Posted inଜାତୀୟ

ଇନ୍ଦିରାଙ୍କ ପଦାନୁସରଣ କରୁଛନ୍ତି ପ୍ରିୟଙ୍କା: ସୋସିଆଲ୍‌ ମିଡ଼ିଆରେ ଫଟୋ ଭାଇରାଲ

ଲକ୍ଷ୍ନୌ,୨୦।୭: ଜମି ବିବାଦରେ ଗୋଣ୍ଡ ଜନଜାତି ସମ୍ପ୍ରଦାୟର ୧୦ ଜଣ ମହିଳା-ପୁରୁଷଙ୍କ ମୃତ୍ୟୁ ଘଟିଛି। ଉତ୍ତରପ୍ରଦେଶ ସୋନଭଦ୍ର ଜିଲାରେ ଏଭଳି ଘଟଣା ଘଟିଛି। ୩୨ଟି ଟ୍ରାକ୍ଟରରେ ୩ଶହ ଲୋକ ଆସି ଏହି କାଣ୍ଡ ଭିଆଇଥିବା କୁହାଯାଉଛି। ପୀଡ଼ିତ ପରିବାର ସଦସ୍ୟଙ୍କୁ ଭେଟିବାକୁ ଯାଉଥିବା କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ବାଟରେ ଅଟକ ରଖାଯାଇଥିଲା। ତେବେ ପ୍ରିୟଙ୍କା ରାସ୍ତାରେ ଧାରଣାରେ ବସିଥିଲେ। ପ୍ରିୟଙ୍କାଙ୍କ ଏହି ଫଟୋ ୧୯୭୭୯ ଅଗଷ୍ଟ ୧୩ରେ ରାସ୍ତାରେ ଧାରଣାରେ ବସିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଫଟୋ ସହ ମେଳ ଖାଉଛି। ଇନ୍ଦିରା ବିହାର ବେଲଚିରେ ହୋଇଥିବା ଏକ ହତ୍ୟାକାଣ୍ଡ ଘଟଣାରେ ପୀଡ଼ିତ ପରିବାରଙ୍କୁ ଭେଟିବାକୁ ଯାଇଥିଲେ। ଏହି ଘଟଣାରେ ୧୧ ଜଣଙ୍କୁ ହତ୍ୟା କରାଯାଇଥିଲା। ସେତେବେଳେ ଇନ୍ଦିରା କ୍ଷମତାରେ ନ ଥିଲେ। ସେତେବେଳେ ବିହାରରେ ବନ୍ୟା ହୋଇଥିବାରୁ ଇନ୍ଦିରା ହାତୀରେ ବସି ପୀଡ଼ିତଙ୍କୁ ଦେଖା କରିବାକୁ ଯାଇଥିଲେ। ସେ ସେଠାରେ ଧାରଣାରେ ବସିଥିଲେ ବୋଲି କୁହାଯାଉଛି। ଏହାପରେ ଇନ୍ଦିରା ପୁଣି ଥରେ କ୍ଷମତା ଦଖଲ କରିଥିଲେ। ଇନ୍ଦିରା ଏବଂ ପ୍ରିୟଙ୍କା ଧାରଣାରେ ବସି ଥିବା ଏହି ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପ୍ରିୟଙ୍କା ଇନ୍ଦିରାଙ୍କ ପଦାନୁସରଣ କରୁଛନ୍ତି ବୋଲି ଲୋକେ କମେଣ୍ଟ ଦେବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ମାତିଲା ପାଗଳ ମାଙ୍କଡ, ସକାଳ ହେଲେ ପଡିଯାଉଛି ତାଟି କବାଟ, ଆତଙ୍କିତ ଅବସ୍ଥାରେ ଲୋକେ

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ୮ରୁ ଅଧିକ ଜଣ ପାଗଳ ମାଙ୍କଡ କାମୁଡ଼ାରେ ଆହାତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ…

ମେସି-ରୋନାଲ୍ଡୋ ଯଦି ଏକାଠି ହୁଅନ୍ତି ତେବେ ଫିକା ପଡିଯିବ BCCI! ଏମାନଙ୍କ ନେଟ ଓ୍ବର୍ଥ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୬: ଫୁଟବଲ ବିଶ୍ୱର ସବୁଠାରୁ ଲୋକପ୍ରିୟ ଖେଳ, ପ୍ରାୟ ପ୍ରତ୍ୟେକ ଦେଶରେ ଖେଳାଯାଏ। କ୍ରିକେଟ ଦ୍ୱିତୀୟ ସ୍ଥାନରେ ଅଛି ଏବଂ ବିଶ୍ୱ ଦର୍ଶକଙ୍କ ଉପରେ ଏହାର କବଜାକୁ…

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର…

NEET ପୁନଃପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଲାଗିଲା ଅସ୍ଥାୟୀ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର NEET-UG ପୁନଃପରୀକ୍ଷା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ ଏକ ଅସ୍ଥାୟୀ କଟକଣା ଜାରି…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ…

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ…

ଭାତହାଣ୍ଡିର ଚାଷୀଙ୍କୁ ହତାଦର, ମାସେ ପରେ ବି ମିଳିପାରିନି ଟୋକନ

ବରଗଡ଼,୧୬।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି । ଆଉ ୨ସପ୍ତାହ ପରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

‘ଇରାନ ସହ ଚୁକ୍ତି କରିଛି ଆମେରିକା, ହେଲେ ଆମେରିକା ଉପରେ ଭରସା ନାହିଁ’, କାହିଁକି ଏମିତି ଚେତାବନୀ ଦେଲା CIA? ଜାଣନ୍ତୁ…

ଓ୍ବାଶିଂଟନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧକୁ ଏଡାଇବା ପାଇଁ ଏକ ଚୁକ୍ତି ହୋଇଛି, କିନ୍ତୁ ଆମେରିକାରେ ସମସ୍ତେ ଏହି ଚୁକ୍ତି ଉପରେ ଆସ୍ଥା ପ୍ରକଟ କରିନାହାଁନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri