ଇମାମୀନଗର ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା

ରେମୁଣା, ୫।୬(ଡି.ଏନ.ଏ.): କରୋନା କଟକଣା ପାଇଁ ଶୁକ୍ରବାର ମହାପ୍ରଭୁଙ୍କ ପ୍ରସିଦ୍ଧ ସ୍ନାନଯାତ୍ରା ନିରାଡ଼ମ୍ବର ଭାବେ ସମ୍ପନ୍ନ ହୋଇଛି। ଇମାମୀ ନଗର ଜଗନ୍ନାଥଙ୍କ ମନ୍ଦିରରେ ଅନୁଷ୍ଠିତ ସ୍ନାନଯାତ୍ରା ଭକ୍ତଙ୍କ ବିନା ସମ୍ପନ୍ନ ହୋଇଛି। ପୂର୍ବାହ୍ନ ୬ଟାରେ ମଙ୍ଗଳାର୍ପଣ, ପୂର୍ବାହ୍ନ ୮ଟାରେ ଜୀଉମାନଙ୍କୁ ଧାଡ଼ି ପହଣ୍ଡି କରି ସ୍ନାନ ବେଦିକୁ ନିଆଯାଇଥିଲା। ସେଠାରେ ସକାଳ ସାଢ଼େ ୯ଟାରେ ମଙ୍ଗଳ ଆରତୀ ଓ ଅବକାଶ ମଇଲମ ଅନୁଷ୍ଠିତ ହୋଇଥିଲା। ପୂର୍ବାହ୍ନ ୧୦ଟାରେ ଜଳଧିବାହ କରାଯାଇ ଦିନ ୧୧ଟାରେ ସ୍ନାନ ମହୋତ୍ସବ ଅନୁଷ୍ଠିତ ହୋଇଥିଲା। ୧୧ଟା ୪୫ରେ ଛେରାପହଁରା, ୧୨ଟା ୧୫ରେ ଗଜାନନ ବେଶ ସିଙ୍ଗାର ହୋଇଥିଲା। ଦିନ ୧ଟା୧୫ରେ ଜୀଉମାନଙ୍କ ନିକଟରେ ୫୬ ଭୋଗ ଲାଗି କରାଯାଇଥିଲା। ପୁଷ୍ପାଞ୍ଜଳି ପରେ ଜୀଉମାନେ ଗୋଟି ପହଣ୍ଡିରେ ଅଣସର ଘରକୁ ବିଜେ କରିଥିଲେ। ଆସନ୍ତା ୨୨ ତାରିଖରେ ନବଯୌବନ ବେଶରେ ଠାକୁର ଅଣସରରୁ ବାହାରି ରଥାଋଢ଼ ହେବେ। ସମସ୍ତ କାଯର୍‌ୟକ୍ରମ ଇମାମୀ ଗ୍ରୁପର ଅନ୍ୟତମ ନିର୍ଦ୍ଦେଶକ ସୁଶୀଲ କୁମାର ଗୋୟେଙ୍କାଙ୍କ ତତ୍ତ୍ୱାବଧାନରେ ଇମାମୀ କାରଖାନାର ସିନିୟର ପରିଚାଳନା ନିର୍ଦ୍ଦେଶକ ଏମବିଏସ୍‌ ନାୟାର, ନିର୍ଦ୍ଦେଶକ ସୁଶିଲ କୁମାର ଖୈତାନ, ମନ୍ଦିର ପ୍ରଶାସନିକ ଅଧିକାରୀ ପ୍ରଶନ୍ନ କୁମାର ସିଂହ ସାମନ୍ତ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri