ବିଶାଖାପାଟଣା,୩।୧୦: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ଦଳ ତା’ର ପ୍ରଥମ ଇନିଂସରେ ୭ ଉଇକେଟ ହରାଇ ୫୦୨ ରନ୍ କରିଥିବାବେଳେ ପ୍ରଥମ ଇନିଂସ ଘୋଷଣା କରିଛି। ଭାରତୀୟ ଦଳ ତା’ର ଅସମାପ୍ତ ସ୍କୋର ୨୦୨/୦ରୁ ବ୍ୟାଟିଂ ଆରମ୍ଭ କରିଥିଲା। ଦୁଇ ଓପନର ରୋହିତ ଶର୍ମା ଓ ମୟଙ୍କ ଅଗ୍ରଓ୍ବାଲ ପୂର୍ବ ଦିନ ଭଳି ଗୁରୁବାର ମଧ୍ୟ ସତର୍କତା ସହ ବ୍ୟାଟିଂ କରି ଦଳୀୟ ସ୍କୋରକୁ ୩୦୦ ଅତିକ୍ରମ କରାଇଥିଲେ। ୧୭୬ ରନ୍ କରିଥିବା ରୋହିତ କେଶବ ମହାରାଜଙ୍କ ବଲରେ କ୍ୱିଣ୍ଟନ ଡି’କକ୍ଙ୍କ ହାତରେ କ୍ୟାଚ୍ ହୋଇ ପ୍ୟାଭିଲିଅନ ଫେରିଥିଲେ। ତାଙ୍କ ପରେ ଅଗ୍ରଓ୍ବାଲ କ୍ୟାରିୟରର ପ୍ରଥମ ଦ୍ୱିଶତକ ଅର୍ଜନ କରିବା ପରେ ଡିନ ଏଲଗାରଙ୍କ ବଲରେ ଡାନେ ପିଟ୍ଙ୍କ ଦ୍ୱାରା କ୍ୟାଚ୍ ଆଉଟ୍ ହୋଇଥିଲେ। ଆଉଟ୍ ହେବା ପୂର୍ବରୁ ଅଗ୍ରଓ୍ବାଲ ୩୭୧ ବଲର ସମ୍ମୁଖୀନ ହୋଇ ୨୧୫ ରନ୍ କରିଥିଲେ। ତାଙ୍କ ଇନିଂସରେ ୨୩ ଚୌକା ଓ ୬ ଛକା ସାମିଲ ଥିଲା। ଦୁଇ ଓପନର ଆଉଟ୍ ହେବା ପରେ ମଧ୍ୟକ୍ରମର କୌଣସି ବ୍ୟାଟ୍ସମ୍ୟାନ ଅଧିକ ସମୟ ତିଷ୍ଠି ପାରି ନ ଥିଲେ। ଚେତେଶ୍ୱର ପୂଜାରା ୬, ଅଧିନାୟକ ବିରାଟ କୋହଲି ୨୦, ଅଜିଙ୍କ୍ୟ ରାହାନେ ୧୫, ଅନୁମା ବିହାରୀ ୧୦ ଓ ରିଦ୍ଦିମାନ ଶାହ ୨୧ ରନ୍ କରି ଆଉଟ୍ ହୋଇଥିଲେ। ଫଳରେ ଭାରତୀୟ ଦଳ ୧୩୬ ଓଭର ଖେଳି ୭ ଉଇକେଟ ହରାଇ ୫୦୨ ରନ୍ କରିଥିବାବେଳେ କୋହଲି ଇନିଂସ ସମାପ୍ତି ଘୋଷଣା କରିଥିଲେ। ଭ୍ରମଣକାରୀ ଦଳ ପାଇଁ ମହାରାଜ ୩ ଉଇକେଟ ନେଇଥିବାବେଳେ ସେନୁରାନ ମୁଥୁସାମି, ଡିନ ଏଲଗାର, ବର୍ନନ ଫିଲାଣ୍ଡର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ
ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…
T20 ବିଶ୍ୱକପ୍ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍ର ଲକ୍ଷ୍ୟ
ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍ ୨୦୨୬ର ଶେଷ ଗ୍ରୁପ୍ ମ୍ୟାଚ୍ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍ର ଏକ ବଡ ସ୍କୋର ଛିଡ଼ା…
ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…
ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…
T20 ବିଶ୍ୱକପ୍ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି
ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍ ୨୦୨୬ର ଗ୍ରୁପ୍-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍ ଜିତି ପ୍ରଥମେ ବ୍ୟାଟିଂ…
୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ
ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…
ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା
ଇସଲାମାବାଦ୍,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…
ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର
ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…
ସୁପର-୮ରେ ୩ ମ୍ୟାଚ୍ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍
ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…
Archives

