Posted inଖେଳ

ଇନିଂସ ଘୋଷଣା କଲା ଭାରତ

ବିଶାଖାପାଟଣା,୩।୧୦: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ଦଳ ତା’ର ପ୍ରଥମ ଇନିଂସରେ ୭ ଉଇକେଟ ହରାଇ ୫୦୨ ରନ୍‌ କରିଥିବାବେଳେ ପ୍ରଥମ ଇନିଂସ ଘୋଷଣା କରିଛି। ପ୍ରଥମ ଦିନ ଭାରତୀୟ ଦଳ ତା’ର ଅସମାପ୍ତ ସ୍କୋର ୨୦୨/୦ରୁ ବ୍ୟାଟିଂ ଆରମ୍ଭ କରିଥିଲା। ଦୁଇ ଓପନର ରୋହିତ ଶର୍ମା ଓ ମୟଙ୍କ ଅଗ୍ରଓ୍ବାଲ ପୂର୍ବ ଦିନ ଭଳି ଗୁରୁବାର ମଧ୍ୟ ସତର୍କତା ସହ ବ୍ୟାଟିଂ କରି ଦଳୀୟ ସ୍କୋରକୁ ୩୦୦ ଅତିକ୍ରମ କରାଇଥିଲେ। ୧୭୬ ରନ୍‌ କରିଥିବା ରୋହିତ କେଶବ ମହାରାଜଙ୍କ ବଲରେ କ୍ୱିଣ୍ଟନ ଡି’କକ୍‌ଙ୍କ ହାତରେ କ୍ୟାଚ୍‌ ହୋଇ ପ୍ୟାଭିଲିଅନ ଫେରିଥିଲେ। ତାଙ୍କ ପରେ ଅଗ୍ରଓ୍ବାଲ କ୍ୟାରିୟରର ପ୍ରଥମ ଦ୍ୱିଶତକ ଅର୍ଜନ କରିବା ପରେ ଡିନ ଏଲଗାରଙ୍କ ବଲରେ ଡାନେ ପିଟ୍‌ଙ୍କ ଦ୍ୱାରା କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ଆଉଟ୍‌ ହେବା ପୂର୍ବରୁ ଅଗ୍ରଓ୍ବାଲ ୩୭୧ ବଲର ସମ୍ମୁଖୀନ ହୋଇ ୨୧୫ ରନ୍‌ କରିଥିଲେ। ତାଙ୍କ ଇନିଂସରେ ୨୩ ଚୌକା ଓ ୬ ଛକା ସାମିଲ ଥିଲା। ଦୁଇ ଓପନର ଆଉଟ୍‌ ହେବା ପରେ ମଧ୍ୟକ୍ରମର କୌଣସି ବ୍ୟାଟ୍ସମ୍ୟାନ ଅଧିକ ସମୟ ତିଷ୍ଠି ପାରି ନ ଥିଲେ। ଚେତେଶ୍ୱର ପୂଜାରା ୬, ଅଧିନାୟକ ବିରାଟ କୋହଲି ୨୦, ଅଜିଙ୍କ୍ୟ ରାହାନେ ୧୫, ଅନୁମା ବିହାରୀ ୧୦ ଓ ରିଦ୍ଦିମାନ ଶାହ ୨୧ ରନ୍‌ କରି ଆଉଟ୍‌ ହୋଇଥିଲେ। ଫଳରେ ଭାରତୀୟ ଦଳ ୧୩୬ ଓଭର ଖେଳି ୭ ଉଇକେଟ ହରାଇ ୫୦୨ ରନ୍‌ କରିଥିବାବେଳେ କୋହଲି ଇନିଂସ ସମାପ୍ତି ଘୋଷଣା କରିଥିଲେ। ଭ୍ରମଣକାରୀ ଦଳ ପାଇଁ ମହାରାଜ ୩ ଉଇକେଟ ନେଇଥିବାବେଳେ ସେନୁରାନ ମୁଥୁସାମି, ଡିନ ଏଲଗାର, ବର୍ନନ ଫିଲାଣ୍ଡର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri