ଇମାମୀ ଜଗନ୍ନାଥ ମନ୍ଦିର ୫ମ ପ୍ରତିଷ୍ଠା ଉତ୍ସବ: ୭୦ ଯୋଡ଼ିଙ୍କ ହାତଗଣ୍ଠି ପଡିଲା

ବାଲେଶ୍ୱର ଅଫିସ, ୩୦।୧୧-ବାଲେଶ୍ୱର ଜିଲା ରେମୁଣା ବାଲଗୋପାଲପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥ ମନ୍ଦିରର ୫ମ ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପୁରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁମହାପାତ୍ର, ଇମାମୀନଗର ଜଗନ୍ନାଥ ମନ୍ଦିରର ମୁଖ୍ୟ ତଥା ଇମାମୀ ଗ୍ରୁପ୍‌ର ଅନ୍ୟତମ ନିର୍ଦ୍ଦେଶକ ସୁଶୀଲ କୁମାର ଗୋୟେଙ୍କା ପ୍ରମୁଖ ଯୋଗଦେଇ ଉତ୍ସବକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଅନୁଷ୍ଠିତ ସାମୂହିକ ବିବାହରେ ୭୦ଯୋଡ଼ିଙ୍କର ହାତଗଣ୍ଠି ପଡ଼ିବା ସହ ଶୁଭପରିଣୟ ଅନୁଷ୍ଠିତ ହୋଇଥିଲା।
ମନ୍ଦିର ପରିସରରେ ଥିବା ସୁବର୍ଣ୍ଣ କୂପ, ବିମଳା ଲକ୍ଷ୍ମୀ, ଗଣେଶ, ହନୁମାନ ଓ ଶିବ ମନ୍ଦିର ପୂଜାର୍ଚ୍ଚନା ପରେ ଗର୍ଭଗୃହ ମଧ୍ୟରେ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଦେବୀଙ୍କ ପୂଜାର୍ଚ୍ଚନା କରାଯାଇଥିଲା। ପରେ ତିନିଠାକୁରଙ୍କ ଅପୂର୍ବ ସୁନାବେଶକୁ ଭକ୍ତମାନେ ଦର୍ଶନ କରିଥିଲେ। ମାଙ୍ଗଳିକ କାର୍ଯ୍ୟକ୍ରମ ଆରମ୍ଭ ହୋଇ ମଧ୍ୟାହ୍ନ ସାଢେ ୧୨ଟା ପର୍ଯ୍ୟନ୍ତ ଗଣବିବାହ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ୭୦ଜଣ ଯୋଡ଼ିଙ୍କ ହାତଗଣ୍ଠି ପଡ଼ିଥିଲା। କମ୍ପାନୀ ପକ୍ଷରୁ ସମସ୍ତ ବରକନ୍ୟାଙ୍କ ପାଇଁ ବସ୍ତ୍ର, ସ୍ବର୍ଣ୍ଣ ଅଳଙ୍କାର, ଆସବାବପତ୍ର, ଫ୍ୟାନ୍‌, ଘଣ୍ଟା, ଶୀତବସ୍ତ୍ର, ପ୍ରସାଧନ ସାମଗ୍ରୀ, ଛତା, ଜୋତା, ଭ୍ୟାନ୍‌ଟି ବ୍ୟାଗ୍‌, ଟ୍ରଙ୍କ, ଗ୍ରୋଶରୀ ଆଦି ସହିତ କିଛି ନଗଦ ଟଙ୍କା ପ୍ରଦାନ କରାଯାଇଥିଲା। ଅନୁଷ୍ଠାନ ପକ୍ଷରୁ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମହାଯଜ୍ଞ ଆୟୋଜନ କରାଯାଇଥିଲା। ପୂର୍ବାହ୍ନରୁ ରାତି ୯ଟା ପର୍ଯ୍ୟନ୍ତ ସମସ୍ତଙ୍କ ନିମନ୍ତେ ପ୍ରସାଦସେବନ ବ୍ୟବସ୍ଥା ସହ ସନ୍ଧ୍ୟାରେ ଭଜନ ସନ୍ଧ୍ୟା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ଇମାମୀ ଗ୍ରୁପ୍‌ ଏକ୍‌ଜିକ୍ୟୁଟିଭ୍‌ ଡାଇରେକ୍ଟର ପିଏସ୍‌ ପଟୱାରୀ, ମୁଖ୍ୟ ପରିଚାଳକ ଏମ୍‌ବିଏସ୍‌ ନାୟାର, ପରିଚାଳନା ନିର୍ଦ୍ଦେଶକ ସୁଶୀଲ କୁମାର ଖୈତାନ, ବରିଷ୍ଠ ଉପସଭାପତି ଆଶିଷ ଅବିନାଶ ଗୁପ୍ତା ଅତିଥି ଭାବେ ଯୋଗଦେଇ ବରକନ୍ୟାଙ୍କୁ ଆଶୀର୍ବାଦ ଦେଇଥିଲେ। ସଫଳ ରୂପାୟନ ପାଇଁ ଇମାମୀ ପରିବାରର ସମସ୍ତ ସଦସ୍ୟ, ଅଧିକାରୀ, ମନ୍ଦିର ପ୍ରଶାସନର ସମସ୍ତ କର୍ମକର୍ତ୍ତା, କର୍ମଚାରୀ, ଶ୍ରମିକମାନେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri