ଇନ୍‌ଷ୍ଟାଗ୍ରାମରୁ ଫଟୋ ଡିଲିଟ୍‌ କଲେ କନିକା କପୁର

ମୁମ୍ବାଇ: ବଲିଉଡ୍‌ ଗାୟିକା କନିକା କପୁର କିଛିଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଖବର ଶୁଣିବାକୁ ମିଳିଥିଲା। ସେ ଲଣ୍ଡନରୁ ଫେରି ଏହି ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ଏକଥା ନିଜେ କନିକା ଟ୍ବିଟ୍‌ କରି ଫ୍ୟାନ୍‌ମାନଙ୍କୁ ଜଣାଇଥିଲେ। ଏବେ କନିକାଙ୍କୁ ନେଇ ପୁଣି ଚର୍ଚ୍ଚା ହେଉଛି। କାରଣ କନିକା ନିଜ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରିଥିବା ଫଟୋଟିକୁ ଡିଲିଟ୍‌ କରିଦେଇଛନ୍ତି। ଯେଉଁଥିରେ ସେ କରୋନା ପଜିଟିଭ୍‌ ସମ୍ପର୍କିତ ଖବର ଫ୍ୟାନ୍‌ମାନଙ୍କୁ ସୂଚନା ଦେଇଥିଲେ। ସେ ଏଥିରେ ଲେଖିଥିଲେ, ତାଙ୍କଠାରେ ଫ୍ଲୁ’ର ଲକ୍ଷଣ ଦେଖାଦେଇଥିଲା। ଏହାର ପରକ୍ଷା କରିବାରୁ ଜଣାପଡ଼ିଥିଲା ସେ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ବର୍ତ୍ତମାନ ମୁଁ ଠିକ୍‌ ଅଛି। ବ୍ୟସ୍ତ ହେଲେ ପରିସ୍ଥିତି ଆହୁରି ବିଗିଡ଼ିଯିବ ବୋଲି ଲେଖିଥିଲେ। କିନ୍ତୁ କନିକା ଏହି ଫଟୋଟିକୁ ଏବେ ଇନ୍‌ଷ୍ଟାଗ୍ରାମରୁ ହଟାଇ ଦେଇଛନ୍ତି। ତେବେ ସେ କାହିଁକି ଏମିତି କଲେ ସେ ସମ୍ପର୍କରେ କୌଣସି ସୂଚନା ଏପର୍ଯ୍ୟନ୍ତ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ…

ବରଗଡ଼ ଧନୁଯାତ୍ରା: ଉଠିଲା କଂସ କଳାକାର ପରିବର୍ତ୍ତନ ଦାବି

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ…

ବନ୍ଦ ହେବ ରାସାୟନିକ ପ୍ରକ୍ର୍ରିୟାକୃତ ପନିର ବିକ୍ରି

ନୂଆଦିଲ୍ଲୀ,୨୫।୯: ଖାଦ୍ୟ ଅପମିଶ୍ରଣ ଏବଂ ଖାଦ୍ୟ ପ୍ୟାକେଟ୍‌ରେ ବିଭ୍ରାନ୍ତିକର ଦାବି କରୁଥିବା କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ କଡ଼ାକଡ଼ି କରିବା ଲକ୍ଷ୍ୟରେ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ…

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?