Posted inଜାତୀୟ

ଇଦ୍‌ରେ ଅଶାନ୍ତ ଶ୍ରୀନଗର: ଜାମିଆ ମସଜିଦ୍‌ ଆଗରେ ଲାଗିଲା ଆଇଏସ ପତାକା

ଶ୍ରୀନଗର, ୫।୬: ସାରା ଦେଶରେ ବୁଧବାର ଆନନ୍ଦଉଲ୍ଲାସରେ ଇଦ୍‌ ପାଳନ ଚାଲିଥିବାବେଳେ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ବ୍ୟାପକ ହିଂସାକାଣ୍ଡ ଘଟିଛି। ଇଦ ପ୍ରାର୍ଥନା ପରେ ଜାମିଆ ମସଜିଦ ନିକଟରେ ସୁରକ୍ଷାକର୍ମୀଙ୍କୁ କିଛି ଲୋକ ଟେକା ପଥର ମାଡ କରି ଆତଙ୍କୀ ସଂଗଠନ ଆଇଏସର ପତାକା ମଧ୍ୟ ଉଡାଇଛନ୍ତି। ମସଜିଦ ଆଗରେ ସୁରକ୍ଷାକର୍ମୀ ଏବଂ ପଥର ଫିଙ୍ଗାଳି ମୁହାଁମୁହଁି ହୋଇଛନ୍ତି। ଆନ୍ଦୋଳନକାରୀମାନେ ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ଆତଙ୍କବାଦୀ ଜାକିର ମୁସା ଏବଂ ଜୈଶ ମୁଖ୍ୟ ମାସୁଦ ଆଝାର ଫଟୋ ଧରି ସେମାନଙ୍କ ସପକ୍ଷରେ ନାରା ବାଜି ମଧ୍ୟ କରିଛନ୍ତି। ସୂଚନାଯୋଗ୍ୟ, ବୁଧବାର ସକାଳେ ଇଦ ପାଇଁ ଜାମିଆ ମସଜିଦରେ ମୁସଲମାନ ସଂପ୍ରଦାୟର ଲୋକମାନେ ସମୂହ ନମାଜ ପାଠ କରିଥିଲେ। ପରେ ୩୦ରୁ ୪୦ ଜଣ ଯୁବକ ଏକାଠି ହୋଇ ମସଜିଦ ବାହାରେ ଥିବା ସୁରକ୍ଷାକର୍ମୀଙ୍କୁ ଟେକା ପଥର ମାଡ କରିଥିଲେ। ସୁରକ୍ଷାକର୍ମୀମାନେ ମଧ୍ୟ ସେମାନଙ୍କୁ କାବୁ କରିବା ପାଇଁ ଲୁହ ବୁହା ଗ୍ୟାସ ପ୍ରୟୋଗ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri