Posted inଖେଳ

‘ଇନ୍‌ ଆଣ୍ଡ୍‌ ଆଉଟ୍‌ ଅଫ୍‌ ଗ୍ରାସ୍‌ରୁଟ୍‌ ଫୁଟ୍‌ବଲ ଡେଭଲପମେଣ୍ଟ’ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧୪ା୪ (ସ୍ପୋଟର୍‌ସ ବ୍ୟୁରୋ)- କରୋନା ଭାଇରସ୍‌ ସଂକ୍ରମଣ ଆଶଙ୍କା ଯୋଗୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଚାଲିଥିବାରୁ କ୍ରୀଡ଼ା କାର୍ଯ୍ୟକଳାପ ଏକ ପ୍ରକାର ସ୍ଥାଣୁ ପାଲଟି ଯାଇଛି। ତେବେ ଏହି ସମୟରେ ଅଗ୍ରଣୀ ସ୍ପୋଟର୍‌ସ ମ୍ୟାନେଜମେଣ୍ଟ କମ୍ପାନୀ ଆଇଡିଆଜ୍‌ ଅନ୍‌ଲିମିଟେଡ୍‌ ସ୍ପୋଟର୍‌ସ ମ୍ୟାନେଜମେଣ୍ଟ ଗ୍ରୁପ୍‌ (ଆଇୟୁଏସ୍‌ଏମ୍‌) ତରଫରୁ ସଂସ୍ଥାର ଫେସ୍‌ବୁକ୍‌ ପେଜ୍‌ରେ ‘ ଇନ୍‌ ଆଣ୍ଡ୍‌ ଆଉଟ୍‌ ଅଫ୍‌ ଗ୍ରାସ୍‌ରୁଟ୍‌ ଫୁଟ୍‌ବଲ ଡେଭଲପମେଣ୍ଟ’ କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯାଉଛି। ପ୍ରଥମ ସେସନ ରବିବାର ସକାଳ ୧୧ ଟା ୩୦ରେ ଆରମ୍ଭ ହୋଇଥିଲା। ଚଳିତ ମାସ ୩୦ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ରବିବାର ଓ ଗୁରୁବାର ସକାଳେ ଏହି ସେସନର ସିଧାପ୍ରସାରଣ କରାଯିବ। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)ର ପୂର୍ବତନ ମୁଖ୍ୟ କୋଚ୍‌ ଶ୍ୟାମ ମାନିକ୍‌ ଲୋଧ୍‌ ସମସ୍ତ ସେସନ ପରିଚାଳନା କରୁଛନ୍ତି। ଲୋଧ୍‌ ଗତ ଦୁଇ ବର୍ଷ କଟକ ସାଇ ହଷ୍ଟେଲରେ କାର୍ଯ୍ୟ କରିଥିଲେ। ଓଡ଼ିଶାରେ ମହିଳା ଫୁଟ୍‌ବଲର ବିକାଶ କ୍ଷେତ୍ରରେ ସେ କାର୍ଯ୍ୟ କରିଥିଲେ। ତାଙ୍କ କାର୍ଯ୍ୟକାଳ ସମୟରେ ଓଡ଼ିଶାରୁ ୪ ଜଣ ବାଳିକା ଜାତୀୟ ମହିଳା ଦଳରେ ସ୍ଥାନ ପାଇଥିଲେ। ଲୋଧ୍‌ ଏସିଆନ ଫୁଟ୍‌ବଲ କନଫେଡେରେଶନର ଏ’ ଲାଇସେନ୍ସପ୍ରାପ୍ତ କୋଚ୍‌ ତଥା ଏଆଇଏଫ୍‌ଏଫ୍‌ର ଡି’ ଲାଇସେନ୍ସପ୍ରାପ୍ତ କୋଚ୍‌୍‌ ତଥା ଏଜୁକେଟର। ଆଇୟୁଏସ୍‌ଏମ୍‌ ତରଫରୁ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶର ଯୁବ ଫୁଟ୍‌ବଲ କୋଚ୍‌ଙ୍କୁ ବିକଶିତ କରିବା ସହ ନିଜ ପିଲାଙ୍କୁ ଭବିଷ୍ୟତରେ ଜଣେ ଫୁଟ୍‌ବଲର କରିବାକୁ ଅଭିଳାଷ ରଖିଥିବା ମାତାପିତାଙ୍କୁ ଉପଯୋଗୀ ପରାମର୍ଶ ଦିଆଯିବାର ବ୍ୟବସ୍ଥା କରାଯାଇ ଥିବା ସଂସ୍ଥାର ସିଓଓ ସଞ୍ଜୟ ଶ୍ରୀବାସ୍ତବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

ପୋଖରୀକୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ ବ୍ୟକ୍ତି, ଖୋଜାଖୋଜି ପରେ ମିଳିଲା ତାଙ୍କ…

ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଲ୍ଲୀ ଗ୍ରାମର ପୋଖରୀରୁ ରବିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ଚେକ୍‌ ରିପବ୍ଲିକ୍‌ ଦଳରେ ସ୍ଥାନ ପାଇଲେ ୧୭ ବର୍ଷୀୟ ଏହି ଖେଳାଳି, ଜାଣନ୍ତୁ…

ପ୍ରେଗ୍‌,୧ା୬: ବିଶ୍ୱକପ୍‌ ପାଇଁ ଚେକ୍‌ ରିପବ୍ଲିକ ଫୁଟ୍‌ବଲ ଦଳରେ ସ୍ପାର୍ଟା ପ୍ରେଗ୍‌ ୧୭ ବର୍ଷୀୟ ମିଡ୍‌ଫିଲ୍ଡର ହୁଗୋ ସୋଚୁରେକ୍‌ ସ୍ଥାନ ପାଇଛନ୍ତି। କୋସୋଭୋ ବିପକ୍ଷ ଏକ ଓ୍ବାର୍ମଅପ୍‌…

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri