ଇମ୍ରାନ୍‌ଙ୍କୁ ଭାରତର ଆଣବିକ ଅସ୍ତ୍ର ଭୟ

ଇସ୍‌ଲାମାବାଦ,୧୯ା୮:ଭାରତର ଆଣବିକ ଅସ୍ତ୍ର ପ୍ରୟୋଗ ନୀତିରେ ସମ୍ଭାବ୍ୟ ପରିବର୍ତ୍ତନକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ଛାନିଆ ହୋଇଯାଇଛନ୍ତି। ନରେନ୍ଦ୍ର ମୋଦି ସରକାରଙ୍କ ଅଧୀନରେ ଭାରତର ଆଣବିକ ଅସ୍ତ୍ରଶସ୍ତ୍ର ବିପଦ ସୃଷ୍ଟି କରିପାରେ ବୋଲି ଆଶଙ୍କାବ୍ୟକ୍ତ କରିବା ସହ ବିଶ୍ୱ ସମୁଦାୟ ଏହାକୁ ନେଇ ଗମ୍ଭୀରତା ସହ ଚିନ୍ତାକରୁ ବୋଲି ସେ ଅନୁରୋଧ କରିଛନ୍ତି।
ଭାରତ କୌଣସି ରାଷ୍ଟ୍ର ଉପରେ ପ୍ରଥମେ ଆଣବିକ ଅସ୍ତ୍ର ବ୍ୟବହାର କରିବ ନାହିଁ ବୋଲି ଅଦ୍ୟାବଧି ପ୍ରତିଶ୍ରୁତିବଦ୍ଧ ଥିବାବେଳେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ଏହି ‘ନୋ ଫାଷ୍ଟ ୟୁଜ୍‌’ (ଏନ୍‌ଏଫ୍‌ୟୁ) ନୀତିରେ ପରିବର୍ତ୍ତନର ସଙ୍କେତ ଦେଇଥିଲେ। ଭାରତ ଆଗକୁ ପ୍ରଥମେ ଆଣବିକ ଅସ୍ତ୍ର ବ୍ୟବହାର କରିବ କି ନାହିଁ ତାହା ପରିସ୍ଥିତି ଉପରେ ନିର୍ଭର କରେ ବୋଲି ପୋଖରାନ୍‌ରୁ ରାଜନାଥ ପରୋକ୍ଷରେ ପାକିସ୍ତାନକୁ ଚେତାବନୀ ଦେଇଥିଲେ। ଏହାକୁ ନେଇ ଚିନ୍ତିତ ଇମ୍ରାନ୍‌ ରବିବାର କହିଛନ୍ତି, ଭାରତର ଆଣବିକ ଅସ୍ତ୍ରଶସ୍ତ୍ରର ସୁରକ୍ଷା ଓ ନିରାପତ୍ତା ଏବେ ଫାସିବାଦୀ ହିନ୍ଦୁତ୍ୱବାଦୀ ନରେନ୍ଦ୍ର ମୋଦି ସରକାର ଅଧୀନରେ ରହିଛି। ଅନ୍ତର୍ଜାତୀୟ ସମୁଦାୟ ଏହାକୁ ନେଇ ବିଚାର କରନ୍ତୁ। କାରଣ ଏହା ଏପରି ଏକ ପ୍ରସଙ୍ଗ, ଯାହା କେବଳ ସମ୍ପୃକ୍ତ କ୍ଷେତ୍ରକୁ ନୁହେଁ, ବରଂ ସମଗ୍ର ବିଶ୍ୱକୁ ପ୍ରଭାବିତ କରିବ ବୋଲି ଇମ୍ରାନ୍‌ ଟୁଇଟ୍‌ କରିଛନ୍ତି। ନିଜକୁ ଆଣବିକ ଅସ୍ତ୍ରସମ୍ପନ୍ନ ରାଷ୍ଟ୍ର ବୋଲି ଭାରତକୁ ସବୁବେଳେ ଯୁଦ୍ଧଭୟ ଦେଖାଉଥିବା ପାକିସ୍ତାନ କେତେ ଭୟଭୀତ ସେଠାକାର ପ୍ରଧାନମନ୍ତ୍ରୀଙ୍କ ଏହି ମନ୍ତବ୍ୟରୁ ତାହା ସ୍ପଷ୍ଟ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri