବା ସହ କଡ଼ା ପୋଲିସ ପହରା ଦିଆଯାଇଛି। ଶନିବାର ବିଳମ୍ବିତ ରାତିରେ ଡିଆଇଜି ଅମିତେନ୍ଦ୍ର ନାଥ ସିହ୍ନା ଭଦ୍ରକରେ ପହଞ୍ଚି ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ। ପରେ ଟାଉନ ଥାନା ଓ ପୁରୁଣାବଜାର ଥାନା ଅଞ୍ଚଳରେ ପହଞ୍ଚି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରି ସେ ଫେରିଛନ୍ତି। ଏସ୍‌ପି ରାଜେଶ ପଣ୍ଡିତଙ୍କ ନେତୃତ୍ୱରେ ପୁରୁଣାବଜାର ଥାନା ଅଞ୍ଚଳରେ ୧୭ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। କଦମବେଡା ଇଦ୍‌ଗାହା ନିକଟରେ ସମୂହ ନମାଜ ପାଠ ସ୍ଥଳରେ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି। ସହରାଞ୍ଚଳରେ ଥିବା ସମସ୍ତ ମନ୍ଦିର ଓ ମସ୍‌ଜିଦ୍‌ଗୁଡ଼ିକରେ ପୋଲିସ ମୁତୟନ ସହ ଭ୍ରାମ୍ୟମାଣ ପୋଲିସର ପାଟ୍ରୋଲିଂ ବ୍ୟବସ୍ଥା କରାଯାଇଛି। ୪ ଅତିରିକ୍ତ ଏସ୍‌ପି, ୯ ଡିଏସ୍‌ପି, ୧୫ ଇନ୍ସପେକ୍ଟର, ୬୯ ଏସ୍‌ଆଇ, ଏଏସ୍‌ଆଇ, ୬ ହାବିଲଦାର, ୪୯ ଓଆର୍‌ କନଷ୍ଟେବଳ ଓ ୧୪୦ ହୋମଗାର୍ଡ ମୁତୟନ ରହିଛନ୍ତି। ଚଉଦ ମହଲା ମୁସ୍‌ଲିମ ଜମାତ ସଭାପତି ମହମ୍ମଦ ଅବଦୁଲ ବାରି କହିଛନ୍ତି, ସୋମବାର ପୂର୍ବାହ୍ନ ୯ଟା ବେଳେ ୧୦ ହଜାରରୁ ଊର୍ଦ୍ଧ୍ୱ ମୁସ୍‌ଲିମ ଧର୍ମାବଲମ୍ବୀ ସମୂହ ନମାଜପାଠରେ ଯୋଗଦେବେ। ଏଥିଲାଗି ପ୍ରସ୍ତୁତି ବୈଠକ ବସି ସମସ୍ତ କାର୍ଯ୍ୟକ୍ରମ ଚୂଡ଼ାନ୍ତ କରାଯାଇଛି। ସମୂହ ନମାଜପାଠରେ ସାମିଲ ହୋଇଥିବା ଲୋକଙ୍କୁ ସେଠାରେ ବିଭିନ୍ନ ସମ୍ପ୍ରଦାୟର ତଥା ରାଜନୈତିକ ଦଳର ବ୍ୟକ୍ତିବିଶେଷଙ୍କ ପକ୍ଷରୁ ଶୁଭେଚ୍ଛା ଜଣାଇବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri